Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

ଡେଲଟା ପ୍ଲସ୍ ଭାରିଏଣ୍ଟ ବିଶେଷ ଘାତକ ନୁହେଁ : ଆଇଏଲଏସ ନିର୍ଦ୍ଦେଶକ

26/06/2021 at 12:46 PM

ଭୁବନେଶ୍ବର ।୬: ଡେଲଟା ପ୍ଲସ୍ ଭାରିଏଣ୍ଟ ବିଶେଷ ଘାତକ ନୁହେଁ । ଯଦି ଘାତକ ହୋଇଥାନ୍ତା ତେବେ ଏହା ଦେବଗଡ଼ ଜିଲ୍ଲାରେ ବ୍ୟାପି ସାରିଥାନ୍ତା ବୋଲି ଆଇଏଲଏସ ନିର୍ଦ୍ଦେଶକ ଅଜୟ ପରିଡା କହିଛନ୍ତି ।

 ମାତ୍ର ଆମକୁ ସତର୍କ ରହିବାକୁ ପଡିବ। ଯେହେତୁ ସେ ସୁସ୍ଥ ହୋଇ ସାରିଛନ୍ତି ବର୍ତ୍ତମାନ କୌଣସି କଣ୍ଟାକ୍ଟ ଟ୍ରେସିଂର ଆବଶ୍ୟକତା ନାହିଁ । ଆଇଏଲଏସରେ ଜାନୁଆରୀରୁ ଜେନମ ସିକ୍ୟୁଏନସିଂ କରଯାଇଥିଲା । ଓଡ଼ିଶା, ବିହାର, ଛତିଶଗଡ଼, ଝାଡ଼ଖଣ୍ଡ ଭଳି ୪ ରାଜ୍ୟରୁ ୩୮୦୦ ସାମ୍ପୁଲ ଜେନମ ସିକ୍ୟୁଏନସିଂ ପାଇଁ ସଂଗ୍ରହ କରାଯାଇଥିଲା । ସେ ମଧ୍ୟରୁ ଓଡ଼ିଶାରୁ ୧୧୦୦ ସାମ୍ପୁଲ ସଂଗ୍ରହ ହୋଇଥିଲା । ଯେଉଁଥିରୁ ମାତ୍ର ଗୋଟିଏ ଡେଲଟା ପ୍ଲସ୍ ସଂକ୍ରମିତ ଚିହ୍ନଟ ହୋଇଥିଲେ । ସମଗ୍ର ଦେଶରୁ ୪୬ ହଜାର ସାମ୍ପୁଲ ସଂଗ୍ରହ କରାଯାଇ ଥିଲା ସେଥିମଧ୍ୟରୁ ୪୮ଟି କେସ୍ ସାମ୍ନାକୁ ଆସିଛି ଯାହା ମାତ୍ର ୦.୦୧ ପ୍ରତିଶତ ।

ଆଗାମୀ ଦିନରେ ଏହା କେତେ ପ୍ରଭାବ ରଖିବ ତାହା ଉପରେ ରିସର୍ଚ୍ଚ ଚାଲିଛି । ମାତ୍ର ଆମକୁ ସତର୍କ ହୋଇ ରହିବାକୁ ପଡ଼ିବ । ଯଦି ଆମେ ସତର୍କ ନ ରହିବା ତେବେ ଭାଇସରକୁ ଆମେ ଆମନ୍ତ୍ରଣ କରିବା ଭଳି ହେବ ।  ଅନଲକ ହେବା ପରେ ସମସ୍ତେ ନିୟମ ମାନନ୍ତୁ ।  ଅମାନିଆ ହେବା ଆମ ପାଇଁ ବିପଦ ସୃଷ୍ଟି କରିପାରେ ।

ଭ୍ୟାକ୍ସିନ ନେବା ପରେ କେତେ ଲୋକ ସଂକ୍ରମିତ ହେଇଛନ୍ତି ତାହାର ତର୍ଜମା ଚାଲିଛି । ରାଜ୍ୟ ସରକାର ଗଠନ କରିଥିବା କମିଟିର ପ୍ରଥମ ବୈଠକ ଶେଷ ହୋଇଛି । ସେଥିରେ ସମସ୍ତ ଜିଲ୍ଲାମାନଙ୍କୁ ରିପୋର୍ଟ ମଗାଯାଇଛି । ଆସନ୍ତା ସପ୍ତାହରେ ଦ୍ବିତୀୟ ବୈଠକ ବସିବ । ସମସ୍ତ ଡାଟାକୁ ବିଶ୍ଳେଷଣ କରିବା ପରେ ସେ ଦିଗରେ ଅଧିକ ଆଲୋଚନା କରାଯିବ ।

   Related Posts