Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ଗୋରୁ ଚୋରା ଚାଲାଣ ବେଳେ ଜବତ ହେଲା ପିକଅପ୍ ଭ୍ୟାନ୍, ୫ ଗୋରୁ ଉଦ୍ଧାର, ଦଲାଲ ଫେରାର
  • ||
  • ଭୁବନେଶ୍ବର : ରାଜଧାନୀରେ ମାତିଲେ ଲୁଟେରା : ତାଲା ଭାଙ୍ଗି ଦୋକାନରେ ବୁଲାଇଲେ କଳାକନା, ସିସିଟିଭିରେ କଏଦ ହେଲା ଦୃଶ୍ୟ
  • ||
  • ଭୁବନେଶ୍ବର : ଅନଲକ୍ ପ୍ରକ୍ରିୟା ଆରମ୍ଭ ପରେ ଲୋକେ ମାନୁନାହାନ୍ତି କୋଭିଡ୍ ନିୟମ, ସୃଷ୍ଟି ହୋଇପାରେ ବିପଦ – ଡିଏମଇଟି
  • ||
  • ଭୁବନେଶ୍ବର : ଚଳିତ ବର୍ଷ ୩୦% ହ୍ରାସ ହେବ ନବମ ଓ ଦଶମ ଶ୍ରେଣୀର ସିଲାବସ୍ – ଗଣଶିକ୍ଷା ମନ୍ତ୍ରୀ
  • ||
  • କାମାକ୍ଷାନଗର : ଜଙ୍ଗଲକୁ ଯାଇଥିବା ବେଳେ ପଡିଗଲେ ଭାଲୁ ହାବୁଡରେ, ଆକ୍ରମଣରେ ୨ ଗୁରୁତର
  • ||
  • ଦେଶରେ ତଳମୁହାଁ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦ ହଜାରରୁ ଅଧିକ ପଜିଟିଭ୍,୧୩୫୮ ମୃତ
  • ||
  • ଥରିଲା ପାକିସ୍ତାନ, ୪.୫ ତୀବ୍ରତାର ଭୂକମ୍ପ ଝଟକା ଅନୁଭୂତ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୬ ଜଣଙ୍କ ଜୀବନ
  • ||
  • ହ୍ରାସ ପରେ ପୁଣି ବଢିଲା ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୪୫୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ସୋର : କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ, ବେକ ଓ ଆଖି ପତାରେ ରହିଛି କ୍ଷତ ଚିହ୍ନ
  • ||

କାଶ୍ମୀର ଆଇଏଏସ୍ ଅଧିକାରୀ ଶାହ ଫୈଜଲଙ୍କ ଇସ୍ତଫା ; ଲଢିପାରନ୍ତି ଆସନ୍ତା ଲୋକସଭା ନିର୍ବାଚନ

10/01/2019 at 9:44 AM

ଶ୍ରୀନଗର ୧୦|୧: ଇସ୍ତଫା ଦେଲେ ଆଇଏଏସ୍ ଅଧିକାରୀ ଶାହ ଫୈଜଲ । ୨୦୧୦ ମସିହାରେ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍) ପରୀକ୍ଷାରେ ଟପ୍ କରିଥିବା ଶାହ ଫୈଜଲ ନିଜର ଆଇଏଏସ୍ ଚାକିରିରୁ ଇସ୍ତଫା ଦେଇଛନ୍ତି । ଇସ୍ତଫା ବାବଦରେ ଟ୍ବିଟର୍ ମାଧ୍ୟମରେ ସ୍ପଷ୍ଟୀକରଣ ଦେଇ କହିଛନ୍ତି କଶ୍ମୀରରେ ଘଟୁଥିବା ଲଗାତାର ହତ୍ୟାକାଣ୍ଡ ଏବଂ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏନେଇ କୌଣସି ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ନିଆଯାଉନଥିବାରୁ ଏହାକୁ ବିରୋଧ କରି ସେ ତାଙ୍କ ପଦରୁ ଇସ୍ତଫା ଦେଉଛନ୍ତି । ସେ ଚଳିତବର୍ଷ ହେବାକୁ ଥିବା ଲୋକସଭା ନିର୍ବାଚନ ଲଢ଼ିବାକୁ ଯାଉଛନ୍ତି । ଶାହ ଫୈଜଲ ନ୍ୟାସନାଲ୍ କନଫରେନ୍ସରେ ଯୋଗ ଦେଇ ଲୋକସଭା ନିର୍ବାଚନ ଲଢ଼ିବେ ବୋଲି ଜଣାପଡ଼ିଛି । ଶାହ ଫୈଜଲ ଆଇଏସ୍ ଚାକିରି ପାଇବା ପରେ କଶ୍ମୀର ଉପତ୍ୟାକାରେ ଶିକ୍ଷା ବିଭାଗର ନିର୍ଦ୍ଦେଶକ ଭାବେ ନିଯୁକ୍ତି ପାଇଥିଲେ। ତେବେ, ସେ ଆସନ୍ତା ଲୋକସଭା ନିର୍ବାଚନରେ ବାରମୁଲା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିବେ ବୋଲି ସୂଚନା ମିଳିଛି ।

   Related Posts