Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ମକର ଯାତ୍ରାରୁ ନାବାଳିକାଙ୍କୁ ଟେକି ନେଇ ନଦୀପଠାରେ ଗଣଦୁଷ୍କର୍ମ, ଥାନାରେ ଏତଲା, ଭାଇରାଲ୍ ଭିଡିଓ ନେଇ ପୋଲିସର ଛାନଭିନ୍
  • ||
  • କେନ୍ଦ୍ରାପଡା : ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ, ସିଡିଏମ୍‌ଓଙ୍କ କାର୍ଯ୍ୟାଳୟ ଆଗରେ ମୃତଦେହ ରଖି ପରିବାର ଲୋକଙ୍କ ଧାରଣା
  • ||
  • ବୌଦ୍ଧ : ATMରୁ ବାହାରିଲା କାଗଜ ପେଷ୍ଟ ଥିବା ୨୦ଟି ୫ଶହ ଟଙ୍କିଆ ନୋଟ୍, ଫେରସ୍ତ ନେବାକୁ ମନାକଲା ବ୍ୟାଙ୍କ୍ !
  • ||
  • ଭୁବନେଶ୍ବର : ରାଜ୍ୟରେ ବୁଧବାରଠୁ ପୁଣି ଟିକାକରଣ, ଟିକା ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ଜଣ ସ୍ଵାସ୍ଥ୍ୟକର୍ମୀ
  • ||
  • ସମ୍ବଲପୁର : କିନ୍ନରଙ୍କଠାରୁ ୩ବର୍ଷର ଶିଶୁ କନ୍ୟାକୁ ଉଦ୍ଧାର କଲା ଚାଇଲ୍ଡ ଲାଇନ୍, ଚୋରି ସନ୍ଦେହ
  • ||
  • ଭୁବନେଶ୍ବର : STF ପଞ୍ଝାରେ ଧଳା ଜହର ବେପାରୀ, କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ
  • ||
  • ନବରଙ୍ଗପୁର : ଚଳନ୍ତା କାର୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଢେଙ୍କାନାଳ : ହାତୀ ପୁଣି ନେଲା ଆଉ ଜଣଙ୍କ ଜୀବନ, ଶୌଚ ହେବାକୁ ଯାଇଥିବା କଚାଡି ମାରିଲା ଦନ୍ତା
  • ||
  • ବଲାଙ୍ଗୀର : ବିଚାରାଧୀନ କଏଦୀ ମୃତ, ହତ୍ୟା ମାମଲାରେ ଥିଲେ ଅଭିଯୁକ୍ତ
  • ||
  • ଶହେ ତଳକୁ ଖସିଲା ଦୈନିକ ସଂକ୍ରମିତଙ୍କ ସଂଖ୍ୟା : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୯ କୋଭିଡ୍ ପଜିଟିଭ୍‌, ୩୩୪୫୨୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ଭାରତୀୟ ବୋଲରଙ୍କ ବୋଲିଂରେ କଙ୍ଗାରୁ ବ୍ୟାଟସମ୍ୟାନ୍ ଚିତ୍‌ପଟାଙ୍ଗ, ଘରୋଇ ଟିମ୍‌ର ପ୍ରଥମ ଇନିଂସ ୧୯୫ରେ ଶେଷ

26/12/2020 at 12:02 PM

ମୁମ୍ବାଇ,୨୬/୧୨:  ମେଲବର୍ଣ୍ଣର ଏମସିଜି ଗ୍ରାଉଣ୍ଡରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟରେ ଭାରତୀୟ ବୋଲରଙ୍କ ଆଧିପତ୍ୟ ଦେଖିବାକୁ ମିଳିଛି । ଟେଷ୍ଟର ପ୍ରଥମ ଇନିଂସରେ ଘରୋଇ ଦଳ ଅଷ୍ଟ୍ରେଲିଆ ଭାରତୀୟ ବୋଲରଙ୍କ ସାମ୍ନା କରିନପାରି ୧୯୫ରେ ଅଲଆଉଟ୍ ହୋଇଯାଇଛି । ମ୍ୟାଚ୍ ଆରମ୍ଭରୁ ପ୍ରଥମ ଇନିଂସ ଶେଷ ଯାଏଁ ଭାରତୀୟ ବୋଲର କଙ୍ଗାରୁ ବ୍ୟାଟସମ୍ୟାନଙ୍କୁ ବାନ୍ଧିକରି ରଖିଥିଲେ ।

