Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ପ୍ରଭାବ: ୨୪ ଘଣ୍ଟାରେ ସୁସ୍ଥ ହୋଇ ଘରକୁ ଫେରିଲେ ୬୪୮ ସଂକ୍ରମିତ
  • ||
  • ଲଭ୍‌ ଜିହାଦ ଉପରେ ଅଧ୍ୟାଦେଶ ପାରିତ କଲା ୟୁପି କ୍ୟାବିନେଟ୍‌, ଧୋକା-ଧମକ ଦେଇ ଧର୍ମ ପରିବର୍ତ୍ତନ କରାଇଲେ ୧୦ ବର୍ଷ ଜେଲ୍‌
  • ||
  • ଅତ୍ୟଧିକ କାମର ବୋଝ ସହିନପାରି ଆଖି ବୁଜିଲେ ବାପା: ଉପର ଅଧିକାରୀଙ୍କ ବିରୋଧରେ ସଂଗୀନ ଅଭିଯୋଗ ଆଣିଲେ ଝିଅ, କହିଲେ…
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||
  • ୨ ବାରହା ଶିକାରୀ ଗରିଫ: ମାଂସ ଭାଗବଣ୍ଟା ବେଳେ ମାଡି ବସିଲେ ବନ ବିଭାଗର କର୍ମଚାରୀ
  • ||
  • କରୋନାରେ ଜୀବନ ହାରିଥିବା ଠିକାଦାରଙ୍କୁ ଆର୍ଥିକ ସହାୟତା ଦେଲା ଠିକାଦାର ସଂଘ
  • ||
  • ୧୦ ଡଲାରରୁ କମ୍‌ ମୂଲ୍ୟରେ ମିଳିବ ଋଷ କରୋନା ଭ୍ୟାକ୍‌ସିନ Sputnik V, ଜାନୁଆରୀରୁ ଆରମ୍ଭ ହେବ ଡେଲିଭରି
  • ||
  • ହାଇଓ୍ବା ଧକ୍କାରେ ଜଣେ ଶିଶୁଙ୍କ ସମେତ ୬ ଜଣଙ୍କ ମୃତ୍ୟୁ: ଚାଲି ଚାଲି ଯିବା ବେଳେ ପଛରୁ ମାଡିଗଲା
  • ||
  • ଭୁବନେଶ୍ୱର : ପୁରୀ ହାଜତ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ
  • ||
  • ଯୋଜନାବଦ୍ଧ ଲୁଟ୍ : ସାଙ୍ଗଙ୍କୁ ଲଗାଇ ଡକାୟତି କରାଇଥିଲା IIFL କର୍ମଚାରୀ ଲାଲା ଅମ୍ରିତ ରାୟ
  • ||

ଭାରତର ପ୍ରଥମ କୋଭିଡ୍-୧୯ ଟୀକା ‘Covaxin’: ହ୍ୟୁମାନ ଟ୍ରାଏଲ ପାଇଁ ଅନୁମତି, ଜୁଲାଇରୁ ପରୀକ୍ଷା

30/06/2020 at 11:11 AM

ହାଇଦ୍ରାବାଦ ୩୦।୬: ଭାରତର ପ୍ରଥମ ସ୍ବଦେଶୀ କୋଭିଡ୍-୧୯ ଟୀକାକୁ କଣ୍ଟ୍ରୋଲର ଜେନେରାଲ୍ ଅଫ୍ ଇଣ୍ଡିଆନ୍ ମେଡିସିନ୍ (DCGI) ଦ୍ବାରା ହ୍ୟୁମାନ ଟ୍ରାଏଲ ପାଇଁ ଅନୁମତି ମିଳିଛି । ‘କୋଭାକ୍ସିନ୍’ ନାମକ ଟୀକା ବିକାଶ ଭାରତ ବାୟୋଟେକ୍ ଇଣ୍ଡିଆନ୍ କାଉନସିଲ୍ ଅଫ୍ ମେଡିକାଲ୍ ରିସର୍ଚ୍ଚ (ଆଇସିଏମ୍ଆର୍) ଏବଂ ନ୍ୟାସନାଲ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଭାଇରୋଲୋଜି (ଏନଆଇଭି) ସହିତ ମିଳିତ ଭାବରେ ବିକସିକ କରିଛନ୍ତି ।

ଦେଶରେ ଆସନ୍ତା ମାସରୁ ଏହି ଟୀକାର ପ୍ରଥମ ଏବଂ ଦ୍ବିତୀୟ ପର୍ଯ୍ୟାୟ ପରୀକ୍ଷଣ ଆରମ୍ଭ ହେବ। କମ୍ପାନୀ ଏକ ବିବୃତ୍ତିରେ କହିଛି ଯେ, ଟୀକାର ବିକାଶରେ ଆଇସିଏମଆର ଏବଂ ଏନଆଇଭିର ସହଯୋଗ ଗୁରୁତ୍ବପୂର୍ଣ୍ଣ ।

ସୂଚନାଯୋଗ୍ୟ ଯେ, କରୋନା ସଂକ୍ରମଣ ସହିତ ଲଢିବା ପାଇଁ କୌଣସି ଟୀକା ଉଦ୍ଭାବନ କରାଯାଇ ନାହିଁ । ଏଥି ସହିତ କରୋନାର ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି । ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ ୫ ଲକ୍ଷରୁ ଅଧିକ ଲୋକ କରୋନାରେ ସଂକ୍ରମିତ ହୋଇଛନ୍ତି ।

ଦେଶର ୫ଲକ୍ଷ ୬୦ ହଜାରରୁ ଅଧିକ ଲୋକ କରୋନାରେ ସଂକ୍ରମିତ ହୋଇଛନ୍ତି । ଏଥିରୁ ୩ ଲକ୍ଷରୁ ଅଧିକ ସୁସ୍ତ ହୋଇଛନ୍ତି । ଦୁଇ ଲକ୍ଷରୁ ଅଧିକ ସଂକ୍ରମିତ ଚିକିତ୍ସିତ ହେଉଛନ୍ତି । କରୋନା ଯୋଗୁଁ ଦେଶରେ ୧୬ ହଜାର ଲୋକ ପ୍ରାଣ ହରାଇଛନ୍ତି ।

   Related Posts