Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ବନ୍ୟା ସ୍ଥିତି ପରିଚାଳନା ନେଇ ବରିଷ୍ଠ IAS ଅଧିକାରୀଙ୍କୁ ସ୍ବତନ୍ତ୍ର ଦାୟିତ୍ୱ

29/08/2020 at 11:14 AM

ଭୁବନେଶ୍ୱର ୨୯।୦୮: ରାଜ୍ୟରେ କିଛି ଅଞ୍ଚଳରେ ଏବେ ବନ୍ୟା ସ୍ଥିତି ଦେଖାଦେଇଛି । ତେବେ ସ୍ଥିତିକୁ ଦେଖି ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି । ବନ୍ୟା ପରିଚାଳନା ପାଇଁ କିଛି IAS ଅଧିକାରୀଙ୍କୁ ସ୍ବତନ୍ତ୍ର ଦାୟିତ୍ୱ ଦିଆଯାଇଛି । ଜିଲ୍ଲାରେ  ବନ୍ୟା ସ୍ଥିତି ଓ ପରିଚାଳନା ନେଇ ଦାୟିତ୍ବ ଦେଇଛନ୍ତି ମୁଖ୍ୟ ଶାସନ ସଚିବ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଦାୟିତ୍ବ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ।

ରାଜ୍ୟର ବିଭିନ୍ନ ନଦୀରେ ଜଳସ୍ତର କ୍ରମଶଃ ବଢିବାରେ ଲାଗିଛି । ଯାହାକୁ ଦୃଷ୍ଟିରେ ରଖି ବିଭିନ୍ନ ଜିଲ୍ଲାରେ ବନ୍ୟା ସ୍ଥିତି ଓ ପରିଚାଳନା ନେଇ ଆଗୁଆ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । ଜଗତସିଂହପୁର ଜିଲ୍ଲା ପାଇଁ ସତ୍ୟବ୍ରତ ସାହୁଙ୍କୁ ଦାୟିତ୍ୱ, କଟକ ଜିଲ୍ଲା ପାଇଁ ବି.କେ ସିଂହଙ୍କୁ ଦାୟିତ୍ୱ , କେନ୍ଦ୍ରାପଡ଼ା ପାଇଁ ହେମନ୍ତ ଶର୍ମାଙ୍କୁ ଦାୟିତ୍ୱ , ଭଦ୍ରକ ଜିଲ୍ଲା ପାଇଁ ବିଷ୍ଣୁପ୍ରସାଦ ସେଠୀ, ପୁରୀ ଜିଲ୍ଲା ପାଇଁ କେନ୍ଦ୍ରାଞ୍ଚଳ ଆର୍‌ଡିସିଙ୍କୁ ଦାୟିତ୍ୱ , ବାଲେଶ୍ୱର ଜିଲ୍ଲା ପାଇଁ ବିଶାଲ ଦେବଙ୍କୁ ଦାୟିତ୍ୱ ଦିଆଯାଇଥିବା ବେଳେ ଯାଜପୁର ଜିଲ୍ଲା ପାଇଁ ଭି.ଭି ଯାଦବଙ୍କୁ ଦାୟିତ୍ୱ ଦିଆଯାଇଛି ।

   Related Posts