Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫେବୃଆରୀ ପାଇଁ କୋଭିଡ୍ ଗାଇଡ୍ଲାଇନ୍: ଏବେ ସିନେମା ହଲ୍ରେ ବସି ପାରିବେ ୫୦%ରୁ ଅଧିକ ଦର୍ଶକ, ସଭିଙ୍କ ପାଇଁ ଖୋଲିଲା ସ୍ଵିମିଂ ପୁଲ୍
  • ||
  • ଜାମିନ ସତ୍ତ୍ଵେ ଜେଲ୍‌ରେ ରହିବେ ପାଠକ ବାପ-ପୁଅ
  • ||
  • ପାଠକ ବାପ-ପୁଅଙ୍କୁ ମିଳିଲା ଜାମିନ‌
  • ||
  • ବିସିସିଆଇର ଘୋଷଣା-ଫେବୃଆରୀ ୧୮ରେ ଚେନ୍ନାଇରେ ହେବ ଆଇପିଏଲ ୨୦୨୧ ପାଇଁ ଖେଳାଳିଙ୍କ ନିଲାମୀ
  • ||
  • ଭୁବନେଶ୍ବର : ‘ପରୀକ୍ଷା ଦର୍ପଣ’ ପୁସ୍ତକ ଉନ୍ମୋଚିତ, ମାଟ୍ରିକ୍ ପରୀକ୍ଷାର୍ଥୀ ହେବେ ଉପକୃତ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୮ କୋଭିଡ୍ ପଜିଟିଭ୍‌, ୩୩୪୬୬୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜି.ଉଦୟଗିରି : ବାଇକ୍-ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ତିନି ଗୁରୁତର
  • ||
  • ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଭୁବନେଶ୍ବର ବ୍ଲକ୍ କନିଷ୍ଠ ଯନ୍ତ୍ରୀ ଶୁଭେନ୍ଦୁ କୁମାର ପ୍ରଧାନ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଦିଲ୍ଲୀ ପୋଲିସର ଆକ୍ସନ : ଟ୍ରାକ୍ଟର ରାଲି ବେଳେ ହିଂସା ପରେ ୨୨ଟି ମାମଲା ରୁଜୁ
  • ||
  • ଭୁବନେଶ୍ବର : ଅଟୋକୁ ଧକ୍କା ଦେଲା କାର୍, ୪ ଗୁରୁତର
  • ||

୨୦୨୪ ସୁଦ୍ଧା ତୈଳ ଓ ଗ୍ୟାସ କ୍ଷେତ୍ରରେ ୧୦୦ ବିଲିୟନ ପୁଞ୍ଜିନିବେଶ କରିବ ଭାରତ – ଧର୍ମେନ୍ଦ୍ର ପ୍ରଧାନ

11/11/2019 at 7:51 PM


ଆବୁଧାବୀ୧୧।୧୧ – ତୈଳ ଓ ଗ୍ୟାସ କ୍ଷେତ୍ରରେ ବିଶ୍ୱ ପୁଞ୍ଜିନିବେଶକାରୀଙ୍କୁ ଆକୃଷ୍ଟ କରିବା ଆମର ଲକ୍ଷ୍ୟ । ଏହି ମର୍ମରେ ୨୦୨୪ ସୁଦ୍ଧା ଭାରତ ରିଫାଇନିଂ, ପାଇପଲାଇନ ଏବଂ ଗ୍ୟାସ ଟର୍ମିନାଲରେ ୧୦୦ ବିଲିୟନ ପୁଞ୍ଜିନିବେଶ କରିବ । ଶକ୍ତି କ୍ଷେତ୍ରରେ ପୁଞ୍ଜିନିବେଶ କରିବା ପାଇଁ ଭାରତ ଉକୃଷ୍ଟ ସ୍ଥାନ ବୋଲି ଦୁଇଦିନିଆ ୟୁଏଇ ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଆବୁଧାବୀ ଠାରେ ଅନୁଷ୍ଠିତ ଅନ୍ତର୍ଜାତୀୟ ପେଟ୍ରୋଲିୟମ ପ୍ରଦର୍ଶନୀ ଓ ସମ୍ମିଳନୀରେ(ଆଡିପେକ-୨୦୧୯) ଯୋଗଦେଇ କହିଛନ୍ତି । ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ ଓ ୟୁଏଇ ମନ୍ତ୍ରୀ ସୁଲତାନ ଅଲ୍ ଜାବେରଙ୍କ ଭାରତ ପ୍ୟାଭିଲିୟନକୁ ମଧ୍ୟ ଉଦଘାଟନ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ପ୍ରଧାନ କହିଛନ୍ତି ଭାରତକୁ କମ୍ କାର୍ବନ ନିଗର୍ମନ ଅର୍ଥ ବ୍ୟବସ୍ଥା କରିବା ପାଇଁ ତଥା ଶକ୍ତିର ନିରନ୍ତର ଆବଶ୍ୟକତା ପୂରଣ ପାଇଁ କେନ୍ଦ୍ର ସରକାର ଭାରତକୁ ଗ୍ୟାସ୍ ଆଧାରିତ ଅର୍ଥନୀତି କରିବା ପାଇଁ ଯୋଜନାବଦ୍ଧ ଉଦ୍ୟମ ଜାରୀ ରଖିଛନ୍ତି ।


