Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ଆଜି ଜେଇଇ ଆଡ଼ଭାନ୍ସ ପରୀକ୍ଷା : ଓଡିଶାରୁ ୫ ହଜାର ଛାତ୍ରଛାତ୍ରୀ

27/05/2019 at 8:54 AM

ଦେଶର ବିଭିନ୍ନ ଆଇଆଇଆଟି କଲେଜରେ ନାମ ଲେଖା ପାଇଁ ଆଜି ଜେଇଇ ଆଡ଼ଭାନ୍ସ ପରୀକ୍ଷା ଅନୁଷ୍ଠିତ ହେବ । ଦେଶର ୧ ଲକ୍ଷ ୭୬ ହଜାର ଛାତ୍ରଛାତ୍ରୀ ପରୀକ୍ଷା ପାଇଁ ନାମ ପଞ୍ଜିକରଣ କରିଛନ୍ତି । ଏଥିରେ ଓଡିଶାରୁ ୫ ହଜାରରୁ ଅଧିକ ଛାତ୍ରଛାତ୍ରୀ ଜେଇଇ ଆଡ଼ଭାନ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଥିଲେ । ସେମାନଙ୍କ ମଧ୍ୟରୁ ୩ ହଜାର ୨୬୧ ଛାତ୍ରଛାତ୍ରୀ ନାମ ପଞ୍ଜିକରଣ କରିଛନ୍ତି । ଜେଇଇ ଆଡ଼ଭାନ୍ସର ଦୁଇଟି ପେପର ପରୀକ୍ଷା ଅନୁଷ୍ଠିତ ହେବ । ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଗୋଟିଏ ପେପର ଓ ଅପରାହ୍ନ ୨ଟାରୁ ୪ଟା ପର୍ଯ୍ୟନ୍ତ ଦ୍ୱିତୀୟ ପେପର ପରୀକ୍ଷା ଅନୁଷ୍ଠିତ ହେବ । ଭିନ୍ନକ୍ଷମ ପରୀକ୍ଷାର୍ଥୀଙ୍କୁ ଗୋଟିଏ ଘଣ୍ଟା ଅଧିକ ସମୟ ଦିଆଯିବ ।


କମ୍ପୁଟର ମାଧ୍ୟମରେ ହେବାକୁ ଥିବା ଏହି ପରୀକ୍ଷା ପାଇଁ ଭୁବନେଶ୍ୱର ସମେତ ବ୍ରହ୍ମପୁର, କଟକ ଓ ରାଉରକେଲା ସହରରେ ପରୀକ୍ଷାକେନ୍ଦ୍ର ହୋଇଛି । ପରୀକ୍ଷା ସୁପରିଚାଳନା ଉପରେ ଅଧିକ ଗୁରୁତ୍ୱ ଦିଆଯାଇଛି । ଜୁନ ୧୪ ତାରିଖ ସକାଳ ୧୦ଟାରେ ପରୀକ୍ଷା ଫଳ ବାହାରିବ ।

   Related Posts