Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ଆଇପିଏଲ-୨୦୨୦ : ଟସ୍ ଜିତିଲା ଦିଲ୍ଲୀ କ୍ୟାପିଟାଲ୍ସ, ପ୍ରଥମେ କରିବ ଫିଲ୍ଡିଂ

29/09/2020 at 7:04 PM

ଦୁବାଇ, ୨୯ ।୦୯:  ଆଇପିଏଲ ୨୦୨୦ର ଏକାଦଶତମ ମ୍ୟାଚରେ ଆଜି ମୁହାଁମୁହିଁ ହେବେ ଦିଲ୍ଲୀ କ୍ୟାପିଟାଲ୍ସ ଓ ସନରାଇଜର୍ସ ହାଇଦ୍ରାବାଦ । ଆଜିର ମ୍ୟାଚରେ ଟସ୍ ଜିତିଛି ଦିଲ୍ଲୀ କ୍ୟାପିଟାଲ୍ସ । ଦିଲ୍ଲୀର ଅଧିନାୟକ ଶ୍ରେୟସ ଆୟାର ଟସ୍ ଜିତି ହାଇଦ୍ରାବାଦକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଚନ୍ତି । ଦିଲ୍ଲୀ ପ୍ରଥମେ ଫିଲ୍ଡିଂ ନିଷ୍ପତ୍ତି ନେଇଛି ।

ଆବୁଧାବିରେ ଏହି ମ୍ୟାଚ୍ ଭାରତୀୟ ସମୟାନୁସାରେ ସନ୍ଧ୍ୟା ୭ଟା ୩୦ରେ ଖେଳାଯିବ । ଲଗାତର ଦୁଇଟି ବିଜୟ ପରେ ଦିଲ୍ଲୀର ମନୋବଳ ଆକାଶଛୁଆଁ ରହିଛି । ଅନ୍ୟପକ୍ଷେ ହାଇଦ୍ରାବାଦ ପୂର୍ବରୁ ଖେଳିଥିବା ଦୁଇଟି ମ୍ୟାଚରେ ପରାଜୟର ସ୍ୱାଦ ଚାଖିଛି ।

ଡେଭିଡ ଓ୍ୱାର୍ଣ୍ଣରଙ୍କ ନେତୃତ୍ୱରେ ହାଇଦ୍ରାବାଦ ଟୁର୍ଣ୍ଣାମେଣ୍ଟରେ ଗୋଟିଏ ଦଳ ଯିଏ ପ୍ରଥମ ବିଜୟର ଅପେକ୍ଷାରେ ରହିଛି । ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଥମ ଦୁଇଟି ମ୍ୟାଚରେ ଚମତ୍କାର ଖେଳ ଦେଖାଇଛି । ଶ୍ରେୟସ ଆୟାଙ୍କ ନେତୃତ୍ୱରେ ଦିଲ୍ଲୀ କିଙ୍ଗସ୍ ଏକାଦଶ ପଞ୍ଜାବକୁ ସୁପର ଓଭରରେ ପରାସ୍ତ କରିବା ପରେ ଚେନ୍ନାଇ ସୁପର କିଙ୍ଗସକୁ ମଧ୍ୟ ମାତ୍ ଦେଇଛି । ଦଳ ଏବେ ତାଲିକାରେ ଶୀର୍ଷରେ ରହିଛି ।

ଆଇପିଏଲର ରେକର୍ଡକୁ ଦେଖିଲେ ସନରାଇଜର୍ସ ହାଇଦ୍ରାବାଦ ଭଲ ସ୍ଥିତିରେ ରହିଛି । ଉଭୟଙ୍କ ମଧ୍ୟରେ ଏବେସୁଦ୍ଧା ୧୫ଟି ମ୍ୟାଚ୍ ଖେଳାଯାଇଛି । ଏହାମଧ୍ୟରୁ ହାଇଦ୍ରାବାଦ ୯ ଓ ଦିଲ୍ଲୀ ୬ଟି ମ୍ୟାଚ୍ ଜିତିଛି ।

   Related Posts