Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ବାରବାଟୀରେ ଭାରତ-ଓ୍ୱେଷ୍ଟଇଣ୍ଡିଜ୍ ଟି୨୦ ! ବିସିସିଆଇ ଆପେକ୍ସ ବୈଠକରେ ଲାଗିପାରେ ମୋହର

20/09/2021 at 9:37 AM

କଟକ, ୨୦।୦୯ :   ଫେବୃଆରୀ ୧୫ରେ ବାରବାଟୀରେ ଖେଳାଯିବ ଭାରତ-ଇଣ୍ଡିଜ୍ ଟି-୨୦ । ଭାରତୀୟ କ୍ରିକେଟ୍ ଦଳର ଘରୋଇ ଶୃଙ୍ଖଳାର ଖେଳସୂଚୀ ପ୍ରସ୍ତୁତ ହୋଇଛି । ଖେଳସୂଚୀ ଅନୁସାରେ କଟକର ବାରବାଟୀ ଷ୍ଟାଡିୟମ୍ ରେ ୨୦୨୨ ଫେବୃଆରୀ ୧୫ରେ ଭାରତ ଓ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ୩ ମ୍ୟାଚ୍ ଶୃଙ୍ଖଳାର ପ୍ରଥମ ଟ୍ବେଣ୍ଟି୨୦ ମ୍ୟାଚ୍ ଖେଳାଯିବ। ଆଜି ଦୁବାଇରେ ବିସିସିଆଇ ଆପେକ୍ସ କାଉନ୍ ସିଲ ବୈଠକ ଥିବାରୁ ଏଥିରେ ଖେଳସୂଚୀ ଉପରେ ଚୂଡ଼ାନ୍ତ ମୋହର ଲାଗିପାରେ।

୨୦୨୧-୨୦୨୨ ଘରୋଇ କ୍ରିକେଟ୍ ଋତୁ ଲାଗି ବିସିସିଆଇ ଆନ୍ତର୍ଜାତିକ ଖେଳସୂଚୀ ପ୍ରସ୍ତୁତ କରିଛି। ଏହା ଅନୁସାରେ ୪ଟି ଦଳ- ନ୍ୟୁଜିଲାଣ୍ଡ, ୱେଷ୍ଟଇଣ୍ଡିଜ୍, ଶ୍ରୀଲଙ୍କା ଓ ଦକ୍ଷିଣ ଆଫ୍ରିକା ଭାରତ ଗସ୍ତରେ ଆସିବେ। ଏହି ୪ଟି ଗସ୍ତ ପାଇଁ ବିସିସିଆଇ ଖେଳସୂଚୀ ପ୍ରସ୍ତୁତ କରିଛି। ପୂରା ଖେଳସୂଚୀ ସହ କେଉଁଦିନ କେଉଁ ମ୍ୟାଚ୍ କେଉଁ ସହରରେ ଖେଳାଯିବ; ବିସିସିଆଇ ତାହାର ନିଷ୍ପତ୍ତି ନେଇସାରିଛି ବୋଲି ଜଣାପଡିଛି। ତେବେ ବିସିସିଆଇ ଏହି ଖେଳସୂଚୀକୁ ଔପଚାରିକ ଭାବେ ଘୋଷଣା କରିନାହିଁ।

ବିସିସିଆଇ ଖେଳସୂଚୀ ପ୍ରସ୍ତୁତକରି ୪ଟି ପ୍ରତିଯୋଗୀ ଦେଶ- ନ୍ୟୁଜିଲାଣ୍ଡ, ୱେଷ୍ଟଇଣ୍ଡିଜ୍, ଶ୍ରୀଲଙ୍କା ଓ ଦକ୍ଷିଣ ଆଫ୍ରିକା କ୍ରିକେଟ୍ ବୋର୍ଡକୁ ଅନୁମୋଦନ ପାଇଁ ପଠାଇ ଦେଇଛି। ସମସ୍ତ ବୋର୍ଡ ଏହି ଖେଳସୂଚୀକୁ ଅନୁମୋଦନ କଲେ; ଏହାକୁ ବିଧିବଦ୍ଧ ଭାବେ ବିସିସିଆଇ ଘୋଷଣା କରିବ। ଖେଳସୂଚୀ ଅନୁମୋଦନ ହେଲେ ଓଡ଼ିଶା କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏହା ଏକ ଖୁସିର ଖବର ହେବ। ୨୦୧୯ ଡିସେମ୍ବର ୨୨ରେ କଟକର ବାରବାଟୀ ଷ୍ଟାଡିୟମ୍ ରେ ଶେଷଥର ଆନ୍ତର୍ଜାତିକ ମ୍ୟାଚ୍ ଖେଳା ଯାଇଥିଲା। ୱେଷ୍ଟଇଣ୍ଡିଜ୍ କୁ ଦିନିକିଆ ମ୍ୟାଚ୍ ରେ ଭାରତ ପରାସ୍ତ କରିଥିଲା। ପୁଣି ବାରବାଟୀରେ ୨ଟି ଟ୍ବେଣ୍ଟି୨୦ ମ୍ୟାଚ୍ ଖେଳା ଯାଇଥିବା ବେଳେ ଫେବୃଆରୀ ୧୫ରେ ଭାରତ-ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଏଠାରେ ୩ୟ ଟ୍ବେଣ୍ଟି୨୦ ମ୍ୟାଚ୍ ହେବ। ୨୦୨୨ ଆଇପିଏଲ୍ ପାଇଁ ବିସିସିଆଇ କଟକର ବାରବାଟୀ ଷ୍ଟାଡିୟମ୍ କୁ ଅନ୍ୟତମ ଆୟୋଜକ ସହର ଭାବେ ତାଲିକାରେ ରଖିଛି।

   Related Posts