Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ଛତିଶଗଡ ସୀମାନ୍ତରୁ ଆସିବେ ପ୍ରବାସୀ, ଆଗକୁ ଆହୁରି ବିଗିଡିବ ସ୍ଥିତି – ଶ୍ରମ ମନ୍ତ୍ରୀ
  • ||
  • କଟକ : ଅପ୍ରେଲ ଶେଷ କିମ୍ବା ମେ’ ପ୍ରଥମ ସପ୍ତାହରେ ରାଜ୍ୟରେ ପିକ୍‌ରେ ରହିପାରେ କରୋନା ସଂକ୍ରମଣ
  • ||
  • ପୁରୀ : ବ୍ରହ୍ମଗିରିରେ ବୋମାମାଡ, ଛିଣ୍ଡିଗଲା ଯୁବକଙ୍କ ହାତ
  • ||
  • ମହାକାଳପଡା : ହରିଣ ମାଂସ ବୋଝେଇ ଅଟୋ ଜବତ, ଜଣେ ଗିରଫ, ୨ ଅଭିଯୁକ୍ତ ଫେରାର
  • ||
  • ରାୟଗଡା : ତ୍ରିପୁରା ଯିବାବେଳେ ରେଳ ଷ୍ଟେସନରୁ ୬ନାବାଳିକା ଉଦ୍ଧାର, ଚାଇଲ୍ଡ ଲାଇନ୍‌କୁ ହସ୍ତାନ୍ତର
  • ||
  • ସମ୍ବଲପୁର : ସମ୍ବଲପୁର ଜିଲ୍ଲାର ୨ଟି ଗାଁ ସଟଡାଉନ୍ ଘୋଷଣା, କରୋନା ସଂକ୍ରମଣ ବୃଦ୍ଧି ଦୃଷ୍ଟିରୁ ପଦକ୍ଷେପ
  • ||
  • ଭୁବନେଶ୍ବର : ବାତିଲ ହେଲା ଚଳିତବର୍ଷ ମାଟ୍ରିକ ପରୀକ୍ଷା, ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ
  • ||
  • ଆଜିଠାରୁ ୫ ଦିନ ବନ୍ଦ ରହିବ ସମ୍ବଲପୁର ବିଶ୍ବବିଦ୍ୟାଳୟ, କରୋନା ସଂକ୍ରମଣ ଦୃଷ୍ଟିରୁ ପଦକ୍ଷେପ
  • ||
  • ରାଜ୍ୟରେ କରୋନା ନେଲା ଆଉ ୫ ଜଣଙ୍କ ଜୀବନ, ୧୯୫୮ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ପବିତ୍ର ଶ୍ରୀରାମ ନବମୀ : କୋଭିଡ୍ କଟକଣାରେ ପାଳନ ହେବ ଉତ୍ସବ, ଆଜିଠୁ ଟ୍ବିନସିଟିର ସମସ୍ତ ଧର୍ମାନୁଷ୍ଠାନ ବନ୍ଦ
  • ||

କରୋନା ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ଆଇଟମ୍ ଗର୍ଲ ଦେଲେ ୫୦ହଜାର ଟଙ୍କା

27/03/2020 at 3:27 PM

ଭୁବନେଶ୍ବର ୨୭।୩: କରୋନା ପାଇଁ ୫୦ ହଜାର ଟଙ୍କାର ସହାୟତା ପ୍ରଦାନ କରିଛନ୍ତି ଆଇଟମ୍ ଗର୍ଲ ରାଣୀ ପଣ୍ଡା । ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠି (କୋଭିଡ୍‌-୧୯ ପାଣ୍ଠି)କୁ ସେ ଏହି ସହାୟତା ଦେଇଛନ୍ତି । ସେ କହିଛନ୍ତି ଯେ, ବର୍ତ୍ତମାନ ସମୟରେ ଲୋକମାନଙ୍କୁ ସାହାଯ୍ୟର ଆବଶ୍ୟକତା ରହିଛି । ସେ ବଡ ଷ୍ଟାର୍ ନୁହଁନ୍ତି, କିନ୍ତୁ ତାଙ୍କ ଉପାର୍ଜିତ ଯେତିକି ସକ୍ଷମ ସେ ସାହାଯ୍ୟ କରିଛନ୍ତି । ଏହି ସଙ୍କଟ ସମୟରେ ଯାହାର ଯେତିକି ସକ୍ଷମ ସେତିକି ରାଜ୍ୟବାସୀଙ୍କ ପାଇଁ ଦାନ କରନ୍ତୁ ।

ପୂର୍ବରୁ ଯାତ୍ରା ପେଣ୍ଡାଲରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ ନେଇ ଚର୍ଚ୍ଚାରେ ଥିବା ଆଇଟମ୍ ଡ୍ୟାନ୍ସର ରାଣୀ ପଣ୍ଡାଙ୍କ ଏଭଳି ମହତ କାର୍ଯ୍ୟକୁ ପ୍ରଶଂସା କରାଯାଇଛି ।

ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠି (କୋଭିଡ୍‌-୧୯ ପାଣ୍ଠି) କୁ ୩ ମାସର ଦରମା ପ୍ରଦାନ କରିଥିଲେ । ରାଜ୍ୟରେ ଏଭଳି ବିପର୍ଯ୍ୟୟ ସମୟରେ ମୁଖ୍ୟମନ୍ତ୍ରୀଙ୍କ ଏଭଳି କାର୍ଯ୍ୟକୁ ସବୁ ମହଲରେ ପ୍ରଶଂସା କରାଯାଇଥିଲା । କିଛି ମନ୍ତ୍ରୀ, ସାଂସଦମାନେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡ (କୋଭିଡ୍‌-୧୯ ଫଣ୍ଡ) କୁ ନିଜ ନିଜ ଦରମା ପ୍ରଦାନ କରିଥିଲେ ।

   Related Posts