Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୪କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୫୧ କରୋନା ସଂକ୍ରମିତ, ୧୦୫୦୫୦୫ରେ ପହଞ୍ଚିଲା ସଂଖ୍ୟା
  • ||
  • ରାସ୍ତା କଡକୁ ଖସି ପଡିଲା ଆମ୍ବୁଲାନ୍ସ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ
  • ||
  • ଏଜାଜ ପଟେଲଙ୍କୁ ସ୍ୱତନ୍ତ୍ର ଉପହାର ଦେଲା ଟିମ୍ ଇଣ୍ଡିଆ, ଗୋଟିଏ ଇନିଂସରେ ସବୁ ବ୍ୟାଟରଙ୍କୁ କରିଥିଲେ ଆଉଟ୍
  • ||
  • ସୁଙ୍କି ଘାଟିରେ ଦୁର୍ଘଟଣା, ମୁହାଁମୁହିଁ ଧକ୍କା ହେଲେ ୨ ଟ୍ରକ୍
  • ||
  • ଗଜପତି : ଭିଜିଲାନ୍ସ ଜାଲରେ ନୂଆଗଡ଼ ଫରେଷ୍ଟର, ଏକକାଳୀନ ୪ଟି ସ୍ଥାନରେ ରେଡ୍
  • ||
  • ତେଲକୋଇ ରେଞ୍ଜରେ ହାତୀ ଆତଙ୍କ, ସନ୍ଧ୍ୟା ହେଲେ ଗାଁରେ ପଶି ନଷ୍ଟ କରୁଛନ୍ତି ଫସଲ
  • ||
  • ରାଜ୍ୟରେ ଏବେ ବର୍ଷା ନାହିଁ, ଶୁଖିଲା ଓ ଖରାଟିଆ ରହିବ ପାଗ
  • ||

ସ୍ତ୍ରୀଙ୍କୁ ପୋଡି ମାରିବା ପରେ ନିଜେ ବିଷ ପିଇଦେଲେ ସ୍ବାମୀ

16/01/2020 at 8:40 AM

ପଦ୍ମପୁର ୧୬।୧: ସ୍ତ୍ରୀଙ୍କୁ ପୋଡି ମାରିବା ପରେ ନିଜେ ବିଷ ପିଇଦେଲେ ସ୍ବାମୀ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲଟ ଥାନା ଅନ୍ତର୍ଗତ ବାନ୍ଛାନଗର ଗ୍ରାମରେ । ଉଭୟଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ବାନ୍ଛାନଗର ଗ୍ରାମର ମହେଶ୍ବର ସାହୁ ତାଙ୍କ ସ୍ତ୍ରୀ ସୁଶ୍ରୀତା ସାହୁଙ୍କୁ ନିଆଁରେ ପୋଡି ମାରିଦେଇଛନ୍ତି । ପରେ ନିଜେ ମଧ୍ୟ ବିଷ ପିଇ ଆତ୍ମହତ୍ୟା କରିଥିବା ଦେଖିବାକୁ ମିଲିଛି । ବହୁଦିନରୁ ସୁଶ୍ରୀତା ସାହୁ ଓ ତାଙ୍କ ଦୁଇ ଝିଅ ତାଙ୍କ ବାପଘର ଡୁଙ୍ଗୁରିପାଲିଠାରେ ରହୁଥିବା ବେଳେ ଗତକାଲି ସେମାନେ ତାଙ୍କ ଗାଁ ବାନ୍ଛାନଗରକୁ ଆସିଥିଲେ । ମହେଶ୍ବର ସାହୁ ଏକା ନିଜ ଗାଁରେ ରହୁଥିଲେ । ବାପଘରୁ ଆସିବା ପରେ ଏପରି ଅଭାବନୀୟ ଘଟଣା ଘଟିଛି । ତେବେ କେଉଁ କାରଣରୁ ଏଭଳି ଅଭାବନୀୟ ଘଟଣା ଘଟିଛି ତାହା ଜଣାପଡିନାହିଁ । ଘଟଣାସ୍ଥଳରେ ଗାଇସିଲଟ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

   Related Posts