Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜି.ଉଦୟଗିରି: ମିନିବସରେ ଲାଗିଲା ନିଆଁ
  • ||
  • ଟାଙ୍ଗୀ: ବାଲିନାଶିରେ ୨ ଭାଇଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ଏମ୍ସରେ ଭର୍ତ୍ତି
  • ||
  • ବଲାଙ୍ଗୀର: ବେଆଇନ୍ ବାଲି ବୋଝେଇ ଟ୍ରାକ୍ଟର ଜବତ, ମାଲିକଙ୍କ ଉପରେ ୨୦ ହଜାର ଟଙ୍କାର ଫାଇନ୍ ଲଗାଇଲେ ତହସିଲଦାର
  • ||
  • ରାଇରଙ୍ଗପୁର: କଲୋନୀରେ ଅଗ୍ନିକାଣ୍ଡ, ଜଳି ପାଉଁଶ ହୋଇଗଲା ୨ ବଖରା ଘର
  • ||
  • ନବରଙ୍ଗପୁର : ନିଖୋଜ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • କାମାକ୍ଷାନଗର : ବାଇକ୍‌କୁ ଧକ୍କା ଦେଲା ହାଇଓ୍ବା, ଜଣେ ମୃତ, ଜଣେ ଗୁରୁତର
  • ||
  • ବଲାଙ୍ଗୀର: ଆକ୍ସନ ମୋଡ୍‌ରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ, ଆରମ୍ଭ କଲେ ନୂଆ ପ୍ରକଳ୍ପ
  • ||
  • ବରଗଡ : ବାଲି ବୋଝେଇ ଟ୍ରାକ୍ଟର ଓ ବାଇକ୍ ମୁହାଁମୁହିଁ ଧକ୍କା, ୨ ଜଣ ମୃତ
  • ||
  • ଭୁବନେଶ୍ବର : ମାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ମିଳିବ ‘ପରୀକ୍ଷା ଦର୍ପଣ’, ପରୀକ୍ଷା ପାଇଁ ହେବ ସହାୟକ
  • ||
  • ଭୁବନେଶ୍ବର : ହୋଟେଲ୍ ଓ ରେଷ୍ଟୁରାଣ୍ଟକୁ BMCର କଡା ନିର୍ଦ୍ଦେଶ, ୭ ଦିନ ଭିତରେ ଦୋକାନ ସମ୍ମୁଖରେ ଲଗାଅ ଫୁଡ୍ ସେଫ୍ଟି ସାର୍ଟିଫିକେଟ୍
  • ||

IAS ଏବଂ OAS ସ୍ତରରେ ଅଦଳବଦଳ

30/06/2020 at 10:13 AM

ଭୁବନେଶ୍ୱର ୩୦।୦୬: ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଏବଂ ଓଏଏସ୍ ସ୍ତରରେ ଛୋଟ ଧରଣର ଅଦଳବଦଳ କରାଯାଇଛି । କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ଆଇଏଏସ୍‌ ସତ୍ୟବ୍ରତ ସାହୁଙ୍କୁ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ବିଭାଗର ପ୍ରମୁଖ ସଚିବ ନିଯୁକ୍ତ କରାଯାଇଛି । ରାଜ୍ୟ ଯୋଜନା ଓ ସଂଯୋଜନା ବିଭାଗର ସ୍ୱତନ୍ତ୍ର ସଚିବ ଆଇଏଏସ୍‌ ଗୋପବନ୍ଧୁ ଶତପଥୀଙ୍କୁ ରାଜ୍ୟ ସମବାୟ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି । ଏହି ପଦବି ସ୍ୱତନ୍ତ୍ର ସଚିବ ପାହ୍ୟା ସହ ସମାନ ବୋଲି ସରକାରଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି । ସେହିପରି ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ଥିବା ଆଇଏଏସ୍‌ ଦେବେନ୍ଦ୍ର କୁମାର ଜେନାଙ୍କୁ ରାଜ୍ୟ ଯୋଜନା ଓ ସଂଯୋଜନା ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ନିଯୁକ୍ତି ମିଳିଛି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏ ନେଇ ଆଜି ବିଜ୍ଞପ୍ତି ଜାରି କରାଯାଇଛି।

