Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବ ମୋର୍ଚ୍ଚା ନେତାଙ୍କୁ ମାଡ଼ ଘଟଣାରେ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||

କାଳବୈଶାଖୀ ପରେ ଭୁଷୁଡିଲା ୫ ବଖରା ଘର

19/04/2021 at 12:46 PM

ପାଟଣା ୧୯।୦୪: କାଳବୈଶାଖି ପରେ ଭୁଶୁଡିଲା ୫ବଖରା ଘର । କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ବୁଢିକାପୁଡ଼ି ପଞ୍ଚାୟତ ନେଉଳୀପଶି ଗାଁର ଘଟଣା । ଗାଁର ଲକ୍ଷ୍ମୀଧର ମହାନ୍ତଙ୍କ ୫ବଖରା ଘର ଛପର ଭୁଷୁଡି ପଡିଥିବା ବେଳେ ପରିବାର ଲୋକେ ଅଳ୍ପକେ ବର୍ତ୍ତିଯାଇଛନ୍ତି ।

ଖବର ଅନୁଯାୟୀ, ରବିବାର ବିଳମ୍ବିତ ରାତିରେ ପାଟଣା ବ୍ଲକ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ଓ ପବନ ହୋଇଥିଲା। ବର୍ଷା ଓ ପବନ ପରେ ଆଜି ସକାଳୁ  ଗ୍ରାମର ଲକ୍ଷ୍ମୀଧର ମହାନ୍ତଙ୍କ ୫ ବଖରା ଛପର ଘର ହଠାତ୍ ଭୁଷୁଡି ପଡିଥିଲା। ପରିବାର ଲୋକେ ଘର ଭିତରେ  କେହି ନଥିବାରୁ  ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଲକ୍ଷ୍ମୀଧର ଜଣେ ଗରିବ ପରିବାରର ହୋଇଥିବା ବେଳେ ଘର ଭୁଷୁଡି ପଡିବାରୁ ଅସହାୟ ହୋଇଯାଇଛନ୍ତି ‌ । ପ୍ରଶାସନ ପକ୍ଷରୁ ଶୀଘ୍ର ଏହି ପରିବାରକୁ ଘର ଓ ଆବଶ୍ୟକୀୟ ସାମଗ୍ରୀ ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।

   Related Posts