ତଳମୁହାଁ କରୋନା ଗ୍ରାଫ୍ : ଦେଶରେ ୨୪ ଘଣ୍ଟାରେ ୧ ଲକ୍ଷ ୫୨ ହଜାରରୁ ଅଧିକ ସଂକ୍ରମିତ, ୩୧୨୮ମୃତ

Published By : Prameya-News7 Bureau | May 31, 2021 IST

ନୂଆଦିଲ୍ଲୀ ୩୧/୫ : ଦେଶରେ କମିବାରେ ଲାଗିଛି କରୋନା ସଂକ୍ରମଣ । ଗତ ସପ୍ତାହରେ ଟ୍ରେଣ୍ଡ ୪ ଲକ୍ଷ ତଳକୁ ଖସିଆସି ୩ ଲକ୍ଷ ଛୁଇଁଥିଲା । ହେଲେ ଏବେ ଏଇ କିଛିଦିନ ହେବ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୫୨ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୧୨୮ ଜଣଙ୍କ ମୃତ୍ୟୁ ହୋଇଛି ।

wp:html /wp:html

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧ ଲକ୍ଷ ୫୨ ହଜାର ୭୩୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୧୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୩୧୨୮ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୮୦ଲକ୍ଷ ୪୭ ହଜାର ୫୩୪ରେ ପହଞ୍ଚିଛି ।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୨୯ ହଜାର ୧୦୦ରେ ପହଞ୍ଚିଛି । ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୫୬ ଲକ୍ଷ ୯୨ ହଜାର ୩୪୨ରେ ପହଁଚିଛି । ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୨୦,୨୬,୦୨୯ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.