ଓଡ଼ିଶା, ଓଡ଼ିଆ ଆଉ ଓଡ଼ିଶୀର ଅଭୂତପୂର୍ବ ସଙ୍ଗମ ହେଉଛନ୍ତି ଗୁରୁଶ୍ରୀ କେଳୁଚରଣ

NEWS7
jaydev-unadkat-breaks-21-years-old-ranji-trophy-record

ଭୁବନେଶ୍ବର ୮।୧: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ପଦ୍ମ ବିଭୂଷଣ ଗୁରୁ ସ୍ବର୍ଗତ କେଳୁଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ ସ୍ଥାନୀୟ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଠାରେ ପାଳନ କରାଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ଓଡ଼ିଶୀ ଗବେଷଣା କେନ୍ଦ୍ର ସ୍ଥିତ ପଦ୍ମ ବିଭୂଷଣ ଗୁରୁ କେଳୁଚରଣ ମହାପାତ୍ରଙ୍କ ପ୍ରତିମୂର୍ତ୍ତି ସମେତ ପଦ୍ମଶ୍ରୀ ସଂଯୁକ୍ତା ପାଣିଗ୍ରାହୀ ଓ ପଣ୍ଡିତ ଭୁବନେଶ୍ୱର ମିଶ୍ରଙ୍କ ପ୍ରତିମୂର୍ତ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏହାପରେ ମୁଖ୍ୟମନ୍ତ୍ରୀ ଆୟୋଜିତ କେଳୁଚରଣ କୀର୍ତ୍ତି ଶତକମ୍ ନାମରେ ଆୟୋଜିତ ତିନିଦିନିଆ ଚିତ୍ରକଳା ଓ ଫଟୋଚିତ୍ର ପ୍ରଦର୍ଶନୀ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, କେଳୁଚରଣ ମହାପାତ୍ରଙ୍କୁ ଓଡ଼ିଶା, ଓଡ଼ିଆ ଆଉ ଓଡ଼ିଶୀର ଅଭୂତପୂର୍ବ ସଙ୍ଗମ ବୋଲି କହିଥିଲେ । ଗୁରୁ କେଳୁଚରଣ ମହାପାତ୍ର କେବଳ ଜଣେ ମହାନ ନୃତ୍ୟଶିଳ୍ପୀ ନୁହେଁ, ସେ ଥିଲେ ଓଡ଼ିଶୀ ନୃତ୍ୟର ଆତ୍ମା। ଯେତେବେଳେ ଓଡ଼ିଶୀ ନୃତ୍ୟ ଅବହେଳାର ଅନ୍ଧକାରରେ ଆବୃତ ଥିଲା, ସେତେବେଳେ ଗୁରୁଜୀ ତାଙ୍କର ଅସୀମ ସାଧନା, ଅତୁଟ ଆସ୍ଥା ଓ ଅଦମ୍ୟ ପରିଶ୍ରମରେ ଏହି ନୃତ୍ୟକଳାକୁ ପୁନର୍ଜୀବନ ଦେଇଥିଲେ । ଶ୍ରୀଜଗନ୍ନାଥ ସଂସ୍କୃତି, ମାହାରୀ ପରମ୍ପରା, ଶାସ୍ତ୍ରୀୟ ଓ ଲୋକକଳା, ସମସ୍ତଙ୍କ ସମନ୍ୱୟରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ନୃତ୍ୟକୁ ଏକ ଅଦ୍ଭୁତ ଶାସ୍ତ୍ରୀୟ ଆକୃତି ଦେଇଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

​​​​​​​

ଉକ୍ତ କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର ତଥା ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ସଂସ୍କୃତି ବିଭାଗ ସଚିବ ଡ଼ ବିଜୟ କେତନ ଉପାଧ୍ୟାୟ, ଲଳିତକଳା ଏକାଡେମୀର ଅଧ୍ୟକ୍ଷ ଡକ୍ଟର ଚନ୍ଦ୍ରଶେଖର ହୋତା, ବିଭାଗୀୟ ନିର୍ଦ୍ଦେଶକ ଦେବପ୍ରସାଦ ଦାଶ ଏବଂ ବରିଷ୍ଠ ଶାସ୍ତ୍ରୀୟ ନୃତ୍ୟଶିଳ୍ପୀ ଓ କଳାକାର ମାନେ ଉପସ୍ଥିତ ଥିଲେ ।