ଜେଲ୍‌ରୁ ବାହାରିଲେ ବିଜୟ କେତନ

Published By : Prameya-News7 Bureau | February 04, 2020 IST

ଭୁବନେଶ୍ବର୩/୧: ଜେଲରୁ ମୁକୁଳିଲେ ଆଇଏଏସ୍‌ ବିଜୟ କେତନ ଉପାଧ୍ୟାୟ । ସୋମବାର ଦିନ ବିଜୟ କେତନଙ୍କୁ ମାନ୍ୟବର ହାଇକୋର୍ଟ ଜାମିନ ପ୍ରଦାନ କରିଥିଲେ । ନିମ୍ନ ଅଦାଲତ ଜାମିନର ସର୍ତ୍ତ ସ୍ଥିର କରିବେ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ । ତେବେ ଆଜି ନିମ୍ନ ଅଦାଲତାରେ ସର୍ତ୍ତ ପୂରଣ କରିଥିବାରୁ ଜେଲ୍‌ରୁ ମୁକୁଳିଛନ୍ତି ବିଜୟ କେତନ । ୨୦୦୯ ବ୍ୟାଚ୍‌ର ଆଇଏଏସ ବିଜୟ କେତନ ଉପାଧ୍ୟାୟ ଏକ ଲକ୍ଷ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଟିମ୍‌ ତାଙ୍କୁ ଗିରଫ କରିଥିଲା। ଉଦ୍ୟାନ କୃଷି ବିଭାଗର ନିର୍ଦ୍ଦେଶକ ଥିବା ବିଜୟ କେତନ ଏକ ବିଲ୍ ପାସ୍ କରିବା ପାଇଁ ଲାଞ୍ଚ ନେଉଥିବା ବୋଲି ଅଭିଯୋଗ ହୋଇଥିଲା ।

ବିଜୟଙ୍କ ବାଲେଶ୍ବର ବାସଭବନ ଓ ଅଫିସରେ ଏକକାଳୀନ ଭିଜିଲାନ୍ସ ପକ୍ଷରୁ ରେଡ୍ କରାଯାଇଥିଲା । ଏହାସହିତ ମଧ୍ୟ ଶଶୁର ଘର ଓ ଭାଇଙ୍କ ଘରେ ମଧ୍ୟ ଚଢାଉ କରିଥିଲା ଭିଜିଲାନ୍ସ । ମୋ ସରକାର ଅଧିନରେ ଆସିଥିବା ମତାମତ ଆଧାରରେ ପଦକ୍ଷେପ ନିଆଯାଇଥିଲା । ଅଭିଯୋଗ ଆସିବା ପରେ ଦୀର୍ଘ ଦିନ ଧରି ବିଜୟ କେତନଙ୍କ ଉପରେ ନଜର ରଖିଥିଲା ଭିଜିଲାନ୍ସ ।

ମୋ ସରକାର ଲାଗୁ ହେବା ପରେ ଜଣେ ବରିଷ୍ଠ ଆଇଏଏସ ଅଧିକାରୀ ଦୁର୍ନୀତି ଅଭିଯୋଗରେ ଗିରଫ ହେବା ଏହା ଥିଲା ପ୍ରଥମ ଘଟଣା।  ‘ମୋ ସରକାର’କୁ ଆସିଥିବା ଅଭିଯୋଗ ଆଧାରରରେ ତାଙ୍କୁ ଭିଜିଲାନ୍ସ ଧରିଥିଲା।  ପରେ ତାଙ୍କୁ ନିଲମ୍ବନ କରାଯାଇଥିଲା। ଫେବୃଆରୀ ୩ ତାରିଖରେ ହାଇକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.