ଖସୁଛି ପାରଦ, ଥମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୧ ଲକ୍ଷ ୩୨ ହଜାରରୁ ଅଧିକ ପଜିଟିଭ୍, ୩୨୦୭ ମୃତ

Published By : Prameya-News7 Bureau | June 02, 2021 IST

ନୂଆଦିଲ୍ଲୀ, ୨/୦୬ : ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି । ୨ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ଏବେ ଦେଢ ଲକ୍ଷ ତଳକୁ ଖସିଛି ପାରା । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୩୨ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୨୦୭ ଜଣଙ୍କ ମୃତ୍ୟୁ ହୋଇଛି ।

wp:html /wp:html

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧ ଲକ୍ଷ ୩୨ ହଜାର ୭୮୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୨୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୩୨୦୭ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨ କୋଟି ୮୩ ଲକ୍ଷ ୦୭ ହଜାର ୮୩୨ରେ ପହଞ୍ଚିଛି ।
ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୩୫ ହଜାର ୧୦୨ରେ ପହଞ୍ଚିଛି । ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୬୧ ଲକ୍ଷ ୭୯ ହଜାର ୦୮୫ ରେ ପହଁଚିଛି । ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୭୯୩୬୪୫ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.