ଆଜିଠୁ ଖୋଲିଲା ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ବିରଜାଙ୍କ ମନ୍ଦିର, ସକାଳ ୬ଟାରୁ ଅପରାହ୍ନ ୫ ଟା ଯାଏଁ ମାଆଙ୍କ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ

Published By : Prameya-News7 Bureau | December 29, 2020 IST

ଯାଜପୁର ୨୯।୧୨: ଦୀର୍ଘ ୯ ମାସର କଟକଣା ପରେ ଖୋଲିଲା ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ବିରଜାଙ୍କ ମନ୍ଦିର । କରୋନା ପାଇଁ ଭକ୍ତଙ୍କ ଦର୍ଶନ ବନ୍ଦ ଥିବା ବେଳେ ଆଜିଠାରୁ ମାଆଙ୍କ ସାଧାରଣ ଦର୍ଶନ ଆରମ୍ଭ ହୋଇଛି ।

{"id":384052,"sizeSlug":"large","linkDestination":"none"}

ସକାଳ ୬ଟାରୁ ଅପରାହ୍ନ ୫ ଟା ପର୍ଯ୍ୟନ୍ତ ଭକ୍ତମାନେ ମାଆଙ୍କ ଦର୍ଶନ କରିପାରିବେ । ଏଥିପାଇଁ ବ୍ୟାପକ ବ୍ୟବସ୍ଥା ହୋଇଥିବା ବେଳେ ଅନେକ କଟକଣା ଜାରି କରାଯାଇଛି । ଉଭୟ ପୁରୁଷ ଓ ମହିଳା ଶ୍ରଦ୍ଧାଳୁ ଭିନ୍ନଭିନ୍ନ ଧାଡିରେ ଆସି ମାଆଙ୍କ ଚଣ୍ଡି ମଣ୍ଡପରୁ ବିରଜାଙ୍କ ଦର୍ଶନ କରିବେ । ଏବଂ ଏହାପରେ ସିଧା ବାହାରକୁ ପ୍ରସ୍ଥାନ କରିବେ । ମନ୍ଦିର ପରିସରରେ କୌଣସି ଭକ୍ତଙ୍କୁ ରହିବାର ସୁଯୋଗ ଦିଆଯିବ ନାହିଁ । ଭକ୍ତମାନଙ୍କ ଶାନ୍ତିପୂର୍ଣ୍ଣ ଦର୍ଶନ ପାଇଁ ବ୍ୟାରିକେଟର ବ୍ୟବସ୍ଥା କରାଯାଇଛି । ନୂଆବର୍ଷରେ ଅଧିକ ଗହଳି ଏଡାଇବା ପାଇଁ ଜାନୁଆରୀ ୧ରୁ ୩ ଯାଏ ମନ୍ଦିରରେ ଦର୍ଶନ ବନ୍ଦ ରହିବ । ତେବେ ମନ୍ଦିର ଖୋଲିଥିବାରୁ ଭକ୍ତମାନଙ୍କ ମଧ୍ୟରେ ବେଶ ଉତ୍ସାହ ଦେଖିବାକୁ ମିଳିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.