Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ଦିଲ୍ଲୀରେ IED ବିସ୍ଫୋରଣ : ଥରିଲା ଇସ୍ରାଏଲ ଦୂତାବାସ, ମୃତାହତ ସୂଚନା ନାହିଁ

29/01/2021 at 6:26 PM

ନୂଆଦିଲ୍ଲୀ ୨୯/୦୧ : ଦିଲ୍ଲୀ ସ୍ଥିତ ଇସ୍ରାଏଲ ଦୂତାବାସ ସମ୍ମୁଖରେ ବିସ୍ପୋରଣ ହୋଇଛି । ଏହି ବିସ୍ପୋରଣ ବଡ ଧରଣର ନଥିଲେ ମଧ୍ୟ ଦୂତାବାସ ନିକଟରେ ଥିବା ୪/୫ଟି କାର କ୍ଷତିଗ୍ରସ୍ତ ହୋଇଥିବା ସୂଚନା ମିଳିଛି । ତେବେ ଏହି ବିସ୍ପୋରଣରେ କେହି ମୃତାହତ ହୋଇଛନ୍ତି କି ନାହିଁ ସେ ନେଇ ସୂଚନା ମିଳିନାହିଁ । ଦିଲ୍ଲୀ ସ୍ଥିତ ଅବଦୁଲ୍‌ କାଲାମ ରୋଡ୍‌ରେ ଥିବା ଇସ୍ରାଏଲ ଦୂତାବାସ ନିକଟ​‌ରେ ଏହି ବିସ୍ଫୋରଣ ହୋଇଛି ।

କଡା ସୁରକ୍ଷା ବଳୟ ମଧ୍ୟରେ ଥାଇ ମଧ୍ୟ ଏପରି ବିସ୍ଫୋରଣ କିପରି ହେଲା ସେ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଘଟଣାସ୍ଥଳରେ ଦିଲ୍ଲୀ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା ବ୍ୟାପକ କରାଯାଇଛି । ସେଠାରେ ବରିଷ୍ଠ ଅଧିକାରୀମାନେ ପହଞ୍ଚି ଅନୁଧ୍ୟାନ କରୁଛନ୍ତି ।

ବିସ୍ଫୋରଣରେ RDX ବ୍ୟବହାର କରାଯାଇଥିବା ସନ୍ଦେହ କରାଯାଉଛି । ବିସ୍ଫୋରଣ ଏତେ ବଡଧରଣର ନଥିଲେ ସୁଦ୍ଧା ନିକଟରେ ଥିବା କିଛି କାର କ୍ଷତିଗ୍ରସ୍ତ ହୋଇଥିବା ସୂଚନା ମିଳିଛି । ତେବେ ଦିଲ୍ଲୀ ପୋଲିସ ଏବଂ ଫରେନସିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

   Related Posts