ଭାରତକୁ ଗ୍ୟାସ ଆଧାରିତ ଅର୍ଥନୀତି କରିବା ପାଇଁ ତଥା ୨୦୩୦ ସୁଦ୍ଧା ଗ୍ୟାସର ସେୟାରକୁ ୧୫ ପ୍ରତିଶତ ବୃଦ୍ଧି କରିବା ପାଇଁ ସରକାର ବିଭିନ୍ନ କାର୍ଯ୍ୟକ୍ରମ କରୁଛନ୍ତି । ମୁଣ୍ଡ ପିଛା ଶକ୍ତି ବ୍ୟବହାର କ୍ଷେତ୍ରରେ ବିଶ୍ୱ ହାରାହାରି ଠାରୁ ଭାରତରେ ଉର୍ଜାର ବ୍ୟବହାର କମ୍ । ତେଣୁ ୨୦୨୦ ମଧ୍ୟଭାଗ ସୁଦ୍ଧା ଉର୍ଜା କ୍ଷେତ୍ରରେ ଭାରତ ବୃହତ ବଜାର ହେବା ନେଇ ଆଶା ରଖିଛି । ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ କହିଛନ୍ତି ଯେ ବିଶ୍ୱ ଶକ୍ତି ଯୋଗାଣ ଏବଂ ଶକ୍ତି ବ୍ୟବହାରରେ ଭାରତ ମଧ୍ୟଭାଗରେ ଅଛି । ଭାରତରେ ସିଟି ଗ୍ୟାସ ନେଟୱାର୍କର ସଂପ୍ରସାରଣ ହୋଇଛି, ଯାହା ଭାରତ ଭୌଗଳିକର ୫୦ ପ୍ରତିଶତ ଆଚ୍ଛାଦିତ କରୁଥିବା ବେଳେ ଜନସଂଖ୍ୟାର ୭୦ ପ୍ରତିଶତ ଲୋକ ଏହାର ସୁବିଧା ପାଇଛନ୍ତି ।

ଭାରତକୁ ଗ୍ୟାସ୍ ଆଧାରିତ ଅର୍ଥବ୍ୟବସ୍ଥା କରିବାପାଇଁ ୬୦ ନିୟୁତ ଆମେରିକୀୟ ଡଲାର ବ୍ୟୟ ବରାଦରେ ଗ୍ୟାସ୍ ଭିତିଭୂମି ଯଥା ଗ୍ୟାସ୍ ପାଇପ୍ ଲାଇନ୍ , ଟର୍ମିନାଲ , ସିଟି ଗ୍ୟାସ୍ ବିତରଣ ବ୍ୟବସ୍ଥା ଆଦି ବିଭିନ୍ନ କାର୍ଯ୍ୟ କ୍ରିୟାନ୍ୱୟନ ଚାଲିଛି । ସେ କହିଛନ୍ତି ଯେ ଭାରତର ତୈଳ ଏବଂ ଗ୍ୟାସ କ୍ଷେତ୍ର ବହୁତ ଭଲ ଉପାୟରେ ସେବେ କାମ କରିପାରିବ ଯେତେବେଳେ ବିଶ୍ୱ ବିକାଶ ସହିତ ସମନ୍ୱୟ ରଖିବ । ଫଳରେ କେବଳ ଭାରତରେ ଶକ୍ତି ପରିବର୍ତନ ପ୍ରଭାବିତ ହେବ ନାହିଁ ବରଂ ବିଶ୍ୱ ଉର୍ଜା ଗତିଶୀଳତାକୁ ଦାୟିତ୍ୱପୂର୍ଣ୍ଣ ଭାବରେ ପ୍ରଭାବିତ କରିବ । ଆଗାମୀ ଦଶକ ଗୁଡିକରେ ଭାରତ ବିଶ୍ୱ ଶକ୍ତି ଚାହିଦାର କେନ୍ଦ୍ର ବିନ୍ଦୁ ହେବ । ଆଗାମୀ ଦୁଇ ଦଶନ୍ଧି ମଧ୍ୟରେ ତୈଳ ଏବଂ ଗ୍ୟାସ କ୍ରମାଗତ ଭାବରେ ସେମାନଙ୍କ ଶକ୍ତିର ଆବଶ୍ୟକତାକୁ ପୂରଣ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ବୋଲି ସେ କହିଛନ୍ତି ।

   Related Posts