Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରିପଦା : ଦିନ ଦ୍ବିପ୍ରହରରେ ଲୁଟ୍, ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ
  • ||
  • ବାରିପଦା : ୪୦ ଲକ୍ଷ ଟଙ୍କାର ଧଳା ଜହର ଜବତ, ଜଣେ ଗିରଫ
  • ||
  • ଖୋର୍ଦ୍ଧା : ଅଟୋ ଓ କାର୍ ମୁହାଁମୁହିଁ ଧକ୍କା, ୮ ଆହତ
  • ||
  • ଝାରସୁଗୁଡା : ଜାଲ୍ ନୋଟ୍ କାରବାରର ପର୍ଦ୍ଦାଫାଶ, ୫୭ହଜାର ଟଙ୍କାର ନକଲି ନୋଟ୍ ଜବତ, ରେଳବାଇ କର୍ମଚାରୀ ଗିରଫ
  • ||
  • ପୁରୀ : ମହାପ୍ରଭୁଙ୍କ ଦର୍ଶନ ପାଇଁ ବ୍ୟାରିକେଡ଼ରେ କରିଥିଲେ ଅପେକ୍ଷା, ହଠାତ୍ ଅସୁସ୍ଥ ହୋଇପଡିଲେ ଭକ୍ତ
  • ||
  • ଅନୁଗୋଳ : ଅନନ୍ତ କୋଇଲା ଖଣିରେ ଅଘଟଣ, କୋଇଲା ଲୋଡିଂ ବେଳେ ପୋତିହୋଇଗଲେ ଜଣେ
  • ||
  • ବ୍ରହ୍ମପୁର : ଭିଜିଲାନ୍ସ ପଞ୍ଝାରେ ଆରଆଇ, ଜମି ନିର୍ଦ୍ଧାରଣ ପାଇଁ ୫ ହଜାର ଟଙ୍କା ନେବାବେଳେ ଧରାପଡିଲେ
  • ||
  • ଭୁବନେଶ୍ବର : ଦିନରେ ରଙ୍ଗମିସ୍ତ୍ରୀ, ରାତିରେ ଚୋରୀ, ୫ ବର୍ଷ ଧରି ଖୋଜୁଥିଲା ପୋଲିସ, ଶେଷରେ ଧରାପଡିଲା
  • ||
  • କଟକ : ରମଜାନ ପାଇଁ ସିଏମସିର ଗାଇଡ୍‌ଲାଇନ୍, ନମାଜ ପାଠ ପାଇଁ ୧୦୦ ଲୋକଙ୍କୁ ଅନୁମତି
  • ||
  • ଜଳେଶ୍ବର : ନଦୀ ପଠାରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ, ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ ବାପଘର
  • ||

ଦ୍ବିତୀୟ ବିବାହ ପରେ ପ୍ରଥମ ସ୍ତ୍ରୀ ସହ ଶାରିରୀକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲା, ରାଜି ନହେବାରୁ ଫେକ୍ ଆକାଉଣ୍ଟ ଖୋଲି ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ କଲା ଭାଇରାଲ୍

5/04/2021 at 10:18 AM

କଳାହାଣ୍ଡି ୫।୪: ପ୍ରଥମ ସ୍ତ୍ରୀ ଥାଉ ଥାଉ କଲେ ଦ୍ବିତୀୟ ବିବାହ । ଦ୍ବିତୀୟ ବିବାହ ପରେ ବି ପ୍ରଥମ ସ୍ତ୍ରୀ ସହ ଶାରିରୀକ ସଂପର୍କ ରଖିବାକୁ ବାଧ୍ୟ କରୁଥିଲେ । ମାତ୍ର ସ୍ତ୍ରୀ ରାଜି ନହେବାରୁ ତାଙ୍କର ଅଶ୍ଳୀଳ ଫଟୋ ସୋସିଆଲ ମିଡିଆରେ ଭାଇରାଲ୍ କରିଥିଲେ । କେସିଙ୍ଗା ଥାନାରେ ମାମଲା ରୁଜୁ ପରେ ଅଭିଯୁକ୍ତ ଅଭିଯୁକ୍ତ ସ୍ବାମୀଙ୍କୁ ବାନ୍ଧିଲା ସ୍ତ୍ରୀ ।

ସୂଚନାଯୋଗ୍ୟ ଯେ, କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ଅଞ୍ଚଳରେ ଘଟିଛି ଏଭଳି ଅଭାବନୀୟ ଘଟଣା । ସୋନପୁର ଜିଲ୍ଲା ତରଭା ଥାନା ସାଲେପାଲି ଗାଁର ନେପାଳ ସନ୍ୟାସୀ ନାମକ ଯୁବକ ପ୍ରଥମେ ଜଣେ ଯୁବତୀଙ୍କୁ ବିବାହ କରିଥିଲେ । ପ୍ରଥମ ସ୍ତ୍ରୀ ଥାଉ ଥାଉ ମାସେ ତଳେ ଦ୍ବିତୀୟ ବିବାହ କରିଥିଲେ । ଦ୍ବିତୀୟ ବିବାହ ପରେ ବି ପ୍ରଥମ ସ୍ତ୍ରୀକୁ ଶାରିରୀକ ସଂପର୍କ ରଖିବାକୁ ବାଧ୍ୟ କରୁଥିଲେ । ମାତ୍ର ଏଥିରେ ପ୍ରଥମ ସ୍ତ୍ରୀ ରାଜି ହୋଇନଥିଲେ । ଫଳରେ ତାଙ୍କୁ ଧମକ ଚମକ ମଧ୍ୟ ଦେଇଥିଲେ ।

ପ୍ରଥମ ସ୍ତ୍ରୀକୁ ବଦନାମ କରିବାକୁ ରଚିଥିଲେ ଷଡଯନ୍ତ୍ର । ସ୍ତ୍ରୀଙ୍କ ନାଁରେ ସୋସିଆଲ ମିଡିଆରେ ଫେକ୍ ଆକାଉଣ୍ଟ ଖୋଲି ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ ଭାଇରାଲ୍ କରିଥିଲା ସ୍ବାମୀ । ପ୍ରଥମ ସ୍ତ୍ରୀ ଜାଣିବା ପରେ କେସିଙ୍ଗା ଥାନାରେ ଏତଲା ଦେଇଥିଲେ । କଳାହାଣ୍ଡି ପୋଲିସ ମାମଲା ରୁଜୁ କରି ଅଭିଯୁକ୍ତ ସ୍ବାମୀକୁ ଗାଁରୁ ଉଠାଇ ଆଣିଛି ।  

   Related Posts