ସେପଟେ ରାଜ୍ୟ ସରକାର ୩ ଆଇଏଏସ୍‌ଙ୍କ ବଦଳି ସହ ୧୫ ଜଣ ଓଏଏସ୍‌ଙ୍କୁ ଅଦଳବଦଳ କରିଛନ୍ତି । ସାଧାରଣ ପ୍ରଶାସନ ବିଭାଗ ବିଜ୍ଞପ୍ତି ଅନୁଯାୟୀ, ନଗର ଉନ୍ନୟନ ବିଭାଗ ଯୁଗ୍ମ ସଚିବ ଦୁର୍ଗା ପ୍ରସାଦ ମହାପାତ୍ରଙ୍କୁ ଢେଙ୍କାନାଳ ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ମିଳିଛି । ଭବେଶ କୁମାର ନାୟକଙ୍କୁ ନଗର ଉନ୍ନୟନ ବିଭାଗର ଯୁଗ୍ମ ସଚିବ, ନିରଞ୍ଜନ ଜେନା ସମ୍ବଲପୁର ଆର୍‌ଡିସି ଅଫିସ୍‌ରେ ଉପସଚିବ, ଲୋପାମୁଦ୍ରା ମହାପାତ୍ରଙ୍କୁ ପଞ୍ଚାୟତରାଜ ବିଭାଗର ଯୁଗ୍ମ ସଚିବ ଭାବେ ନିଯୁକ୍ତି ପାଇଛନ୍ତି । ସେହିଭଳି ଜୀବନ ଚନ୍ଦ୍ର ମଲ୍ଲିକଙ୍କୁ ସମବାୟ ବିଭାଗ ଉପସଚିବ, ରୋଜିନା ଦାସଙ୍କୁ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ, ତଲପ୍ତ ଆର୍‌ଫିନ୍‌ଙ୍କୁ ଓଏମ୍‌ସିର ସ୍ପେଶାଲ ଅଫିସର ସହ ଖଣି ଉତ୍ତୋଳନ ନିଗମର ସ୍ପେଶାଲ ଅଫିସର ଭାବେ ନିଯୁକ୍ତି ମିଳିଛି । ଉମାକାନ୍ତ ସ୍ୱାଇଁଙ୍କୁ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗର ଅତିରିକ୍ତ ସଚିବ, ରମେଶ ଚନ୍ଦ୍ର ଜେନାଙ୍କୁ ଆଠଗଡ଼ ଅତିରିକ୍ତ ଉପଜିଲ୍ଲାପାଳ, ମାୟାଧର ବେହେରାଙ୍କୁ ବାଙ୍କୀ ଅତିରିକ୍ତ ଉପଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି ।

ଦେବୀ ପ୍ରସାଦ ମହାନ୍ତିଙ୍କୁ ଜଗତସିଂହପୁର ଉପଜିଲ୍ଲାପାଳ, ଜେପି ଶଙ୍କର ସାହୁଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗର ଉପସଚିବ, ଦିଲ୍ଲୀପ ମହାରଣାଙ୍କୁ ଅନୁଗୁଳ ଡିଆର୍‌ଡିଏର ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ, କସ୍ତୁରୀ ପ୍ରଧାନଙ୍କୁ ଓଡ଼ିଶା ଷ୍ଟାଫ୍‌ ସିଲେକ୍‌ସନ୍‌ କମିଶନରେ ଉପସଚିବ ଏବଂ ଜେପି ଶଙ୍କର ରାୟଙ୍କୁ ଗଞ୍ଜାମ ଡିଆର୍‌ଡିଏରେ ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି ।

   Related Posts