Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହାର୍ଦ୍ଦିକ ୩୦ ବଲ୍‌ରୁ ୪୦ ରନର ମ୍ୟାଚ୍ ବିଜୟୀ ଅପରାଜିତ ଇନିଂସ ଖେଳିଛନ୍ତି। କିରଣ ପୋଲାର୍ଡ ୧୫ ରନରେ ଅପରାଜିତ ଥିଲେ।
  • ||
  • ରାସ୍ତାରେ ଯାଉଥିବା ବେଳେ ଭାରସାମ୍ୟ ହରାଇଲା ଗାଡ଼ି, ଜଣେ ମୃତ, ଜଣେ ଗୁରୁତର
  • ||
  • ସିଦ୍ଧୁଙ୍କ ଇସ୍ତଫା ପତ୍ର ସ୍ଵୀକାର କଲେନି କଂଗ୍ରେସ ହାଇକମାଣ୍ଡ, ନିଜ ସ୍ତରରେ ସମାଧାନ କରିବାକୁ ରାଜ୍ୟ ନେତାଙ୍କୁ ଦେଲେ ନିର୍ଦ୍ଦେଶ
  • ||
  • IPL 2021: ଦିଲ୍ଲୀ କ୍ୟାପିଟାଲ୍ସର ବିଜୟରେ ଲାଗିଲା ବ୍ରେକ୍, ପନ୍ତଙ୍କ ଟିମ୍‌କୁ ୩ ଓ୍ଵିକେଟ୍‌ରେ ହରାଇଲା କୋଲକାତା ନାଇଟ୍ ରାଇଡର୍ସ
  • ||
  • କଂଗ୍ରେସରେ ମିଶିଲେ କହ୍ନେୟା କୁମାର ଓ ଜିଗ୍ନେଶ ମେଓ୍ଵାଣୀ, ରାହୁଲଙ୍କ ଉପସ୍ଥିତିରେ ଗ୍ରହଣ କଲେ ସଦସ୍ୟତା
  • ||
  • ହରିୟାଣା ଗୃହମନ୍ତ୍ରୀ ଅନିଲ ବିଜଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର, ଦିଲ୍ଲୀ ଏମ୍ସରେ ଭର୍ତ୍ତି
  • ||
  • ଖୋର୍ଦ୍ଧା : ଅଂଳେଇ ମନ୍ଦିରରୁ ଦାନବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲା ସୁନାବେଡ଼ା ଟିଟିଏସରେ ଛାତ୍ର ଅଶାନ୍ତି, ଷ୍ଟାଇପେଣ୍ଡ ଟଙ୍କା ନମିଳିବାରୁ ବିକ୍ଷୋଭ
  • ||
  • ଜଳେଶ୍ବର : ଅବକାରୀ ବିଭାଗ ଦ୍ଵାରା ୪ ଚୋରା ଦେଶୀ ମଦ ବେପାରୀ ଗିରଫ, ୨ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ
  • ||
  • ଆନନ୍ଦପୁର : କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଦୀପପାଳ ଗାଁରେ ଅଭାବନୀୟ ଘଟଣା, ଘର ଭିତରୁ ମିଳିଲା ନବ ବିବାହିତାଙ୍କ ମୃତଦେହ, ବାପଘର ପକ୍ଷରୁ ହତ୍ୟା ଅଭିଯୋଗ
  • ||

ପୁରୁଷ ହକି ମହାକୁମ୍ଭ ୨୦୧୮ : ଭାରତ ୫-୦ରେ ଦକ୍ଷିଣ ଆଫ୍ରିକାକୁ ହରାଇ ବିଜୟୀ

28/11/2018 at 9:15 PM

ଭୁବନେଶ୍ୱର ୨୮/୧୧ : ପୁରୁଷ ହକି ବିଶ୍ବକପରେ ଦକ୍ଷିଣ ଆଫ୍ରିକାକୁ ୫-୦ ଗୋଲରେ ହରାଇ ଭାରତ ବିଶ୍ବକପ ଅଭିଯାନ ଆରମ୍ଭ କରିଛି । ଘରୋଇ ପରିବେଶରେ ଦକ୍ଷିଣ ଆଫ୍ରିକା ବିରୋଧରେ ଭାରତର ଗୋଲ ବର୍ଷା କରିଛି । ମ୍ୟାଚର ପ୍ରଥମରୁ ଭାରତ ଆଧିପତ୍ୟ ବିସ୍ତାର କରି ଖେଳିଥିଲା । ପ୍ରଥମରୁ ଦକ୍ଷିଣ ଆଫ୍ରିକାର ଗୋଲପୋଷ୍ଟ ଉପରକୁ ଘନ ଘନ ଆକ୍ରମଣ କରି ଅସ୍ତବ୍ୟସ୍ତ କରିପକାଇଥିଲେ।ଭାରତ ପକ୍ଷରୁ ମନଦିପ ସିଂ,ଆକାଶଦୀପ ସିଂ,ଲଲିତ ଉପାଧ୍ୟାୟ ଗୋଟିଏ ଲେଖାଏଁ ଗୋଲ କରିଛନ୍ତି । ସିମରନଜିତ ସିଂ ଦୁଇଟି ଗୋଲ କରି ଟୁର୍ଣ୍ଣାମେଣ୍ଟରେ ଭାରତକୁ ଦମଦାର ଷ୍ଟାର୍ଟ ଦେଇଛନ୍ତି। ମ୍ୟାଚରୁ ଭାରତକୁ ମିଳିଥିଲା ଫୁଲ ୩ ପଏଣ୍ଟ । ଭାରତ ପରବର୍ତ୍ତୀ ମ୍ୟାଚ ଡିସେମ୍ବର ୨ରେ ବେଲଜିୟମ ବିପକ୍ଷରେ ଖେଳିବ। ସନ୍ଧ୍ୟା ୭ଟାରେ ଖେଳାଯିବ ମ୍ୟାଚ।

   Related Posts