Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରବିବାର ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୮୪୧ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୫୩୨ ଜଣ ଡିସଚାର୍ଜ
  • ||
  • ଅଭିଯୁକ୍ତକୁ ଉଠାଇ ଆଣିବାରୁ ଥାନା ପରିସରରେ ତୁମୁଳକାଣ୍ଡ, ଗ୍ରାମବାସୀ ଓ ପୋଲିସ ମାରପିଟ
  • ||
  • ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଭୁଶୁଡିଯିବ ଘାଘରା ପୋଲ ! ବିପଦରେ ଶହଶହ ଯାତ୍ରୀଙ୍କ ଜୀବନ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍, ୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ କରୋନା ବେଲଗାମ୍ : ଆଉ ୧୩ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ଚର୍ଚ୍ଚାରେ ବଡପୋଖରୀଆ ପଞ୍ଚାୟତ : ପ୍ରତିଦ୍ୱନ୍ଦ୍ୱିତା ହେଲାନି, ନିର୍ଦ୍ୱନ୍ଦ୍ୱରେ ଚୟନ ହେଲେ ସରପଞ୍ଚ ଏବଂ ଓ୍ୱାର୍ଡ ମେମ୍ବର
  • ||
  • ରବିବାରଠୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||
  • ପରିବା ମାର୍କେଟରେ ଅଗ୍ନିକାଣ୍ଡ, ଜଳିଗଲା ସବୁ ଦୋକାନ
  • ||

ଭାରତର ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ନୂଆ କାର୍ଯ୍ୟସୂଚୀ ଜାରି, ଏହି ଦିନ ଖେଳାଯିବ ପ୍ରଥମ ମ୍ୟାଚ୍

6/12/2021 at 11:08 PM

ନୂଆଦିଲ୍ଲୀ ୦୬।୧୨ : ଘରୋଇ ସିରିଜ୍ ପାଇଁ ନୂତନ କାର୍ଯ୍ୟସୂଚୀ ଘୋଷଣା କଲା କ୍ରିକେଟ୍ ଦକ୍ଷିଣ ଆଫ୍ରିକା(ସିଏସଏ)।  ଘରୋଇ ମାଟିରେ ଦଳ ଭାରତ ବିପକ୍ଷରେ  ତିନୋଟି ଟେଷ୍ଟ ଏବଂ ତିନୋଟି ଦିନିକିଆ ମ୍ୟାଚ୍ ଖେଳି। ନୂତନ କାର୍ଯ୍ୟକ୍ରମ ଅନୁସାରେ,  ଡିସେମ୍ବର ୨୬ରୁ ବକ୍ସିଂ ଡେ ଟେଷ୍ଟ ସହିତ ଭାରତର ଦକ୍ଷିଣ ଆଫ୍ରିକା ଗସ୍ତ ଆରମ୍ଭ ହେବ।  

ପ୍ରଥମ ଟେଷ୍ଟ ଡିସେମ୍ବର ୨୬ରେ ସେଞ୍ଚୁରିୟାନର ସୁପରସ୍ପୋର୍ଟ ପାର୍କରେ ଖେଳାଯିବ। ଦ୍ଵିତୀୟ ଟେଷ୍ଟ ୨୦୨୨ ଜାନୁଆରୀ ୩ରୁ ୭ ପର୍ଯ୍ୟନ୍ତ ଜୋହାନ୍ସବର୍ଗରେ ଖେଳାଯିବ। ତୃତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍‌ କେପଟାଉନ୍‌ର ନ୍ୟୁଲାଣ୍ଡ୍ସ ଷ୍ଟାଡିୟମରେ ଜାନୁଆରୀ ୧୧ରୁ ୧୫ ପର୍ଯ୍ୟନ୍ତ ଖେଳାଯିବ। ଟେଷ୍ଟ ସିରିଜ୍ ଆଇସିସି ବିଶ୍ଵ ଟେଷ୍ଟ ଚାମ୍ପିଅନଶିପ ଅନ୍ତର୍ଗତରେ ଖେଳାଯିବ।

ଏହା ପରେ ଦୁଇ ଦଳ ମଧ୍ୟରେ ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ଖେଳାଯିବ। ଦିନିକିଆ ସିରିଜ୍‌ର ପ୍ରଥମ ମ୍ୟାଚ୍ ଜାନୁଆରୀ ୧୯ରେ, ଦ୍ଵିତୀୟ ଜାନୁଆରୀ ୨୧ରେ ରେ ଏବଂ ତୃତୀୟ ଦିନିକିଆ ଜାନୁଆରୀ ୨୩ରେ ଖେଳାଯିବ।

ଭାରତର ଦକ୍ଷିଣ ଆଫ୍ରିକା ଗସ୍ତ ଡିସେମ୍ବର ୧୭ରୁ ଆରମ୍ଭ ହେବାର ଥିଲା। ମାତ୍ର କୋଭିଡ୍-୧୯ର ନୂତନ ଭାରିଏଣ୍ଟ ଓମିକ୍ରନ କାରଣରୁ କାର୍ଯ୍ୟସୂଚୀରେ ପରିବର୍ତ୍ତନ କରାଯାଇଛି। ଟି-୨୦ ସିରିଜ୍‌କୁ ଗସ୍ତରୁ ବାଦ ଦିଆଯାଇଛି।  

   Related Posts