Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

ଓ୍ବାଘା ବର୍ଡରରେ ପହଞ୍ଚିଲେ ୱିଙ୍ଗ୍ କମାଣ୍ଡର ଅଭିନନ୍ଦନ, ଅଟାରୀରେ ସ୍ବାଗତ କରିବେ ବାୟୁସେନା ଅଧିକାରୀ

1/03/2019 at 4:08 PM

ନୂଆଦିଲ୍ଲୀ ୧|୩: ଓ୍ବାଘା ବର୍ଡରରେ ପହଞ୍ଚିଲେ ଭାରତୀୟ ବାୟୁସେନା ୱିଙ୍ଗ୍ କମାଣ୍ଡର ଅଭିନନ୍ଦନ ବର୍ତ୍ତମାନ । ୱାଘା-ଅଟାରି ବର୍ଡର ଦେଇ ସ୍ବଦେଶକୁ ଫେରିବେ ଅଭିନନ୍ଦନ । ଅଟାରୀରେ ଅଭିନନ୍ଦନଙ୍କୁ ସ୍ବାଗତ କରିବେ ବାୟୁସେନାର ପ୍ରତିନିଧି ଦଳ । ଅଭିନନ୍ଦନଙ୍କ ବାପା ମାଆ ଉପସ୍ଥିତ ଅଛନ୍ତି । ବାୟୁସେନା ଅଧିକାରୀ ଅଭିନନ୍ଦନଙ୍କୁ ନେଇ ନୂଆଦିଲ୍ଲୀ ଅଭିମୁଖେ ଯିବେ । ଦିଲ୍ଲୀର ପାଲମ ଏୟାରପୋର୍ଟରେ ପହଞ୍ଚିବା ପରେ ବାୟୁସେନା ହେଡକ୍ବାର୍ଟରକୁ ନିଆଯିବ ।  ଅଭିନନ୍ଦନ ଫେରିବା ପରେ ସାରା ଭାରତରେ ଖୁସିର ଲହରୀ ଖେଳିଯାଇଛି ।

ସୂଚନାଯୋଗ୍ୟ ଯେ, ଭାରତୀୟ ସୀମା ଭିତରକୁ ପଶିଆସିଥିବା ପାକିସ୍ତାନ ଯୁଦ୍ଧ ବିମାନ ଏଫ-୧୬କୁ ଧ୍ବଂସ କରିବା ପାଇଁ ପିଓକେ ଭିତରକୁ ପଶିଯାଇଥିଲେ ଅଭିନନ୍ଦନ । ତାଙ୍କୁ ସେଠାରୁ ପାକ୍ ସେନା କବଜା କରି ନେଇଥିଲା । ପାକିସ୍ତାନ କବଜାରେ ଭାରତୀୟ ପାଇଲଟ୍ ଥିବା ନେଇ ଭିଡିଓ ଭାଇରାଲ ହେବା ପରେ ନିସର୍ତ୍ତରେ ତାଙ୍କୁ ମୁକ୍ତ କରିବାକୁ ଭାରତ ସରକାର ଦାବି କରିଥିଲେ । ପ୍ରବଳ ଆନ୍ତର୍ଜାତିକ ଚାପ ଓ ଭାରତର ଯୁଦ୍ଧ ପ୍ରସ୍ତୁତି ଦେଖି ଶେଷରେ ପାକ୍ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ ଅଭିନନ୍ଦନଙ୍କୁ ମୁକ୍ତ କରିବେ ବୋଲି ଗତକାଲି ଘୋଷଣା କରିଥିଲେ ।

   Related Posts