Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ବିଧାନସଭା ନିର୍ବାଚନୀ ପାଇଁ AAPର ପ୍ରସ୍ତୁତି : ନିର୍ବାଚନୀ ରଣନୀତିକାର ପ୍ରଶାନ୍ତ କିଶୋରଙ୍କ ସହ ହାତ ମିଳାଇଲେ କେଜ୍ରିଓ୍ବାଲ

14/12/2019 at 2:48 PM

ନୂଆଦିଲ୍ଲୀ ୧୪।୧୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ୍ ଆଦମୀ ପାର୍ଟି ପାଇଁ ନିର୍ବାଚନୀ ରଣନୀତି ପ୍ରସ୍ତୁତ କରିବେ ନିର୍ବାଚନୀ ରଣନୀତିକାର ପ୍ରଶାନ୍ତ କିଶୋର । ଏନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଟ୍ବିଟ୍ କରି ସୂଚନା ଦେଇଛନ୍ତି ।

ଆଗାମୀ ଦିନରେ ଦିଲ୍ଲୀରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ପ୍ରଶାନ୍ତ କିଶୋରଙ୍କ ଏଜେନ୍ସି ବା ଇଣ୍ଡିଆନ୍ ପଲିଟିକ୍ସ ଆକ୍ସନ କମିଟି(I-PAC) ସହ ହାତ ମିଳାଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ । ଏହା ଏଜେନ୍ସି ନିର୍ବାଚନ ସମୟରେ ରାଜନୈତିକ ଦଳ ପାଇଁ ରଣନୀତି ପ୍ରସ୍ତୁତ କରିଥାଏ।

 ଦିଲ୍ଲୀର ବିଧାନସଭାର ୭୦ଆସନ ପାଇଁ ଆସନ୍ତା ବର୍ଷ ନିର୍ବାଚନ ହେବାକୁ ଯାଉଛି । ପ୍ରଶାନ୍ତ କିଶୋରଙ୍କ I-PAC ୨୦୧୪ରେ ସାଧାରଣ ନିର୍ବାଚନ ସମୟରେ ବିଜେପି ଓ ବିଧାନସଭା ନିର୍ବାଚନରେ ଜେଡିୟୁ ନେତା ଓ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସହିତ କାମ କରିସାରିଛନ୍ତି। ତାଙ୍କର ରଣନୀତି ଓ ପରାମର୍ଶ ଦ୍ବାରା ବିଜେପି ୨୦୧୪ରେ କ୍ଷମତାକୁ ଆସିଥିଲା ବୋଲି କୁହାଯାଏ।

   Related Posts