Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||
  • ବିରାଟ ବାହିନୀ ଚିତ୍‌ପଟାଙ୍ଗ, ଭାରତକୁ ୫୧ ରନରେ ହରାଇ ସିରିଜ୍ ହାତେଇଲା ଅଷ୍ଟ୍ରେଲିଆ
  • ||
  • କାର୍ତ୍ତିକ ପୂର୍ଣ୍ଣିମାରେ ପବିତ୍ର ଗଙ୍ଗା ସ୍ନାନକୁ ନେଇ ଦୁଇ ଦିନ ପାଇଁ ହରିଦ୍ୱାର ସୀମା ସିଲ୍
  • ||
  • ହାଡଭଙ୍ଗା ଶୀତ ଯୋଗୁଁ ମନାଲିରେ ଜଣକର ମୃତ୍ୟୁ, ଜିରୋ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଡାଲିରେ ୧୫ ଟଙ୍କା ରିହାତି ଦେବେ ସରକାର
  • ||
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||

ଜଗଦ୍ଧାତ୍ରୀ ବେଶରେ ଦର୍ଶନ ଦେଉଛନ୍ତି ମା’ ଭଦ୍ରାକାଳୀ

18/11/2020 at 12:25 PM

ଭଦ୍ରକ ୧୮।୧୧: କାଳୀ ପୂଜା ଉପଲକ୍ଷେ ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶ ଅନୁଷ୍ଠିତ ହେଉଛି । ସପ୍ତମାତୃକା ବେଶର ପଞ୍ଚମ ଦିନରେ ବୁଧବାର ମା’ ଭଦ୍ରାକାଳୀ ଜଗଦ୍ଧାତ୍ରୀ ବେଶ ଧାରଣ କରିଛନ୍ତି ।

ଜଗଦ୍ଧାତ୍ରୀ ବେଶରେ ମା’ଙ୍କର ବୁଧବାର ବାଘ ବାହନ ଥିବା ବେଳେ ମା’ ନାଲି ପାଟ ବସ୍ତ୍ର ପରିଧାନ କରିଛନ୍ତି ଓ ସ୍ବର୍ଣ୍ଣ-ରୌପ୍ୟ ଅଳଙ୍କାରରେ ଭୂଷିତ ହୋଇଛନ୍ତି । ମା’ ହସ୍ତରେ ଶଙ୍ଖ, ଚକ୍ର, ଗଦା, ଖଡ୍ଗ ଧାରଣ କରି ଚତୁର୍ଦ୍ଧାମୂର୍ତ୍ତିରେ ପ୍ରକଟ ହୋଇଛନ୍ତି ।

ଜଗଦ୍ଧାତ୍ରୀ ବେଶରେ ମା’ଙ୍କୁ ଦର୍ଶନ କଲେ ଭକ୍ତର ମାନସିକ ପୂରଣ ହୁଏ ବୋଲି ଦୃଢ଼ ବିଶ୍ବାସ ରହିଛି । ଆଦ୍ୟାଶକ୍ତି ମା’  ଭଦ୍ରକାଳୀ ସୃଷ୍ଟିର ସମସ୍ତ ଶକ୍ତିର ଅଧିକାରିଣୀ ଜଗତର ପାଳନକର୍ତ୍ତି । ସମସ୍ତ ଜୀବ ଜଗତ, ପ୍ରାଣୀ ଜଗତ ତଥା ଉଦ୍ଭିଦ ଜଗତ, ଜଳ, ସ୍ଥଳ ସର୍ବତ୍ର ତାଙ୍କର ସତ୍ତା ଉପଲବ୍ଧି ହେଉଛି । ଆସନ୍ତାକାଲି ମା’ ପଦ୍ମାସନା ହଂସ ବାହନରେ ମହାସରସ୍ବତୀ ବେଶରେ ଦର୍ଶନ ଦେବେ  ।

   Related Posts