Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆମେରିକାର ପ୍ରଥମ ମହିଳା ଉପରାଷ୍ଟ୍ରପତି ହେଲେ କମଳା ହ୍ୟାରିସ୍
  • ||
  • ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଜୋ ବାଇଡେନ୍‌
  • ||
  • ଆମେରିକାର ଉପ ରାଷ୍ଟ୍ରପତି ଭାବେ ଶପଥ ନେଲେ କମଳା ହ୍ୟାରିସ୍‌
  • ||
  • ଚାଷୀଙ୍କ ସହ ୧୦ମ ରାଉଣ୍ଡ ଆଲୋଚନା ଶେଷ, ସରକାର କହିଲେ ପ୍ରତ୍ୟାହାର ହେବନି କୃଷି ଆଇନ
  • ||
  • ପୋଖରୀରୁ ମିଳିଲା ମୁଣ୍ଡ ବିହୀନ ମୃତଦେହ, ପୋଲିସ ଆରମ୍ଭ କଲା ଖୋଳତାଡ଼
  • ||
  • ଢ଼େଙ୍କାନାଳ: ବନ ବିଭାଗର ଅତର୍କିତ ଚଢ଼ାଉ, ବିଭିନ୍ନ ବନ୍ୟଜନ୍ତୁଙ୍କ ଜାଲ ଜବତ, ୪ ଶିକାରୀ ଗିରଫ
  • ||
  • ବଲାଙ୍ଗୀର : ଟାଇଲ କାମ ବେଳେ ଅଘଟଣ, ଚାପି ହୋଇ ଜଣେ ଶ୍ରମିକ ମୃତ, ୨ ଗୁରୁତର
  • ||
  • ଢେଙ୍କାନାଳ : ଟ୍ରକ୍ ପଛରେ ଧକ୍କା ହେଲା ବାଇକ୍, ବାପା ମୃତ, ଝିଅ ଗୁରୁତର
  • ||
  • ଅନୁଗୋଳ : ଗଛ ତଳୁ ନବଜାତ ଶିଶୁ ପୁତ୍ର ଉଦ୍ଧାର
  • ||
  • ଭୁବନେଶ୍ବର : ବିଜେଡିରେ ମିଶିଲେ କରଞ୍ଜିଆ ଏନଏସିର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ
  • ||

ଆରୋନ ଫିଞ୍ଚ୍ ଓ ଷ୍ଟିଭ୍ ସ୍ମିଥଙ୍କ ଦମଦାର ଶତକ, ଭାରତକୁ ୩୭୫ ରନ୍‌ର ଟାର୍ଗେଟ୍ ଦେଲା ଅଷ୍ଟ୍ରେଲିଆ

27/11/2020 at 1:21 PM

ସିଡନୀ,୨୭/୧୧:   ସିଡନୀରେ ଖେଳାଯାଉଥିବା ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆରେ ଭାରତ ସାମ୍ନାରେ ୩୭୫ ରନ୍‌ର ବିଶାଳ ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଛି ଅଷ୍ଟ୍ରେଲିଆ । ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆ ନିର୍ଦ୍ଧାରିତ ୫୦ ଓଭରରେ ୬ ଓ୍ୱିକେଟ୍ ହରାଇ ୩୭୪ ରନ୍ କରିଛି । ଭାରତକୁ ବିଜୟ ପାଇଁ ୩୭୫ ରନ୍ ଆବଶ୍ୟକ ।

ଟସ୍ ଜିତି ବ୍ୟାଟିଂ କରୁଥିବା ଅଷ୍ଟ୍ରେଲିଆ ଆରମ୍ଭରୁ ଆକ୍ରମଣାତ୍ମକ ଖେଳିଥିଲା । ୨ ଓପନର ଡେଭିଡ୍ ଓ୍ୱାର୍ଣ୍ଣର ଓ ଆରୋନ ଫିଞ୍ଚ୍ ଆକର୍ଷଣୀୟ. ବ୍ୟାଟିଂ କରିଥିଲେ । ଫିଞ୍ଚ୍ ଶତକ ଲଗାଇଥିଲେ । ସେ ୧୨୪ ବଲରୁ ୧୧୪ ରନ୍ କରିଥିଲେ । ଓ୍ୱାର୍ଣ୍ଣର ୬୯ ରନ୍ କରିଥିଲେ । ସେହିପରି ଷ୍ଟିଭ୍ ସ୍ମିଥ୍ ଦ୍ରୁତ ରନ୍ କରିଥିଲେ । ସେ ମଧ୍ୟ ଶତକ ଅର୍ଜନ କରିଥିଲେ । ସେ ୬୬ ବଲରୁ ୧୦୫ ରନ୍ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଗ୍ଲେନ୍ ମାକ୍ସଓ୍ୱେଲ ୧୯ ବଲରୁ ୪୫ ରନ୍ କରିଥିଲେ । ଫଳରେ ଦଳ ନିର୍ଦ୍ଧାରିତ ୫୦ ଓଭରରେ ୬ ଓ୍ୱିକେଟ୍ ହରାଇ ୩୭୪ ରନ୍ କରିଥିଲା ।

ଭାରତ ପକ୍ଷରୁ ମହମ୍ମଦ ସାମି ୩ଟି ଓ୍ୱିକେଟ୍ ନେଇଥିବା ବେଳେ ଜସପ୍ରିତ ବୁମରାହ, ନବଦୀପ ସାଇନୀ, ୟୁଜବେନ୍ଦ୍ର ଚହଲ ଗୋଟିଏ ଲେଖାଏଁ ଓ୍ୱିକେଟ୍ ନେଇଥିଲେ ।

   Related Posts