Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ଘାରୁଛି କରୋନା ମୃତ୍ୟୁ, ସେପଟେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୯୧୩ ସଂକ୍ରମିତ
  • ||
  • ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍: ଲେଖିଲେ, ଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଟଙ୍କା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି: ଜାଣନ୍ତୁ କିଏ, କେଉଁଠି
  • ||
  • ବରଗଡ଼: ‘ନୋ କ୍ଲାସ୍ ନୋ ଫି’ ଦାବିରେ ଜିଲ୍ଲାପାଳଙ୍କୁ ଘେରିଲେ କଲେଜ ଛାତ୍ରଛାତ୍ରୀ
  • ||
  • ନାବାଳିକାକୁ ଦୁଷ୍କର୍ମ ପରେ ବିଷ ଦେଇ ହତ୍ୟା କରିଥିଲା ସଂପର୍କୀୟ କକା: ଏମିତି ଅଭିଯୋଗ ନେଇ ଜିଲ୍ଲାପାଳଙ୍କୁ ଘେରିଲେ ମହିଳା
  • ||
  • ମାଲକାନଗିରି :ପଡିଆ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ମେଡିକାଲ ଅଫିସରଙ୍କୁ ଗିରଫ କଲା ଭିଜିଲାନ୍ସ
  • ||
  • ମାଲକାନଗିରି : ଜମିବାଡି ବିବାଦରୁ ହତ୍ୟାକାଣ୍ଡ ! ହତ୍ୟା କରି ଫିଙ୍ଗିଦେଲେ ଘର ଆଗରେ
  • ||
  • ଝାରସୁଗୁଡା : ଟେଣ୍ଟ ହାଉସ୍ ଗୋଦାମରେ ଅଗ୍ନିକାଣ୍ଡ, ୫୦ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡି ଭସ୍ମୀଭୂତ
  • ||
  • ଭୁବନେଶ୍ବର : ଓଟିଭିରୁ ଇସ୍ତଫା ଦେଲେ ନିହାର ରଞ୍ଜନ ଭୂୟାଁ
  • ||
  • କଟକ : ଘରୋଇ ସ୍କୁଲ ଫି’ କମାଇବା ମାମଲା : ଫି’ କେତେ କମିବ ସତ୍ୟପାଠ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
  • ||

ଦେଶର ୫ ରାଜ୍ୟରେ କରୋନା ମୃତ୍ୟୁହାର ୭୦%, ଦିଲ୍ଲୀରେ ପୁଣି ବଢ଼ିଲା ସଂକ୍ରମଣ

7/09/2020 at 3:07 PM

ନୂଆଦିଲ୍ଲୀ ୦୭/୦୯: ଦେଶରେ କରୋନା ମହାମାରୀ କାୟା ବିସ୍ତାର କରିଛି । କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ୁଛି । ଦେଶର ବଡ଼ ବଡ଼ ସହରରୁ ଛୋଟ ସହରରେ ସଂହାରଲୀଳା ରଚିଛି ମହାମାରୀ କରୋନା । ଭାରତରେ ୯୦,୮୦୨ ନୂଆ କରୋନା ପଜିଟଭ୍‌ ଚିହ୍ନଟ ହୋଇଥିବା ବେଳେ ଗତ ୨୪ ଘଣ୍ଟାରେ ୧୦୧୬ ଜଣ ମୃତ୍ୟୁବରଣ କରିଛନ୍ତି ।

ସ୍ବାସ୍ଥ୍ୟ ମନ୍ତ୍ରଳାୟ ତଥ୍ୟ ଅନୁସାରେ ଏବେସୁଦ୍ଧା ଦେଶରେ ମୋଟ ୭୧୬୪୨ ଲୋକଙ୍କ ଜୀବନ ନେଇଛି କରୋନା ଭୂତାଣୁ । ମିଳିଥିବା ତଥ୍ୟ ଅନୁସାରେ ଭାରତରେ କରୋନା ଭାଇରସ୍‌ ପାଇଁ ହୋଇଥିବା ୭୦ ପ୍ରତିଶତ ମୃତ୍ୟୁ ୫ ରାଜ୍ୟ-ମହାରାଷ୍ଟ୍ର, ତାମିଲନାଡୁ, କର୍ଣ୍ଣାଟକ, ଦିଲ୍ଲୀ ଓ ଆନ୍ଧ୍ରପ୍ରଦେଶରେ ହୋଇଛି।

ଗୋଟିଏ ପଟେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟାରେ ଦେଶରେ ୬୯,୫୬୪ ଜଣ କରୋନ ସଂଗ୍ରାମରେ ବିଜୟୀ ହୋଇଛନ୍ତି। ଏହାସହ ଦେଶରେ ପାଖାପାଖି ୩୨.୫ ଲକ୍ଷ କରୋନା ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଭାରତରେ ସୁସ୍ଥ ହାର ବୃଦ୍ଧି ପାଇ ୭୭.୩୧ ପ୍ରତିଶତରେ ପହଞ୍ଚିଛି।

ଅନ୍ୟପଟେ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୨,୦୪,୬୧୪ରେ ପହଞ୍ଚିଛି । ସେଥିମଧ୍ୟରୁ ୮,୮୨,୫୪୨ ସକ୍ରିୟ ମାମଲା ରହିଛି । ତେବେ ଏବେସୁଦ୍ଧା କରୋନାରୁ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା ୩୨,୫୦,୪୨୯ରେ ପହଞ୍ଚିଛି।

ଦେଶର ରାଜଧାନୀ ଦିଲ୍ଲୀରେ ପୁଣି କରୋନା ସଂକ୍ରମଣ ବୃଦ୍ଧି ପାଇଛି । ଗୋଟିଏ ଦିନରେ ସର୍ବାଧିକ ୩,୨୫୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାସହ ୨୪ ଘଣ୍ଟାରେ ୨୯ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା ।

   Related Posts