Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରଗଡ଼ରେ ବିରାଟ ଚାଷୀ ସମାବେଶ, ଯୋଗଦେଲେ ୧୦ ଜିଲ୍ଲାର ୫ ହଜାର କୃଷକ
  • ||
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୪ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ଆଉ ୧ ଲକ୍ଷ ୪୯ ହଜାର ୭୬୦ ଡୋଜ୍ କୋଭାକ୍ସିନ୍ ଟିକା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୧୫୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ପାରାଦୀପ : ନକଲି ସାର୍ଟିଫିକେଟ୍ ରାକେଟ୍‌ର ପର୍ଦ୍ଦାଫାଶ : ମେଡିକାଲ୍ ସାର୍ଟିଫିକେଟ୍ ତିଆରି ଅଭିଯୋଗରେ ଯୁବକ ଗିରଫ
  • ||

ସ୍ତ୍ରୀକୁ ମାରି ପୋତି ଦେଇଥିଲା ଘର ପଛପଟେ, ୪ଦିନ ପରେ ମିଳିଲା ଗଳିତ ଶବ : ହତ୍ୟାକାରୀ ଗିରଫ

29/12/2020 at 1:03 PM

ସୁନ୍ଦରଗଡ ୨୯।୧୨: ସ୍ତ୍ରୀକୁ ହତ୍ୟା କଲା ସ୍ଵାମୀ । ୪ ଦିନ ପରେ ଉଦ୍ଧାର ହେଲା ଗଳିତ ମୃତଦେହ । ହତ୍ୟାକାରୀ ସ୍ବାମୀ ଗିରଫ । ଶବ ଜବତ କରି ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।  

ସୂଚନାଯୋଗ୍ୟ ଯେ, ସୁନ୍ଦରଗଡ ଜିଲ୍ଲା ତଳସରା ଥାନା ଅନ୍ତର୍ଗତ ସବଡେଗା ପୋଷ୍ଟ ଅଫିସ ନିକଟରେ ଖଇରୁ ନାଏକ ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରି ଘର ପଛପଟେ ପୋତିଥିଲେ । କିଛି ଦିନ ହେବ ସ୍ଵାମୀ-ସ୍ତ୍ରୀଙ୍କ ମଧ୍ୟରେ ଝଗଡା ହେଉଥିଲା । ଏହି ଝଗଡା ଧିରେଧିରେ ଉଗ୍ରରୂପ ନେଇଥିଲା । ଫଳରେ ଖଇରୁ ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରିଥିଲା । ଘର ବାଡିପଟ ମାଟିତଳୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ହତ୍ୟାକାରୀ ସ୍ବାମୀକୁ ଗିରଫ କରିଛି ।

   Related Posts