Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ବେକାବୁ ହେଲାଣି କରୋନା, ଆଇଆଇଏମ କୋଲକାତାର ୬୧ ଛାତ୍ରଛାତ୍ରୀ କୋଭିଡ୍ ପଜିଟିଭ୍

13/04/2021 at 12:03 PM

କୋଲକାତା,୧୩/୦୪: ସାରା ଦେଶରେ କରୋନା ସଂକ୍ରମଣ ହୁହୁ ହୋଇ ବଡିଚାଲିଛି । ସମସ୍ତ ରାଜ୍ୟରେ ଭାଇରସର ନୂଆ ଷ୍ଟ୍ରେନ୍ ଚିନ୍ତା ବଢାଇଛି । ପୂର୍ବାପେକ୍ଷା ଏହା ଅଧିକ ବେଗରେ ସଂକ୍ରମିତ ହୋଇଛି । ଦେଶରେ ସ୍କୁଲ ଓ କଲେଜ ଖୋଲିବା ପରଠୁ ଅନେକ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏବେ କରୋନା ଭାଇରସ ଆଇଆଇଏମ କୋଲକାତାରେ କାୟା ମେଲାଇଛି ।

ଗତ ୨ ଦିନ ମଧ୍ୟରେ ଆଇଆଇଏମ୍‌ କୋଲକାତାର ୬୧ ଛାତ୍ରଛାତ୍ରୀ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହେଲେଣି । କ୍ୟାମ୍ପସ ମଧ୍ୟରେ ଛାତ୍ରଛାତ୍ରୀଙ୍କର ଚିକିତ୍ସା ନିମନ୍ତେ ୩ ଜଣ ଡାକ୍ତରଙ୍କୁ ନିୟୋଜିତ କରାଯାଇଥିବା ସୂଚନା ମିଳିଛି ।

କରୋନାର ଦ୍ୱିତୀୟ ଲହରୀକୁ ଦୃଷ୍ଟିରେ ରଖି ଏପ୍ରିଲ ଆରମ୍ଭ ସୁଦ୍ଧା ୫୭୦ ଜଣ ଛାତ୍ରଛାତ୍ରୀ କ୍ୟାମ୍ପସ ଛାଡ଼ି ସାରିଥିଲେ । ଏବେ କ୍ୟାମ୍ପସ ମଧ୍ୟରେ ୩୩୫ ଜଣ ଛାତ୍ରଛାତ୍ରୀ ଥିବା ବେଳେ ସେମାନଙ୍କ ମଧ୍ୟରୁ ୬୧ ଜଣ କରୋନା ସଂକ୍ରମିତ ଅଛନ୍ତି । ସମସ୍ତ ସଂକ୍ରମିତ ଛାତ୍ରଛାତ୍ରୀଙ୍କୁ କ୍ୟାମ୍ପସ ମଧ୍ୟରେ ଆଇସୋଲେସନ୍‌ରେ ରଖାଯାଇଛି ।

   Related Posts