Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ନଖରା ସ୍ଥିତ ରିଲାଏନ୍ସ ପେଟ୍ରୋଲ ପମ୍ପ୍ ନିକଟ‌ରେ ଅଗ୍ନିକାଣ୍ଡ
  • ||
  • ରାଉରକେଲା : ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଦୁଇ ଜଣଙ୍କ ମୃତ୍ୟୁ
  • ||
  • ବଲାଙ୍ଗୀର : ନିଜ ସର୍ଭିସ୍ ବନ୍ଧୁକରୁ ଗୁଳି ଫୁଟାଇ ଆତ୍ମହତ୍ୟା କଲେ ଯବାନ !
  • ||
  • ଟାଙ୍ଗୀ : ମାନସିକ ପୂରଣ ପାଇଁ ବେକ କାଟିଦେଲେ ଭକ୍ତ, ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୯ କୋଭିଡ୍ ପଜିଟିଭ୍, ୩୩୬୯୨୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଜଣେ ମୃତ, ୨୬ ଆହତ
  • ||
  • ମୁମ୍ବାଇ : ଭୟଙ୍କର ହେଲାଣି କରୋନା, ସ୍କୁଲ ହଷ୍ଟେଲର ୧୯୦ ଛାତ୍ର କୋଭିଡ୍ ପଜିଟିଭ୍
  • ||
  • ରାୟପୁର : ନକ୍ସଲଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ, ୨ ଯବାନ ସହିଦ
  • ||
  • ଆଠଗଡ଼ : ସମ୍ପର୍କରେ କଳଙ୍କ ଛିଟା, ଦିବ୍ୟାଙ୍ଗ ଝିଅକୁ ସମ୍ପର୍କୀୟ ମାମୁର ଦୁଷ୍କର୍ମ ! ଥାନାରେ ଏତଲା
  • ||

ଅନୁଗୁଳ ନାଲକୋ ପ୍ଲାଂଟର ସଂପ୍ରସାରଣ ପାଇଁ ପୁଞ୍ଜିନିବେଶର ଦ୍ୱାର ଫିଟିଲା: ଧର୍ମେନ୍ଦ୍ର ପ୍ରଧାନ

27/01/2021 at 10:55 PM

ନୂଆଦିଲ୍ଲୀ/ଭୁବନେଶ୍ୱର ୨୭।୦୧: ଅନୁଗୁଳ ଜିଲ୍ଲାର ନ୍ୟାସନାଲ ଆଲୁମିନିୟମ କମ୍ପାନୀ (ନାଲକୋ) ଆଲୁମିନିୟମ ପ୍ଲାଂଟ ସଂପ୍ରସାରଣର ପ୍ରକଳ୍ପ ଗୁଡିକ ପାଇଁ ଭାରତ ସରକାରଙ୍କ ଖଣି ଓ କୋଇଲା ମନ୍ତ୍ରଣାଳୟ ପକ୍ଷରୁ ସବୁ ପଦକ୍ଷେପ ନିଆଯାଉଛି ବୋଲି ଗତ ଜାନୁଆରୀ ୪ରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏ ସମ୍ବନ୍ଧରେ ଲେଖିଥିବା ପତ୍ରର ଉତ୍ତରରେ ଚିଠି ଲେଖି ଜଣାଇଛନ୍ତି କେନ୍ଦ୍ର ଖଣି, କୋଇଲା ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ। ଏହାଦ୍ୱାରା ଅନୁଗୁଳ ନାଲକୋ ପ୍ଲାଂଟର ସଂପ୍ରସାରଣ ପାଇଁ ପୁଞ୍ଜିନିବେଶର ଦ୍ୱାର ଫିଟିଥିବା କେନ୍ଦ୍ରମନ୍ତ୍ରୀ ପ୍ରଧାନ କହିଛନ୍ତି।     

ଗତ ଜାନୁଆରୀ ୪ରେ ଅନୁଗୁଳ ନାଲକୋ ଆଲୁମିନିୟମ ପ୍ଲାଂଟର ଉତ୍ପାଦନ କ୍ଷମତା ବାର୍ଷିକ ୦.୪୬ ମିଲିୟନ ଟନରୁ ବାର୍ଷିକ କ୍ଷମତା ୧ ମିଲିୟନ ଟନ୍ ବୃଦ୍ଧି କରିବା ପାଇଁ କେନ୍ଦ୍ର ଖଣି, କୋଇଲା ଓ ସଂସଦ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଶ୍ରୀ ପ୍ରଧାନ ପତ୍ର ଲେଖିଥିଲେ । ଏହାର ପ୍ରତି ଉତ୍ତରରେ ଯୋଶୀ ପତ୍ର ଲେଖି ନାଲକୋର ଏହି ପ୍ରକଳ୍ପ ଭାରତ ସରକାରଙ୍କ ପ୍ରାଥମିକତାରେ ରହିଛି ଏବଂ ଏହି ପ୍ରକଳ୍ପ କମ୍ପାନୀର କ୍ଷମତା ସଂପ୍ରସାରଣ ପ୍ରକଳ୍ପରେ ପରିସରଭୁକ୍ତ ରହିଛି ବୋଲି କହିଛନ୍ତି।

