ପରଲୋକରେ ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କ ବଡ଼ ପୁଅ, କରୋନା ସଂକ୍ରମିତ ହୋଇ ତ୍ୟାଗ କଲେ ଶେଷ ନିଶ୍ୱାସ

Published By : Prameya-News7 Bureau | May 20, 2021 IST

ଭୁବନେଶ୍ୱର ୨୦।୦୫: ବିଶିଷ୍ଟ ଶିଳ୍ପୀ ସ୍ୱର୍ଗତ ରଘୁନାଥ ମହାପାତ୍ରଙ୍କ ବଡ଼ପୁଅଙ୍କ ପରଲୋକ । କରୋନା ଆକ୍ରାନ୍ତ ହୋଇ ପ୍ରାଣ ହରାଇଲେ ପଦ୍ମ ବିଭୂଷଣଙ୍କ ବଡ଼ ପୁତ୍ର ଯଶୋବନ୍ତ ମହାପାତ୍ର । ଭୁବନେଶ୍ୱର ସ୍ଥିତ ସମ୍‌ କୋଭିଡ଼ ମେଡିକାଲରେ ତାଙ୍କର ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୫୨ବର୍ଷ ବୟସ ହୋଇଥିଲା ।

ଭୁବନେଶ୍ୱର ଏମ୍ସ ରେ ଚିକିତ୍ସାଧୀନ ଥିବା ଯଶୋବନ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ହେବାରୁ ବୁଧବାର ସମ୍ କୋଭିଡ ହସ୍ପିଟାଲରେ ଭର୍ତି କରାଯାଇଥିଲା । ତେବେ ସମ୍‌ କୋଭିଡର ଡାକ୍ତର ଓ ନର୍ସ ମାନଙ୍କର ସମସ୍ତ ପ୍ରଚେଷ୍ଟା ଓ ନିରବଛିନ୍ନ ଚିକିତ୍ସା ସତ୍ୱେ ତାଙ୍କର ଆଜି ଦିନ ୧ ଘଟିକାରେ ତାଙ୍କର ମୃତ୍ୟୁ ଘଟିଛି |

ଖବର ଅନୁଯାୟୀ, ୧୨ ଦିନ ତଳେ କୋଭିଡ୍‌ରେ ଆକ୍ରାନ୍ତ ହୋଇଛି ବିଶିଷ୍ଟ ଶିଳ୍ପୀ ରଘୁନାଥ ମହାପାତ୍ରଙ୍କ ପରଲୋକ ହୋଇଥିଲା । ଏହାର କିଛି ଦିନ ପରେ ମାନେ ବୁଧବାର ଦିନ ରଘୁନାଥ ମହାପାତ୍ରଙ୍କ ସାନ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ପରଲୋକ ହୋଇଯାଇଛି । ସେ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇ ଏମ୍‌ସରେ ଭର୍ତ୍ତି ହୋଇଥିଲା । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସାନପୁଅ ପ୍ରଶାନ୍ତ ମହାପାତ୍ରଙ୍କ ପରଲୋକ ହୋଇଛି ।

ତେବେ ଗତ ୧୨ ଦିନ ମଧ୍ୟରେ ଗୋଟିଏ ପରିବାରର ୩ଜଣ ଆଖିବୁଜିଛନ୍ତି । ଯାହା ପରେ ପୁରା ପରିବାର ଏବେ ଭାଙ୍ଗି ପଡିଛି।

wp:embed {"url":"http://www.prameyanews7.com/prasant-mohapatra-passes-away/","type":"wp-embed","providerNameSlug":"prameya-news-7","className":""}
http://www.prameyanews7.com/prasant-mohapatra-passes-away/
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.