କନ୍ଧମାଳରେ ମାଓ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ମାଓବାଦୀ

NEWS7
jammu-and-kashmir-two-drones-spotted-in-kaluchak-and-kunjwani-areas-early-morning

ବାଲିଗୁଡ଼ା ୨୫।୧୨ : କନ୍ଧମାଳରେ ମାଓ ଏନ୍‌କାଉଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ଦୁଇ କୁଖ୍ୟାତ ମାଓବାଦୀ । କନ୍ଧମାଳ ଜିଲ୍ଲା ବେଲଘର ପେଡମ୍ ଜଙ୍ଗଲରେ ଘଟିଛି ଏହି ଏନ୍କାଉଣ୍ଟର । ଏବେବି ସର୍ଚ୍ଚ ଅପରେସନ ଜାରି ରହିଛି ।

ଖବର ଅନୁଯାୟୀ, ପେଡମ୍ ଜଙ୍ଗଲରେ କିଛି ମାଓବାଦୀ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀ ଏବଂ ପୋଲିସ ନିକଟରେ ଗୁଇନ୍ଦା ସୂଚନା ମିଳିଥିଲା । ଏହାପରେ ସୁରକ୍ଷାକର୍ମୀ ଓ ପୋଲିସ ପକ୍ଷରୁ ଆରମ୍ଭ ହୋଇଥିଲା ସର୍ଚ୍ଚ ଅପରେସନ । ସାଦା ପୋଷାକରେ ପୋଲିସକୁ ଦେଖି ମାଓବାଦୀମାନେ ଗୁଳିଚାଳନା କରିଥିଲେ । ଯାହାର ଦୃଢ ଜବାବ ଦେଇଥିଲେ ସୁରକ୍ଷାକର୍ମୀ । ଦୀର୍ଘ ସମୟ ଧରି ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଥିଲା । ଶେଷରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ମାଓବାଦୀ ନିହତ ହୋଇଥିଲା ଜଣାପଡିଛି । ଦୁଇ ନିହତ ମାଓବାଦୀ ହେଲେ ରାୟଗଡ଼ାର ରାକେଶ ଓ ବିଜାପୁରର ଅମ୍ରିତ ବୋଲି ଜଣାପଡିଛି । ଉଭୟଙ୍କ ମୁଣ୍ଡ ପାଇଁ ଥିଲା ୨୩.୬୫ ଲକ୍ଷ ଟଙ୍କାର ପୁରସ୍କାର ରାଶି । ତେବେ ଏନ୍କାଉଣ୍ଟର ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଉଛି ।