Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଧାରଣ ଜନତାଙ୍କ ପାଇଁ ବଢ଼ିଲା ଚିନ୍ତା : ପିଆଜ କିଲୋ ୧୦୦ ଟଙ୍କା !
  • ||
  • ରାସ୍ତା ଝାଡୁମାରି ପ୍ରଶଂସା ସାଉଁଟିଥିବା ଟ୍ରାଫିକ୍ କନେଷ୍ଟବଳ ଲଳିତ ମୋହନ ରାଉତ ସମ୍ମାନୀତ
  • ||
  • ଲେମ୍ବୁ ପାଣିରେ ସନ୍ଧବ ଲୁଣ ମିଶାଇ ସେବନ କଲେ ନିୟନ୍ତ୍ରଣ ହୋଇଥାଏ ଓଜନ
  • ||
  • ଆକର୍ଷଣୀୟ ଚାକିରୀ: ବିସ୍କୁଟ୍ ଚାଖିବାକୁ ମିଳିବ ୪୦ ଲକ୍ଷ ଟଙ୍କା ଦରମା
  • ||
  • ଭକ୍ତଙ୍କ ପାଇଁ ଖୁସି ଖବର, ପୁରୀ ଶ୍ରୀମନ୍ଦିରରେ ମିଳିବ ମହାପ୍ରସାଦ ମିଳିବ
  • ||
  • ପୂଜା ପାଇଁ କଟକ ସହରରେ ମୁତୟନ ହେବେ ୩୦ପ୍ଲାଟୁନ ପୋଲିସ ଫୋର୍ସ
  • ||
  • ସମ୍ବଲପୁର ପଡିଆବାହଲରେ ଟ୍ରକ୍ ଚାପାରେ ମା’ ଓ ଶିଶୁପୁତ୍ରର ମୃତ୍ୟୁ
  • ||
  • ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ
  • ||
  • ସଞ୍ଜୁ ବାବାଙ୍କ ସ୍ୱାସ୍ଥ୍ୟକୁ ନେଇ ସାମ୍ନାକୁ ଆସିଲା ବଡ ଖବର
  • ||
  • ବ୍ରହ୍ମୋସ୍ ମିସାଇଲ୍ ପରୀକ୍ଷଣରେ ଭିଡିଓ ଜାରି କଲା ଭାରତୀୟ ନୌସେନା
  • ||

ଗତ ୨ ଦିନରେ ତବଲିଗୀ ସହ ଜଡିତ ୬୪୭ କରୋନା ପଜିଟିଭ ଚିହ୍ନଟ- କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ

3/04/2020 at 4:49 PM

ନୂଆଦିଲ୍ଲୀ୩/୪: ଦେଶରେ କରୋନା ଭାଇରସ୍‌ ଏବଂ ଲକ୍‌ଡାଉନକୁ ନେଇ ଶୁକ୍ରବାର ସ୍ବାସ୍ଥ୍ୟ ଓ ଗୃହ ମନ୍ତ୍ରଣାଳୟର ମିଳିତ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଏହି ଅବସରରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ ଅଗ୍ରୱାଲ କହିଛନ୍ତି ଯେ, ଗତକାଲି ଠାରୁ ଆଜି ପର୍ଯ୍ୟନ୍ତ ୩୩୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦେଶରେ ମୋଟ୍ କରୋନା ଆକ୍ରାନ୍ତ ସଂଖ୍ୟା ୨୩୦୧ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୫୬ ଜଣଙ୍କର ମୃତ୍ୟୁ ହୋଇଛି। ସଂକ୍ରମିତଙ୍କ ସଂଖ୍ୟା ମଧ୍ୟରୁ ୧୫୭ ଜଣ ସମ୍ପୂର୍ଣ୍ଣ ଭାବେ ସୁସ୍ଥ ହୋଇଛନ୍ତି।

ସେହିପରି ଲଭ୍ ଅଗ୍ରୱାଲ କହିଛନ୍ତି ଯେ, ଗତ ଦୁଇ ଦିନ ମଧ୍ୟରେ ତବଲିଗୀ ଜମାତ ସହ ଜଡିତ ୬୪୭ ମାମଲା ସାମ୍ନାକୁ ଆସିଛି। ଏଥିରେ ୟୁପି, ଆଣ୍ଡାମାନ ଏବଂ ନିକୋବର, ଆସାମ, ଦିଲ୍ଲୀ, ହିମାଚଳ, ହରିୟାଣା, ଜାମ୍ମୁ -କାଶ୍ମୀର, ଝାଡ଼ଖଣ୍ଡ , କର୍ଣ୍ଣାଟକ, ମହାରାଷ୍ଟ୍ର, ରାଜସ୍ଥାନ, ତାମିଲନାଡୁ ତେଲେଙ୍ଗାନା, ଏବଂ ଉତ୍ତରପ୍ରଦେଶର ଲୋକମାନେ ରହିଛନ୍ତି।

ଗୃହ ମନ୍ତ୍ରଣାଳୟର ଯୁଗ୍ମ ସଚିବ ପୁଣ୍ୟ ସାଲିଲା ଶ୍ରୀବାସ୍ତବ କହିଛନ୍ତି ଯେ ସ୍ବାସ୍ଥ୍ୟ ଓ ଶ୍ରମିକଙ୍କ ଉପରେ ଆକ୍ରମଣ ମାମଲାରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ସ୍ବାସ୍ଥ୍ୟକର୍ମରୀଙ୍କ ସୁରକ୍ଷା ନେଇ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ରାଜ୍ୟ ସରକାରଙ୍କୁ ଏକ ଚିଠି ଲେଖିଛନ୍ତି। ସେ କହିଛନ୍ତି ଯେ କେନ୍ଦ୍ର ଗୃହ ମନ୍ତ୍ରଣାଳୟର କଣ୍ଟ୍ରୋଲ ରୁମରେ ୭ଟି ହେଲ୍ପଲାଇନ ନମ୍ବର ରହିଛି। ବର୍ତ୍ତମାନ ଆମେ ଆଉ ଦୁଇଟି ହେଲ୍ପଲାଇନ ନମ୍ବର ଆରମ୍ଭ କରିଛୁ, ଗୋଟିଏ ହେଲା ୧୯୩୦ (ଅଲ ଇଣ୍ଡିଆ ଟୋଲଫ୍ରି ନମ୍ବର) ଏବଂ ଅନ୍ୟଟି ହେଲା ୧୯୪୪। ଅନ୍ୟଅପଟେ ଆଇସିଏମଆର କହିଛି ଯେ ଗତ ୨୪ ଘଣ୍ଟା ମଧ୍ୟରେ COVID-19 ପାଇଁ ୮୦୦୦ ନମୁନା ପରୀକ୍ଷା କରାଯାଇଥିଲା।

   Related Posts