'ଚୌଦ୍ୱାର ଜେଲ୍ ପାଖରେ ହାଇଦର୍‌ର ନେଟଓ୍ୱର୍କ ଥିଲା, ତେଣୁ ସ୍ଥାନାନ୍ତର କରାଯାଉଥିଲା'- ଜେଲ୍ ଡିଜି

Published By : Prameya-News7 Bureau | July 26, 2021 IST

କଟକ,୨୬/୦୭: ଦୁର୍ଦ୍ଦାନ୍ତ ଗ୍ୟାଙ୍ଗଷ୍ଟର ହାଇଦର ଏନକାଉଣ୍ଟରରେ ପ୍ରାଣ ହରାଇଛି । ଏ ଘଟଣାରେ ଜେଲ ଡିଜି ସନ୍ତୋଷ ଉପାଧ୍ୟାୟ ପ୍ରତିକ୍ରିୟା ରଖିଛନ୍ତି ।

ସେ କହିଛନ୍ତି ଯେ, ଅପରେସନ କ୍ଲିନ ଅପ୍ ଅନୁସାରେ ହାଇଦରକୁ  ଚୌଦ୍ବାର ଜେଲରୁ ବାରିପଦା ଜେଲକୁ  ସ୍ଥାନାନ୍ତର  କରାଯାଉଥିଲା । ଡିସିପିଙ୍କ ମତାମତ ନେଇ କୋର୍ଟରେ ଅନୁମତି ମଗାଯାଇଥିଲା ।ଚୌଦ୍ବାର ଜେଲ ପାଖରେ ହାଇଦରରର ନେଟୱର୍କ ରହିଥିଲା । ତେଣୁ ତାର କାର୍ଯ୍ୟକଳାପକୁ ଦୃଷ୍ଟିରେ ରଖି ତାଙ୍କୁ ସ୍ଥାନାନ୍ତର କରାଯାଉଥିଲା । ପୂର୍ବରୁ ମଧ୍ୟ ଟିଟୋ , ବିକ୍ରମ ମଲିକ , ପିଣ୍ଟୁ ଓ ଧଳସାମନ୍ତଙ୍କୁ ସ୍ଥାନାନ୍ତର କରାଯାଇଥିଲା ବୋଲି ସେ କହିଛନ୍ତି ।

ସୂଚନାଯୋଗ୍ୟ, ଶନିବାର ହାଇଦରକୁ ଚୌଦ୍ୱାର ଜେଲ୍‌ରୁ ବାରିପଦା ଜେଲ୍‌କୁ ନେଉଥିବା ସମୟରେ ରାସ୍ତାରେ ସେ ଖସି ଯିବାକୁ ଚେଷ୍ଟା କରୁଥିବା ବେଳେ ଏନ୍‌କାଉଣ୍ଟର କରିଥିଲା ପୋଲିସ । ତାର ଗୋଡ଼ ଏବଂ ପେଟରେ ଗୁଳି ବାଜିଥିଲା ପରେ ତାକୁ ବାଲେଶ୍ୱର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ହିଁ ତାର ମୃତ୍ୟୁ ଘଟିଥିଲା । ବାଲେଶ୍ୱର ସିମୁଳିଆ ନିକଟରେ ହୋଇଥିଲା ଏହି ଏନ୍‌କାଉଣ୍ଟର । ସୁରକ୍ଷା ଦୃଷ୍ଟିରୁ ତାକୁ ଅନ୍ୟ ଜେଲ୍‌କୁ ସ୍ଥାନାନ୍ତର ହେଉଥିବା ସମୟରେ ସେ ରାସ୍ତାରେ ପରିଶ୍ରା କରିବା ପାଇଁ କହିଥିଲା । ଏହି ସମୟରେ ସେ ଗାଡ଼ିରେ ଥିବା ପୋଲିସ୍‌ଙ୍କ ଠାରୁ ବନ୍ଧୁକ ଛଡ଼ାଇ ଦୌଡ଼ିବାକୁ ଚେଷ୍ଟା କରିଥିଲା । ତାକୁ ଧରିବା ପାଇଁ ପୋଲସ୍‌ ବାଧ୍ୟ ହୋଇ ତା ଉପରେ ଗୁଳିଚାଳନା କରିଥିଲା । ଏଥିରେ ସେ ଆହତ ହୋଇଥିବା ବେଳେ ଚିକିତ୍ସା ପାଇଁ ବାଲେଶ୍ବର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ଚିକିତ୍ସାଧିନ ଅବସ୍ଥାରେ ହିଁ ତାର ମୃତ୍ୟୁ ଘଟିଥିଲା ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.