Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||

ଆଇପିଏଲ-୨୦୨୦ ଫାଇନାଲ : ପନ୍ତ-ଶ୍ରେୟସଙ୍କ ଲଢୁଆ ବ୍ୟାଟିଂ, ମୁମ୍ବାଇକୁ ୧୫୭ ରନ୍‌ର ଟାର୍ଗେଟ୍ ଦେଲା ଦିଲ୍ଲୀ କ୍ୟାପିଟାଲ୍ସ

10/11/2020 at 9:15 PM

ଦୁବାଇ,  ୧୦।୧୧:   ଆଇପିଏଲ-୨୦୨୦ର ଫାଇନାଲ ମୁକାବିଲାରେ ଡିଫେଣ୍ଡିଂ ଚାମ୍ପିଅନ ମୁମ୍ବାଇ ଇଣ୍ଡିଆନ୍ସ ଆଗରେ ୧୫୭ ରନ୍‌ର ବିଜୟ ଲକ୍ଷ୍ୟ ରଖିଛି ଦିଲ୍ଲୀ କ୍ୟାପିଟାଲ୍ସ । ପ୍ରଥମେ ବ୍ୟାଟିଂ କରିଥିବା ଦିଲ୍ଲୀ ଋଷଭ ପନ୍ତ ଓ ଅଧିନାୟକ ଶ୍ରେୟସ ଆୟାରଙ୍କ ଉପଯୋଗୀ ଇନିଂସ ବଳରେ ନିର୍ଦ୍ଧାରିତ ୨୦ ଓଭରରେ ୭ ଓ୍ୱିକେଟ୍ ହରାଇ ୧୫୬ ରନ୍ କରିଛି । ଅର୍ଥାତ ମୁମ୍ବାଇକୁ ବିଜୟ ପାଇଁ ୧୫୭ ରନ୍ ଆବଶ୍ୟକ ।

ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଦିଲ୍ଲୀ ପାଇଁ ଓପନିଂ ଯୋଡି ଫେଲ୍ ମାରିଥିଲେ । ଦଳ ଖାତା ଖୋଲିବା ପୂର୍ବରୁ ଏମ ଷ୍ଟୋଇନ୍ସଙ୍କ ଓ୍ୱିକେଟ୍ ହରାଇଥିଲା । ଏହାପରେ ଆଜିଙ୍କ୍ୟ ରାହାଣେ ମାତ୍ର ୨ ରନ୍ କରି ଆଉଟ୍ ହୋଇଥିଲେ । ସେହିପରି ଦଳର ସ୍କୋର ୨୨ ଥିବା ବେଳେ ଶିଖର ଧାଓ୍ୱାନ ୧୫ ରନ୍ କରି ପ୍ୟାଭିଲିୟନ ଫେରିଥିଲେ । ଫଳରେ ଦଳ ସଙ୍କଟରେ ପଡିଥିଲା । ତେବେ ଶ୍ରେୟସ ଆୟାର ଓ ଋଷଭ ପନ୍ତ ଧର୍ଯ୍ୟର ସହ ସହ ବ୍ୟାଟିଂ କରି ଉପଯୋଗୀ ଇନିଂସ ଖେଳିଥିଲେ । ଉଭୟ ନିଜର ଅର୍ଧଶତକ ପୂରଣ କରିବା ସହ ରନ ରେଟର ଗତି ବଢାଇଥିଲେ । ପନ୍ତ ୩୮ ବଲରୁ ଦ୍ରୁତ ୫୬ ରନ୍ କରି ଆଉଟ୍ ହୋଇଥିଲେ । ସେହିପରି ଶ୍ରେୟସ ୬୪ ରନ୍ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସିମରନ୍ ହେଟମାୟର ୫ ରନ୍ କରିଥିଲେ । ଫଳରେ ଦଳ ନିର୍ଦ୍ଧାରିତ ୨୦ ଓଭରରେ ୭ ଓ୍ୱିକେଟ୍ ହରାଇ ୧୫୬ ରନ୍ କରିପାରିଥିଲା ।

ମୁମ୍ବାଇ ପକ୍ଷରୁ ଟ୍ରେଣ୍ଟ ବୋଲ୍ଟ ସର୍ବାଧିକ ତିନୋଟି ଓ୍ୱିକେଟ୍ ନେଇଥିବା ବେଳେ ନାଥାନ କୁଲ୍ଟରନାୟାଲ ଦୁଇଟି ଓ ଜୟନ୍ତ ଯାଦବ ଗୋଟିଏ ଲେଖାଏଁ ଓ୍ୱିକେଟ୍ ନେଇଥିଲେ ।

   Related Posts