Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

କମୁନି ସଂକ୍ରମଣ : ଆଜି ବି ଦେଶରେ ୪ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ, ୪୦୯୨ ମୃତ

9/05/2021 at 9:41 AM

ନୂଆଦିଲ୍ଲୀ, ୦୯।୦୫: ସ୍ଥିତି ଅସମ୍ଭାଳ । ଭୟଙ୍କର । ଦେଶରେ କରୋନା ସଂକ୍ରମଣ ହହୁ ହୋଇ ବଢିଚାଲିଛି। ଦୈନିକ ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪ ଲକ୍ଷ ୩ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୦୯୨ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪ ଲକ୍ଷ ୩  ହଜାର  ୭୩୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୦୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୪୦୯୨ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୨୨ ଲକ୍ଷ ୯୬ ହଜାର ୪୧୪ରେ ପହଞ୍ଚିଛି।

ଏତତ୍ ବ୍ୟତୀତ  ମୃତ୍ୟୁସଂଖ୍ୟା ୨ ଲକ୍ଷ ୪୨ ହଜାର ୩୬୨ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୮୩ ଲକ୍ଷ ୧୭ ହଜାର ୪୦୪ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୩୭୩୬୬୪୮।

   Related Posts