Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବ ମୋର୍ଚ୍ଚା ନେତାଙ୍କୁ ମାଡ଼ ଘଟଣାରେ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||

ପରିତ୍ୟକ୍ତ ସ୍ଥାନରୁ ଉଦ୍ଧାର ହୋଇଥିଲେ, କୋଳେଇ ନେଲେ ଇଟାଲୀୟ ଦମ୍ପତ୍ତି

30/01/2021 at 1:04 PM

ବ୍ରହ୍ମପୁର ୩୦।୧: ପରିତ୍ୟକ୍ତ ସ୍ଥାନରୁ ଉଦ୍ଧାର ହୋଇଥିବା ଶିଶୁ କନ୍ୟାର ବଦଳିଲା ଭାଗ୍ୟ । ଗଞ୍ଜାମ ଜିଲ୍ଲାରୁ ସୁଦୂର ଇଟାଲୀରେ ରହି ବଡ ହେବ ଉଦ୍ଧାର ଶିଶୁ । ଉକ୍ତ ଶିଶୁ କନ୍ୟାକୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରିଛନ୍ତି ଇଟାଲୀ ଦମ୍ପତ୍ତି । ବ୍ରହ୍ମପୁର ଉତ୍କଳ ବାଳାଶ୍ରମରେ ରହୁଥିଲେ ଶିଶୁକନ୍ୟା । ସ୍ନେହାକୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରିଛନ୍ତି ଇଟାଲୀର ଜେନୋଭା ସହରର ନିକୋଲା ଗାମ୍ବାରୋ ଓ ଏଲିସା ୟୁବେଜିଓ । 

ଗଞ୍ଜାମ ଜିଲ୍ଲାର ଅନାଥ ଶିଶୁ କନ୍ୟାକୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରିଛନ୍ତି ଇଟାଲୀର ଏକ ଦମ୍ପତ୍ତି । ଜିଲ୍ଲା ପ୍ରଶାସନ ପକ୍ଷରୁ ଆଇନ ଅନୁଯାୟୀ ସମସ୍ତ ପକ୍ରିୟା ଶେଷ ହେବା ପରେ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ସହ ଜିଲ୍ଲା ମଙ୍ଗଳ ଅଧିକାରୀଙ୍କ ଉପସ୍ଥିତିରେ ଶିଶୁକୁ ଇଟାଲୀ ଦମ୍ପତ୍ତିକୁ ହସ୍ତାନ୍ତର କରାଯାଇଛି । ପୂର୍ବରୁ ଜିଲ୍ଲାର ଦୁଇ ଶିଶୁଙ୍କୁ ଅନ୍ୟ ବିଦେଶୀ ଦମ୍ପତ୍ତି ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରିସାରିଛନ୍ତି । ତୃତୀୟ ଶିଶୁ ଭାବେ ସ୍ନେହା ଦେଶ ବାହାରକୁ ଯାଇଛି । ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରିସାରିବା ପରେ ବିଦେଶୀ ଦମ୍ପତ୍ତି ବେଶ୍ ଖୁସୀ ଅନୁଭବ କରିଥିଲେ ।

ଜିଲ୍ଲାର ବିଭିନ୍ନ ସ୍ଥାନରୁ ପରିତ୍ୟକ୍ତ ଶିଶୁଙ୍କୁ ଉଦ୍ଧାର କରି ସେମାନଙ୍କର ଯତ୍ନ ଓ ସୁରକ୍ଷା ପାଇଁ ବ୍ରହ୍ମପୁର ସ୍ଥିତ ଉତ୍କଳ ବାଳାଶ୍ରମରେ ରଖାଯାଉଛି । ଶିଶୁ କନ୍ୟା ସ୍ନେହା ୪ ଡ଼ିସେମ୍ବର ୨୦୧୭ରେ ଏକ ପରିତ୍ୟକ୍ତ ସ୍ଥାନରୁ ଉଦ୍ଧାର ହୋଇଥିଲା । ସ୍ପେଶାଲ ଆଡପସନ ଏଜେନ୍ସି ମାଧ୍ୟମରେ ସେମାନଙ୍କର ପୋଷ୍ୟତା ପାଇଁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ରର ପୋର୍ଟାଲରେ ଅପଲୋଡ଼ କରାଯାଇଥିଲା । ପରବର୍ତ୍ତୀ ସମୟରେ ଶିଶୁଟିକୁ ଗଞ୍ଜାମ ଶିଶୁ ମଙ୍ଗଳ ସମିତି, ଆଇନତଃ ମୁକ୍ତ ଘୋଷଣା କରିଥିଲେ । ଯାହାଦ୍ବାରା ଶିଶୁଟି ପୋଷ୍ୟ ଭାବେ ଯେକୌଣସି ଦମ୍ପତିଙ୍କ ପାଖକୁ ଯାଇପାରିବେ ସେ ସମସ୍ତଙ୍କୁ ପୋର୍ଟାଲ୍ ମାଧ୍ୟମରେ ଜଣାଇ ଦିଆଯାଇଥିଲା । ଦୀର୍ଘ ୩ ବର୍ଷ ପରେ ଏହି ଇଟାଲୀ ଦମ୍ପତ୍ତିଙ୍କୁ ସ୍ନେହାକୁ ପୋଷ୍ୟ ଭାବେ ଗ୍ରହଣ କରିବାକୁ ଅନୁମତି ମିଳିଥିଲା ।

ପୂର୍ବରୁ ଗଞ୍ଜାମ ଜିଲ୍ଲାରୁ ୨୧ ଜଣ ଶିଶୁଙ୍କୁ ଦେଶ ଭିତରେ ପୋଷ୍ୟ ଭାବେ ଗ୍ରହଣ କରିଥିବା ବେଳେ ବିଦେଶକୁ ୩ ଜଣ ଶିଶୁ ଯାଇଛନ୍ତି ।

   Related Posts