Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ଅପ୍‌ଡେଟ୍‌: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାତିଲ୍‌ ହେଲା ଟ୍ରେନ୍‌
  • ||
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||

ମୌସୁମି ଅଧିବେଶନ: ସର୍ବଦଳୀୟ ବୈଠକରେ କହିଲେ ମୋଦୀ- ସଂସଦରେ ସରକାର ସବୁ ବିଷୟରେ ଆଲୋଚନା କରିବାକୁ ପ୍ରସ୍ତୁତ

18/07/2021 at 5:15 PM

ନୂଆଦିଲ୍ଲୀ ୧୮।୦୭:  ସଂସଦର ମୌସୁମି ଅଧିବେଶନ ଆରମ୍ଭ ହେବାର ଗୋଟିଏ ଦିନ ପୂର୍ବରୁ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସର୍ବଦଳୀୟ ବୈଠକର ଅଧ୍ୟକ୍ଷତା କରିଛନ୍ତି। ବୈଠକରେ ୩୩ ଦଳର ୪୦ରୁ ଅଧିକ ନେତା ଉପସ୍ଥିତ ଥିଲେ। ବୈଠକକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, ବିରୋଧୀ ଦଳର ନେତାଙ୍କ ସହ ସମସ୍ତ ପ୍ରତିନିଧିଙ୍କ ପ୍ରସ୍ତାବ ବହୁତ ମୂଲ୍ୟବାନ। ସଂସଦୀୟ କାର୍ଯ୍ୟ ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ବୈଠକ ପରେ ଏହି ସୂଚନା ଦେଇଛନ୍ତି।

ପ୍ରଧାନମନ୍ତ୍ରୀ କହିଛନ୍ତି, ସଂସଦରେ ସୁସ୍ଥ ଏବଂ ଉପଯୋଗୀ ବିତର୍କ ହେବା ଉଚିତ୍। ସରକାର ସଂସଦୀୟ ନିୟମ ଓ ପ୍ରକ୍ରିୟା ଅନୁଯାୟୀ, କୌଣସି ବି ବିଷୟରେ ଆଲୋଚନା କରିବାକୁ ପ୍ରସ୍ତୁତ। ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବ୍ୟତୀତ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ପିୟୂଷ ଗୋୟଲ ଉପସ୍ଥିତ ଥିଲେ।

ବୈଠକରେ ରାଜ୍ୟସଭାରେ ବିରୋଧୀ ଦଳ ନେତା ମଲ୍ଲିକାର୍ଜୁନ ଖଡଗେ ଓ ଲୋକସଭାରେ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ ମଧ୍ୟ ଅଂଶଗ୍ରହଣ କରିଥିଲେ। ଟିଏମସିର ଡେରେକ ଓ ବ୍ରାୟନ, ଡିଏମକେ ନେତା ତିରୁଚି ଶିବା, ସମାଜବାଦ ପାର୍ଟି ନେତା ରାମ ଗୋପାଲ ଯାଦବ ଓ ବିଏସପିର ସତୀଶ ମିଶ୍ରଙ୍କ ସହିତ ପ୍ରମୁଖ ବିରୋଧୀ ଦଳର ନେତା ଉପସ୍ଥିତ ଥିଲେ। ଅପନା ଦଳ ନେତା ଓ ଏନଡିଏର ସହଯୋଗୀ ଅନୁପ୍ରିୟା ପଟେଲ ଓ ଏଲଜେପି ନେତା ପଶୁପତି ପାରସ ମଧ୍ୟ ବୈଠକରେ ଯୋଗ ଦେଇଥିଲେ।

   Related Posts