Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଦେଶପାଇଁ ପୁଣି ଗୌରବ ଆଣିଲେ ଅବନୀ ଲେଖାରା, ସୁନା ପରେ ଜିତିଲେ ବ୍ରୋଞ୍ଜ

3/09/2021 at 12:12 PM

ଜାପାନ ୦୩/୦୯: ଟୋକିଓ ପାରାଲିମ୍ପିକ୍ସରେ ଭାରତ ପାଇଁ ଗୌରବ ଆଣିଛନ୍ତି ସୁଟର ଅବନୀ ଲେଖାରା । ଅବନୀ ପାରା ଅଲିମ୍ପିକ୍ସରେ ତାଙ୍କର ଦ୍ୱିତୀୟ ପଦକ ହାସଲ କରିଛନ୍ତି । ଶୁକ୍ରବାର ଅବନୀ ମହିଳା ୫୦ ମିଟର୍ ରାଇଫଲ୍-୩ ପୋଜିସନ୍ ଏସଏଚ୍-୧ରେ ବ୍ରୋଞ୍ଜ ପଦକ ଜିତିଛନ୍ତି । ଏହି ପଦକ ସହ ଚଳିତ ଗେମ୍ସରେ ଭାରତର ପଦକ ସଂଖ୍ୟା ୧୨ରେ ପହଞ୍ଚିଛି ।

ଚଳିତ ଗେମ୍ସରେ ଅବନୀଙ୍କର ଏହା ଦ୍ୱିତୀୟ ପଦକ । ଏହା ପୂର୍ବରୁ ଅବନୀ ମହିଳାଙ୍କ ଆର୍-୨ ୧୦ ମିଟର୍ ଏୟାର୍ ରାଇଫଲ୍ କ୍ଲାସ୍ ଏସଏଚ୍-୧ରେ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଥିଲେ । ସେ ପାରାଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ଜିତିବାରେ ପ୍ରଥମ ଭାରତୀୟ ମହିଳା । ଏବେ ବ୍ରୋଞ୍ଜ ପଦକ ଜିତି ଅବନୀ ଆଉଏକ ଇତିହାସ ରଚିଛନ୍ତି । ଅବନୀ ହେଉଛନ୍ତି ଭାରତର ପ୍ରଥମ ଆଥଲେଟ୍ ଯିଏ କି ପାରାଲିମ୍ପିକ୍ସରେ ଡବଲ୍ ପଦକ ଜିତିବାର ଗୌରବ ଅର୍ଜନ କରିଛନ୍ତି ।

   Related Posts