Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ଡରାଉଛି ମହାମାରୀ : ୨୪ ଘଣ୍ଟାରେ ୪ ଲକ୍ଷରୁ ଅଧିକ କେସ୍, ୪୧୮୭ ମୃତ

8/05/2021 at 9:44 AM

ନୂଆଦିଲ୍ଲୀ, ୦୮।୦୫: ସ୍ଥିତି ଅସମ୍ଭାଳ । ଭୟଙ୍କର । ଦେଶରେ କରୋନା ସଂକ୍ରମଣ ହହୁ ହୋଇ ବଢିଚାଲିଛି। ଦୈନିକ ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪ ଲକ୍ଷ ୧ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୧୮୭ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪ ଲକ୍ଷ ୧  ହଜାର  ୦୭୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୦୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୪୧୮୭ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୧୮ ଲକ୍ଷ ୯୨ ହଜାର ୬୭୬ରେ ପହଞ୍ଚିଛି।

ଏତତ୍ ବ୍ୟତୀତ  ମୃତ୍ୟୁସଂଖ୍ୟା ୨ ଲକ୍ଷ ୩୮ ହଜାର ୨୭୦ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୭୯ ଲକ୍ଷ ୩୦ ହଜାର ୯୬୦ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୩୭୨୩୪୪୬।

   Related Posts