Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜାନୁଆରୀ ୨୭, ସକାଳେ ଜେଲ୍‌ରୁ ମୁକୁଳିପାରନ୍ତି ଭି.କେ. ଶଶିକଳା
  • ||
  • ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ଖୋଲିଵାକୁ ସରକାରଙ୍କ ନିଷ୍ପତ୍ତି
  • ||
  • କଟକ:କାଲିଠାରୁ ଖୋଲିଵ ନେତାଜୀ ସଂଗ୍ରହାଳୟ
  • ||
  • ରାଇରଙ୍ଗପୁର: ଗୋରୁମହିଷାଣି ପୋଲିସର ସଡକ ସୁରକ୍ଷା ସଚେତନ କାର୍ଯ୍ୟକ୍ରମ, ସାମିଲ ଥିଲେ ସ୍ଥାନୀୟ ଲୋକେ
  • ||
  • ବଲାଙ୍ଗୀର: ପୁଣି ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ, ଗଡିଲା ଶହ ଶହ ପଶୁ-ପକ୍ଷୀଙ୍କ ମୁଣ୍ଡ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ୨ୟ ପର୍ଯ୍ୟାୟ କୋଭିଡ ଟିକା: ସ୍ପାଇସ୍ ଜେଟ୍‌ରେ ଆସିଲା ଟିକା
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||

ଦେଶରେ ଦୈନିକ ସଂକ୍ରମଣରେ ବୃଦ୍ଧି, ଗତ ୨୪ଘଣ୍ଟାରେ ୨୦୩୪୬ କରୋନା ସଂକ୍ରମିତ ଚିହ୍ନଟ

7/01/2021 at 10:35 AM

ନୂଆଦିଲ୍ଲୀ ୦୭।୦୧: ଭାରତରେ କରୋନା ସଂକ୍ରମଣ ସଂଖ୍ୟା କମିବା ପରେ ଏବେ ପୁଣି ଥରେ ବଢିବାରେ ଲାଗିଛି । ଗତ ୨୪ଘଣ୍ଟାରେ ଦେଶରେ ୨୦,୩୪୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ୧୯,୫୮୭ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କରୋନାରୁ ମୋଟ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ପାର୍‌ ହୋଇଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ, ଦେଶରେ ଗତ ୨୪ଘଣ୍ଟାରେ ୨୦,୩୪୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୨୨ଲୋକଙ୍କ ମୃତ୍ୟ ହୋଇଛି । ଏବେ ଯାଏଁ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୦୩,୯୫,୨୭୮ରେ ପହଞ୍ଚିଛି । ସେହିପରି ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ ୧,୫୦,୩୩୬ଜଣଙ୍କର କରୋନାରେ ମୃତ୍ୟୁ ହୋଇସାରିଛି ।

ଅନ୍ୟପଟେ ଦେଶରେ ଲଗାତର ଭାବେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଗତ ୨୪ଘଣ୍ଟାରେ ୧୯,୫୮୭ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଯାହାକୁ ମିଶାଇ ଦେଶରେ ମୋଟ କରୋନାରୁ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା ୧,୦୦,୧୬,୮୫୯ରେ ପହଞ୍ଚିଛି । ସେହିପରି ଦେଶରେ ଏବେ କରୋନାର ଆକ୍ଟିଭ୍‌ କେସ୍‌ ସଂଖ୍ୟା ୩ ଲକ୍ଷ ତଳେ ରହିଛି । ଦେଶରେ ମୋଟ ଆକ୍ଟିଭ୍‌ ସଂଖ୍ୟା ୨,୨୮,୦୮୩ରେ ରହିଛି ।

   Related Posts