ଦ୍ୱିତୀୟ ଟେଷ୍ଟରେ ପ୍ରଥମେ ବ୍ୟାଟିଂ ପାଇଁ ପଡିଆକୁ ଓହ୍ଲାଇଥିବା ଅଷ୍ଟ୍ରେଲିଆକୁ ଆରମ୍ଭରୁ ଝଟକା ଲାଗିଥିଲା । ଦଳର ଓପନର ଜୋଏ ବର୍ଣ୍ଣସ୍ ବିନା କୌଣସି ରନରେ ପ୍ୟାଭିଲିୟନ ଫେରିଥିଲେ । ଏହାପରେ ମାଥ୍ୟୁ ଓ୍ୱାଡେ ୩୦ ରନ୍ କରି ପ୍ୟାଭିଲିୟନ ଫେରିଥିଲେ । ସେହିପରି ଷ୍ଟିଭ୍ ସ୍ମିଥ୍ ୦, ଟ୍ରାଭିସ୍ ହେଡ୍ ୩୮, କ୍ୟାମେରନ୍ ଗ୍ରୀନ୍ ୧୨ ଓ ଟିମ୍ ପେନ୍ ୧୩ ରନ୍ କରି ଆଉଟ୍ ହୋଇଥିଲେ । ଚା’ ବିରତି ବେଳକୁ ଅଷ୍ଟ୍ରେଲିଆ ୫ଟି ଓ୍ୱିକେଟ ହରାଇ ସଙ୍କଟରେ ପଡିଥିଲା । ସେହିପରି ମିଚେଲ୍ ଷ୍ଟାର୍କ ୭, ନାଥାନ ଲାୟନ ୨୦ କରି ଆଉଟ୍ ହୋଇଥିଲେ ।

ଭାରତୀୟ ବୋଲରଙ୍କ ସାମ୍ନା କରିବାରେ ଅଷ୍ଟ୍ରେଲିଆ ଟିମ୍ ସମ୍ପୂର୍ଣ୍ଣ ଭାବେ ବିଫଳ ହୋଇଛି । ଭାରତ ପକ୍ଷରୁ ଜସପ୍ରିତ ବୁମରାହ ୪ ଓ୍ୱିକେଟ୍ ନେଇଥିବା ବେଳେ ଆର ଅଶ୍ୱିନ ତିନୋଟି, ମହମ୍ମଦ ସିରାଜ ୨ଟି ଓ ରବିନ୍ଦ୍ର ଜାଡେଜା ଗୋଟିଏ ଶିକାର କରିଥିଲେ ।

ଶେଷ ଖବର ସୁଦ୍ଧା ଭାରତ ପ୍ରଥମ ଇନିଂସରେ ବିନା କୌଣସି ରନରେ ଗୋଟିଏ ଓ୍ୱିକେଟ୍ ହରାଇ ସାରିଛି । ମୟଙ୍କ ଅଗ୍ରଓ୍ୱାଲ ୦ ରନ୍ କରି ମିଚେଲ ଷ୍ଟାର୍କଙ୍କ ଦ୍ୱାରା ଆଉଟ୍ ହୋଇଛନ୍ତି । କ୍ରିଜରେ ଶୁଭମନ ଗିଲ୍ ଓ ଚେତଶ୍ୱର ପୂଜାରା ବ୍ୟାଟିଂ କରୁଛନ୍ତି ।  

   Related Posts