ସେ ଲେଖିଥିବା ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ପ୍ରକଳ୍ପର ଡିଟେଲ୍ସ ପ୍ରଜେକ୍ଟ ରିପୋର୍ଟ (ଡିପିଆର) ପ୍ରସ୍ତୁତ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦୃଷ୍ଟିସମ୍ପନ୍ନ ଆତ୍ମନିର୍ଭର ଭାରତକୁ ସାକାର କରିବା ପାଇଁ ଏହି ସବୁ ପ୍ରକଳ୍ପକୁ କାର୍ଯ୍ୟ କରିବା ଦିଗରେ ଖଣି ଓ କୋଇଲା ମନ୍ତ୍ରଣାଳୟ ସବୁ ପଦକ୍ଷେପ ନେଉଅଛି । ଏହି ସଂପ୍ରସାରଣ ପ୍ରକଳ୍ପ ଦେଶ ଏବଂ ରାଜ୍ୟର ବିକାଶରେ ସହାୟକ ହେବ।

ସୂଚନାଯୋଗ୍ୟ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗତ ଜାନୁଆରୀ ୪ ତାରିଖରେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କ ସହ ଆଲୋଚନା କରିବା ପରେ ଏକ ପତ୍ର ଲେଖି ଉଲ୍ଲେଖ କରିଥିଲେ ଯେ ନାଲକୋ ଏହାର ଉତ୍ପାଦନ କ୍ଷମତା ବାର୍ଷିକ ୦.୪୬ ମିଲିୟନ ଟନରୁ ୧ ମିଲିୟନ ଟନ୍ ବୃଦ୍ଧି କରିବା ପାଇଁ ଅନୁଗୁଳ ଜିଲ୍ଲାରେ ସେମାନଙ୍କ ଆଲୁମିନିୟମ ସ୍ମେଲଟର ପ୍ଲାଂଟ ପାଇଁ ଏକ ବ୍ରାଉନଫିଲ୍ଡ ସମ୍ପ୍ରସାରଣ ପ୍ରକଳ୍ପ ଆରମ୍ଭ କରୁଛି। ଏହି ପ୍ରକଳ୍ପରେ ୧୪୦୦ ମେଗାୱାଟ ଫିଡର କ୍ୟାପଟିଭ୍ ପାୱାର ପ୍ଲାଂଟ ନିର୍ମାଣ ଅନ୍ତର୍ଭୁକ୍ତ ରହିଛି। ଏହି ପ୍ରକଳ୍ପର ଆନୁମାନିକ ମୂଲ୍ୟ ୨୨ ହଜାର କୋଟି ଥିବା ବେଳେ ଏହା ବର୍ତମାନ ଜମି ଅଧିଗ୍ରହଣ ପର୍ଯ୍ୟାୟରେ ରହିଛି।   

ଧର୍ମେନ୍ଦ୍ର ପ୍ରଧାନ ଉଲ୍ଲେଖ କରିଥିଲେ ଯେ ପଟ୍ଟାଙ୍ଗୀ ଖଣି କାର୍ଯ୍ୟକ୍ଷମ ହେବା ପରେ ନାଲକୋର ବକ୍ସାଇଟ୍ ଉତ୍ପାଦନ କ୍ଷମତା ବାର୍ଷିକ ୭.୩ ମିଲିୟନ ଟନରୁ ବାର୍ଷିକ କ୍ଷମତା ୧୦.୫ ମିଲିୟନ ଟନକୁ ବୃଦ୍ଧି ପାଇବ । ଏହା ମଧ୍ୟରୁ ଆଲୁମିନାର ବାର୍ଷିକ କ୍ଷମତା ୩.୧ ମିଲିୟନ ଟନ ଧାରଣ କରିଥିବା ବେଳେ ଏହି ଆଲୁମିନାରୁ ବାର୍ଷିକ ୧.୫ ମିଲିୟନ ଟନ୍ ଆଲୁମିନିୟମ ଉତ୍ପାଦନ ହେବାର ସମ୍ଭାବନା ରହିଛି।

ଅନୁଗୁଳରେ ଆଲୁମିନାର ପ୍ରଚୁର ଉପଲବ୍ଧିକୁ ଦୃଷ୍ଟିରେ ରଖି ନାଲକୋର ଆଲୁମିନିୟମ୍ ସ୍ମେଲଟର ପ୍ଲାଂଟର ଉତ୍ପାଦନ କ୍ଷମତା ବାର୍ଷିକ ୦.୪୬ ମିଲିୟନ ଟନରୁ ବାର୍ଷିକ ଉତ୍ପାଦନ କ୍ଷମତା ୧ ମିଲିୟନ ଟନ୍ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଯୋଶୀଙ୍କୁ ପ୍ରସ୍ତାବ ଦେଇଥିଲେ। ସେହିପରି ଅନୁଗୁଳ ଜିଲ୍ଲାର ବ୍ରାଉନଫିଲ୍ଡ ସମ୍ପ୍ରସାରଣ ପ୍ରକଳ୍ପ ପାଇଁ ଫିଡର କ୍ୟାପଟିଭ୍ ପାୱାର ପ୍ଲାଂଟ ଆରମ୍ଭ କରିବାକୁ ପତ୍ରରେ ସେ ପ୍ରସ୍ତାବ ଦେଇଥିଲେ । ଏହାଦ୍ୱାରା ସ୍ମେଲଟର ୟୁନିଟ୍ ଏବଂ କୋଇଲା ବ୍ଲକ ଲଜିଷ୍ଟିକ୍ ଦକ୍ଷତା ଦ୍ୱାରା ଉପକୃତ ହେବ। 

   Related Posts