Thursday, January 23, 2020

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

‘ଗଗନଯାନ’ ମିଶନ୍‌ରେ ଆରମ୍ଭ ହେବ ମହାକାଶଚାରୀଙ୍କ ପ୍ରଶିକ୍ଷଣ, ଜାଣନ୍ତୁ କେଉଁଠି ନେବେ ତାଲିମ୍‌

ନୂଆଦିଲ୍ଲୀ୧୬/୧: ଭାରତର ପ୍ରଥମ ମାନବ ମହାକାଶ ଅଭିଯାନ “ଗଗନଯାନ”ର ମହାକାଶଚାରୀମାନେ ଚଳିତ ମାସ ଠାରୁ ସେମାନଙ୍କ ପ୍ରଶିକ୍ଷଣ ଆରମ୍ଭ କରିବେ । ଏହି ପ୍ରଶିକ୍ଷଣ ଜାନୁଆରୀ ତୃତୀୟ ସପ୍ତାହ ଠାରୁ ଆରମ୍ଭ କରିବାକୁ ସମୟ ଧାର୍ଯ୍ୟ କରାଯାଇଛି । କେନ୍ଦ୍ର ଆଣବିକ ଶକ୍ତି ଓ ମହାକାଶ ମନ୍ତ୍ରଣାଳୟ ରାଷ୍ଟ୍ରମନ୍ତ୍ରୀ  ଡ. ଜିତେନ୍ଦ୍ର ସିଂହ ଏହି ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି । ଏହା ମଧ୍ୟ କହିଛନ୍ତି ଯେ, ଭାରତର ପ୍ରଥମ ମହାକାଶ ଅଭିଯାନରେ ସାମିଲ ହେବାକୁ ଥିବା ମହାକାଶଚାରୀଙ୍କ ପ୍ରଶିକ୍ଷଣ ରୁଷରେ ହେବ ।

ଏହି ଅଭିଯାନ ପାଇଁ ୪ ଜଣ ମହାକାଶଚାରୀଙ୍କୁ ଚୟନ କରାଯାଇଛି । ୧୧ ମାସ ଧରି ଏହି ୪ ଜଣ ମହାକାଶଚାରୀ ପ୍ରଶିକ୍ଷଣ ନେବେ । ମହାକାଶ ଅଭିଯାନରେ ସାମିଲ ହେବାକୁ ଥିବା ୪ଜଣ ମହାକାଶଚାରୀ ପୁରୁଷ, ତେବେ ସେମାନଙ୍କ ପରିଚୟ ସର୍ବସାଧାରଣରେ ପ୍ରକାଶ କରାଯାଇପାରିବ ନାହିଁ ବୋଲି ମନ୍ତ୍ରୀ ସୂଚନା ଦେଇଥିଲେ । ରୁଷରେ ୧୧ ମାସ ଧରି ତାଲିମ ନେବା ପରେ ଏହି ମହାକାଶଚାରୀମାନେ ଭାରତରେ ସ୍ୱତନ୍ତ୍ର ମଡ୍ୟୁଲ ତାଲିମ ନେବେ ।

ଏଥିରେ ସେମାନେ ଇସ୍ରୋ ଦ୍ୱାରା ଡିଜାଇନ ହୋଇଥିବା କ୍ରିଉ ଓ ସର୍ଭିସ ମଡ୍ୟୁଲ ସମ୍ପର୍କରେ ପ୍ରଶିକ୍ଷଣ ନେବେ। ଇସ୍ରୋର ସୂଚନା ଅନୁଯାୟୀ ଭାରତର ସବୁଠୁ ଭାରୀ ମହାକାଶ ଉତକ୍ଷେପଣ ଯାନ “ବାହୁବଳୀ” ଜିଏସଏଲଭି ମାର୍କ-ଥ୍ରୀ ଜରିଆରେ ମହାକାଶଚାରୀମାନେ ମହାକାଶକୁ ଯିବେ । ଗଗନଯାନ ପ୍ରକଳ୍ପ ଲାଗି କେନ୍ଦ୍ର କ୍ୟାବିନେଟ ପୂର୍ବରୁ ୧୦ ହଜାର କୋଟି ଟଙ୍କା ମଞ୍ଜୁର କରିସାରିଛନ୍ତି ।

199 Views

   ସମ୍ବନ୍ଧିତ ଖବର


Loading...