Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

ପରକୀୟ ପ୍ରୀତିରୁ ହତ୍ୟାକାଣ୍ଡ : ସ୍ତ୍ରୀର ମୁଣ୍ଡ ଓ ବେକକୁ ଟାଙ୍ଗିଆରେ ୪ ଚୋଟ ଦେଇଥିଲା ସ୍ବାମୀ

30/01/2021 at 2:44 PM

ରାୟଗଡା ୩୦।୧: ପରକୀୟା ପ୍ରୀତିରୁ ହତ୍ୟାକାଣ୍ଡ । ସ୍ତ୍ରୀକୁ ରାସ୍ତାରୁ ହଟାଇବାକୁ ଷଡଯନ୍ତ୍ର ରଚିଥିଲା ସ୍ବାମୀ । ନିଜ ହତ୍ୟା କରି ପୋଲିସ ନିକଟରେ କରିଥିଲା ଅଭିଯୋଗ । ଶେଷରେ ଧରାପଡି ଜେଲ୍ ଗଲା ଅଭିଯୁକ୍ତ ସ୍ବାମୀ । ରାୟଗଡା ଥାନା ହୁଲୁକାତୁଣ୍ଡା ଗ୍ରାମରେ ଘଟିଛି ଏଭଳି ଅଭାବନୀୟ ଘଟଣା ।

ସୂଚନାଯୋଗ୍ୟ ଯେ, ଗତ ୨୪ ତରିଖରେ ରାୟଗଡା ଥାନା ହୁଲୁକାତୁଣ୍ଡା ଗାଁରେ ଜଣେ ମହିଳା କାଶାଇ ହୁଲୁକାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିଲା । ହତ୍ୟାକାରୀ ଖୋଦ୍ ମହିଳାଙ୍କ ସ୍ବାମୀ ହତ୍ୟା କରିଥିଲେ। ହତ୍ୟା ଉପରୁ ନଜର ହଟାଇବା ପାଇଁ ସେ ନିଜେ ଯାଇ ଥାନାରେ ଅଭିଯୋଗ କରିଥିଲେ। ତେବେ ପୋଲିସ ଘଟଣାର ତଦନ୍ତ କରିବା ପରେ ନିଜେ ସ୍ବାମୀ ହିଁ ସ୍ତ୍ରୀଙ୍କୁ ହତ୍ୟା କରିଥିଲେ ବୋଲି ପୋଲିସ କହିଛି । ଶନିବାର ଏ ନେଇ ଏକ ସାମ୍ବାଦିକ ସମ୍ମିଳନୀରେ ଏସପି ବିବେକାନନ୍ଦ ଶର୍ମା ଏ ସମ୍ପର୍କରେ ସୂଚନା ଦେଇଛନ୍ତି । ଅଭିଯୁକ୍ତଙ୍କ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ତେବେ ପରକୀୟା ପ୍ରୀତିରୁ ହତ୍ୟାକାଣ୍ଡ ହୋଇଥିବା ଏସପି କହିଛନ୍ତି ।

   Related Posts