Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

ବାତ୍ୟା ପରେ ଦାଉ ସାଜିଛି ବନ୍ୟା : ବିପଦ ସଂକେତ ଉପରେ ଜଳକା ନଦୀ, ଶହ ଶହ ହେକ୍ଟର ଚାଷ ଜମି ଜଳମଗ୍ନ

15/09/2021 at 1:27 PM

ଜଳେଶ୍ବର ୧୫।୯: ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀ । ଭୟଭୀତ ଅବସ୍ଥାରେ ଚାଷୀ କୂଳ । ବାତ୍ୟା ପରେ ଦାଉ ସାଜିଛି ବନ୍ୟା । ଶହ ଶହ ହେକ୍ଟର ଚାଷ ଜମି ଏବେ ଜଳମଗ୍ନ । ନଦୀର ମଥାନୀଠାରେ ବିପଦ ସଂକେତ ୫.୫୦ ମିଟର ଥିବାବେଳେ ସକାଳ ୬ଟା ସୁଦ୍ଧା ୬.୫୧ ମିଟରରେ ପ୍ରବାହିତ ହେଉଛି । ୧୧ ତାରିଖରୁ ବସ୍ତା ଅଞ୍ଚଳରେ ବର୍ଷା ଲାଗି ରହିଛି । ଏହାସହ ଉପର ମୁଣ୍ଡରେ ବର୍ଷା ଯୋଗୁଁ ଜଳସ୍ତର ବୃଦ୍ଧି ପାଉଥିବାରୁ ବନ୍ୟା ଆଶଙ୍କା ଦେଖାଦେଇଛି । ତଳତାପଣ୍ଡା ନଦୀବନ୍ଧ ସମ୍ପୂର୍ଣ୍ଣ ଦୁର୍ବଳ ଥିବାରୁ ଚିନ୍ତାରେ ନଦୀକୂଳବାସୀ ।

ସୂଚନାଯୋଗ୍ୟ ଯେ, ୧୧ ତାରିଖରୁ ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ବାଲେଶ୍ବର ଜିଲ୍ଲା ବସ୍ତା ବ୍ଲକ୍ ଦେଇ ପ୍ରବାହିତ ହେଉଥିବା ଜଳକା ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ନଦୀର ଉପର ମୁଣ୍ଡ ମୟୁରଭଞ୍ଜ ଜିଲ୍ଲାର ସୁଳିଆପଦା, ମୋରଡା, ଚିତ୍ରଡା, ରାସଗୋବିନ୍ଦପୁର ଅଞ୍ଚଳରେ ବର୍ଷା ହେବା କାରଣରୁ ବଢୁଛି ନଦୀର ଜଳସ୍ତର । ଜଳସ୍ତର ବୃଦ୍ଧି ପାଉଥିବାରୁ ବନ୍ୟା ଦେଖାଦେଇଛି । ବନ୍ୟା ଯୋଗୁଁ ବସ୍ତା ବ୍ଲକର ୧୨ଟି ପଞ୍ଚାୟତ ପତ୍ରଝଡ଼ା, ସଦାନନ୍ଦ ପୁର, ବାହାର୍ଦା, ମଥାନୀ, ଦୁଧହଂସା, ରାଉତପଡା, ଗଡପଦା, କୁଡିଆ, ବାସିଚକୁରାଇ, ଦରଡା, ବ୍ରାହ୍ମଣଦା, ବରୁଣଗଡିଆ ଏବଂ ସଦର ବ୍ଲକର ୨ଟି ପଞ୍ଚାୟତ ରସୁଲପୁର ଏବଂ ଶ୍ରୀରାମପୁର ପଞ୍ଚାୟତ ପ୍ରଭାବିତ ହେବାର ସମ୍ଭାବନା ରହିଛି । ତେବେ ବନ୍ୟା ଜଳରେ ୨୦୦ ଏକରୁ ଉର୍ଦ୍ଧ୍ବ ଚାଷ ଜମିରେ ଏବେ ପାଣି ଘେରି ଯାଇଛି । ଅନେକ ଗାଁଗୁଡିକରେ ଜଳ ପ୍ରବେଶ କରିବା ଆରମ୍ଭ ହେଲାଣି ।  ନଦୀ କୂଳିଆ ଅଧିବାସୀମାନେ ଭୟଭୀତ ଥିବା ଦେଖିବାକୁ ମିଳିଛି ।

   Related Posts