ତଳମୁହାଁ ସଂକ୍ରମଣ : ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬୨ ହଜାରରୁ ଅଧିକ ପଜିଟିଭ୍, ୧୫୮୭ ମୃତ

Published By : Prameya-News7 Bureau | June 18, 2021 IST

ନୂଆଦିଲ୍ଲୀ ୧୮/୬ : ଦେଶରେ କରୋନା ସଂକ୍ରମଣ ତଳମୁହାଁ ହେବାରେ ଲାଗିଛି । ୨ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫୮୭ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୬୨,୪୮୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୫୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୧୫୮୭ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୯୭ଲକ୍ଷ ୬୨ ହଜାର ୭୯୩ରେ ପହଞ୍ଚିଛି ।

wp:html /wp:html


ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୮୩ ହଜାର ୪୯୩ ରେ ପହଞ୍ଚିଛି । ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୮୫ ଲକ୍ଷ ୮୦ ହଜାର ୬୪୭ରେ ପହଁଚିଛି । ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୭୯୮୬୫୬ । ଗତ ୭୩ ଦିନରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ତଳକୁ ଖସିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.