Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ସୁରକ୍ଷାବାହିନୀଙ୍କ ଗୁଳିରେ ଟଳିଲା ହିଜବୁଲର ଚିଫ୍ କମାଣ୍ଡର ମେହରାଜୁଦ୍ଦୀନ ହଲୱାଇ, ସର୍ଚ୍ଚ ଅପରେସନ ଜାରି

7/07/2021 at 9:00 AM

ନୂଆଦିଲ୍ଲୀ ୭/୭ : ସୀମାରେ ସୁରକ୍ଷାବାହିନୀକୁ ବଡ଼ ସଫଳତା । ଉତ୍ତର କାଶ୍ମୀରର ହନ୍ଦୱାଡାରେ ସୁରକ୍ଷାବାହିନୀ ଓ ଆତଙ୍କବାଦୀ ମୁହାଁମୁହିଁ । ସୁରକ୍ଷାବାହିନୀର ଏନକାଉଣ୍ଟରରେ ହିଜବୁଲର ଚିଫ୍ କମାଣ୍ଡର ମେହରାଜୁଦ୍ଦୀନ ହଲୱାଇ ନିହତ । କାଶ୍ମୀର ଆଇଜିପି ଏନେଇ ସୂଚନା ଦେଇଛନ୍ତି । ମେହରାଜୁଦ୍ଦୀନ ହଲୱାଇ ବହୁ ଆତଙ୍କୀ କାର୍ଯ୍ୟକଳାପରେ ସାମିଲ ଥିଲା ।

ସୂଚନା ଅନୁସାରେ, ମଙ୍ଗଳବାର ବିଳମ୍ବିତ ରାତିରେ ଉତ୍ତର କାଶ୍ମୀରର ହନ୍ଦୱାଡାରେ କ୍ରାଲଗୁଣ୍ଡର ପାଜିପୋରା-ରେନାନ ଅଞ୍ଚଳରେ ସୁରକ୍ଷାବାହିନୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଥିଲେ। ଏହି ଅଞ୍ଚଳରେ ହିଜବୁଲର ଆତଙ୍କବାଦୀମାନେ ଲୁଚି ରହିଥିବା ଗୁଇନ୍ଦା ସୂତ୍ରରୁ ସୂଚନା ମିଳିଥିଲା । ଏହାପରେ ସୁରକ୍ଷାବାହିନୀର ୩୨ ଆରଆର ଏବଂ ସିଆରପିଏଫର ୯୨ ବିଏନ୍‌ର ଜଏଣ୍ଟ ଟିମ୍ ଏହି ଅଞ୍ଚଳରେ ସର୍ଚ୍ଚ ଅପରେଶନ କରିଥିଲା ।

ଏହି ସମୟରେ ଆତଙ୍କବାଦୀମାନେ ଗୁଳି ଚଳାଇଥିଲେ । ଫଳରେ ସୁରକ୍ଷାବାହିନୀର ଏହାର ପ୍ରତି ଜବାବ ଦେଇଥିଲା । ସୁରକ୍ଷାବାହିନୀର ଏନକାଉଣ୍ଟରରେ ହିଜବୁଲର ଚିଫ୍ କମାଣ୍ଡର ମେହରାଜୁଦ୍ଦୀନ ହଲୱାଇ ନିହତ ହୋଇଛି । ସ୍ଥାନୀୟ ଅଞ୍ଚଳରେ ଘେରାବନ୍ଦୀ କରି ସୁରକ୍ଷାବାହିନୀର ସର୍ଚ୍ଚ ଅପରେଶନ ଜାରି ରହିଛି।

   Related Posts