୨ ଲକ୍ଷ ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଦେଶରେ ୧ଲକ୍ଷ ୯୬ ହଜାରରୁ ଅଧିକ ପଜିଟିଭ୍, ୩୫୧୧ ମୃତ

Published By : Prameya-News7 Bureau | May 25, 2021 IST

ନୂଆଦିଲ୍ଲୀ,୨୫/୦୫:  ଦେଶରେ କରୋନା ସଂକ୍ରମଣ ହହୁ ହୋଇ ବଢିଚାଲିଛି।କିନ୍ତୁ ୪  ଲକ୍ଷ ଟ୍ରେଣ୍ଡ୍ ପରେ  ଦୈନିକ ଆକ୍ରାନ୍ତ ସଂଖ୍ୟା ୩ ଲକ୍ଷ ଓ ଏବେ ୨ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୯୬ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୫୧୧ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧ ଲକ୍ଷ ୯୬  ହଜାର  ୪୨୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୫୦୦ଟପିଛି । ୨୪ ଘଣ୍ଟା ମଧ୍ୟରେ ୩୫୧୧ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୬୯ ଲକ୍ଷ ୪୮ ହଜାର ୮୭୪ରେ ପହଞ୍ଚିଛି।

wp:html /wp:html

ଏତତ୍ ବ୍ୟତୀତ  ମୃତ୍ୟୁସଂଖ୍ୟା ୩ ଲକ୍ଷ ୦୭ ହଜାର ୨୩୧ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୪୦ ଲକ୍ଷ ୫୪ ହଜାର ୮୬୧ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୨୫୮୬୭୮୨।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.