Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ପ୍ରକାଶ ପାଇଲା JEE ମେନ୍ ରେଜଲ୍ଟ : ଦେଶର ୨୪ଜଣ ଛାତ୍ରଛାତ୍ରୀ ଶତପ୍ରତିଶତ ସ୍କୋର , ସୌରଭ ସୌମ୍ୟକାନ୍ତ ଓଡ଼ିଶା ଟପ୍ପର୍

12/09/2020 at 7:50 AM

ଭୁବନେଶ୍ୱର ୧୨।୦୯:  ପ୍ରକାଶ ପାଇଲା ଜେଇଇ ମେନ୍ ରେଜଲ୍ଟ । ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସି  ବା NTA ଦ୍ୱାରା ପରିଚାଳିତ ଏହି ପରୀକ୍ଷାରେ ଦେଶର ୨୪ ଜଣ ଛାତ୍ରଛାତ୍ରୀ ଶତପ୍ରତିଶତ ସ୍କୋର କରିଛନ୍ତି ।

ସେମାନଙ୍କ ମଧ୍ୟରୁ ତେଲେଙ୍ଗାନାର ସର୍ବାଧିକ ୮ଜଣ ଥିବା ବେଳେ ଦିଲ୍ଲୀର ୫ ଜଣ, ରାଜସ୍ଥାନର ୪ଜଣ, ଆନ୍ଧ୍ରପ୍ରଦେଶର ୩ ଜଣ, ହରିୟାଣାର ୨ଜଣ ଏବଂ ଗୁଜରାଟ ଓ ମହାରାଷ୍ଟ୍ରର ଜଣେ ଲେଖାଏଁ ପ୍ରାର୍ଥୀ ରହିଛନ୍ତି ।  ଓଡ଼ିଶାର ଛାତ୍ର ସୌରଭ ସୌମ୍ୟକାନ୍ତ ଦାଶ ଓଡ଼ିଶା ଟପ୍ପର ହୋଇଛନ୍ତି । ସେ ୯୯.୯୯ ପ୍ରତିଶତ ମାର୍କ ରଖିଛନ୍ତି । ଓଡ଼ିଶାରୁ ୨୭ ହଜାର ଛାତ୍ରଛାତ୍ରୀ ରାଙ୍କ ହାସଲ କରିଥିବା NTA ପକ୍ଷରୁ କୁହାଯାଇଛି ।

ଏହି ପରୀକ୍ଷା ଫଳ ଆଧାରରେ ଓଡ଼ିଶାରେ ଥିବା ବିଭିନ୍ନ ସରକାରୀ ଓ ବେସରକାରୀ ଇଞ୍ଜିନିୟରିଂ କଲେଜରେ ବି.ଟେକ୍ ପାଠ୍ୟକ୍ରମରେ ନାମ ଲେଖା ହେବ । ବହୁ ବାଦବିବାଦ ପରେ  ସେପ୍ଟେମ୍ବର ୧ ରୁ ୬ ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଦେଶବ୍ୟାପୀ ଅନୁଷ୍ଠିତ ହୋଇଥିଲା । ତେବେ ଜେଇଇ ଆଡଭାନ୍ସଡ୍ ପରୀକ୍ଷା ଚଳିତ ମାସ ୨୭ ତାରିଖରେ ହେବ । ପରୀକ୍ଷାର୍ଥୀଙ୍କୁ ଟ୍ବିଟ୍ କରି ଶୁଭେଚ୍ଛା ଜଣାଇଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ।

   Related Posts