Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ହାତ ଟେକିଦେଲେ ବାଚସ୍ପତି, କହିଲେ- ଯଦି ସବୁ ସଦସ୍ୟ ଗୃହ ଚଲାଇବାକୁ ପ୍ରସ୍ତୁତ ନୁହଁନ୍ତି, ତେବେ ମୁଁ କ’ଣ କରିବି ?
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ପ୍ରସଙ୍ଗ : ଆସନ୍ତା ୧୦ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍, ୧୦୪ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ||
  • ଭୁବନେଶ୍ବର : ରିପୋର୍ଟ ଆସିବା ପରେ ନିୟମ ଅନୁସାରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ : ମନ୍ତ୍ରୀ ସୁଦାମ ମାରାଣ୍ଡି
  • ||
  • ଭୁବନେଶ୍ବର : ବିଡିଏ ଫେରାଇବ ସର୍ବକ୍ଷମା ଯୋଜନାର ଅଧିକ ଫାଇନ୍, ଆବେଦନର ଶେଷ ତାରିଖ ୧୦ ଡିସେମ୍ବର
  • ||
  • ଖୋର୍ଦ୍ଧା : ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ, ବିଲ୍ କରାଇ ଦେବାକୁ ଠିକାଦାରଙ୍କଠୁ ନେଉଥିଲେ ୧୦ ହଜାର
  • ||
  • ଟିଟିଲାଗଡ : ପୁରୀ-ଅଜମେର ଟ୍ରେନ୍‌ରେ ନିଆଁ, ଟ୍ରାକ୍‌ରେ ବ୍ରେକ୍ ଘସି ହୋଇ ଧୂଆଁ ବାହାରୁଥିଲା
  • ||
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • କଳାହାଣ୍ଡି : ଇଚ୍ଛା ମୃତ୍ୟୁ ଆବେଦନକାରୀଙ୍କୁ ସାହା ହେଲା BSKY, ଯୋଜନାରେ ଆରମ୍ଭ ହେଲା ଚିକିତ୍ସା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||

ଶ୍ୱଶୁର ଘରେ ରହୁଥିଲେ ହୀନ, ଗାଁ ନିକଟ ତୋଟାରୁ ମିଳିଲା ଝୁଲନ୍ତା ମୃତଦେହ

21/10/2021 at 1:48 PM

ଖଲ୍ଲିକୋଟ ୨୧।୧୦: ଯୁବକଙ୍କ ଝୁଲନ୍ତା ମୃତଦେହ ଠାବ । ମୃତକ ହୀନ ନାୟକ ବୋଲି ଜଣାପଡିଛି । ଗଞ୍ଜାମ ଜିଲ୍ଲା ଛତ୍ରପୁର ଥାନା ହୁମର ସୁନାରି ତୋଟା ନିକଟରେ ଠାବ ହୋଇଛି ଯୁବକଙ୍କ ଝୁଲନ୍ତା ମୃତଦେହ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।  

ଖବର ଅନୁଯାୟୀ, ହୀନ ନିଜ ଶ୍ୱଶୁର ଘରେ ବହୁ ବର୍ଷ ହେଲା ରହିଆସୁଥିଲେ । ଗତକାଲି ଠାରୁ ହୀନ ନିଖୋଜ ଥିଲେ । ପରିବାର ଲୋକେ ବହୁ ଖୋଜା ଖୋଜି ପରେ ମଧ୍ୟ ତାଙ୍କର କୌଣସି ପତ୍ତାମିଳିନଥିଲା । ଶେଷରେ ଗୁରୁବାର ତାଙ୍କର ମୃତଦେହ ସୁନାରି ତୋଟା ନିକଟ କିଆ ଗଛରୁ ଠାବ ହୋଇଛି । ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଥିବା କିଛି ଲୋକ ଦେଖି ପୋଲିସକୁ ଖବର ଦେଇଥିଲେ । ପୋଲିସ ଖବର ପାଇଁ ଘଟଣା ସ୍ଥଳରେ ପହଞ୍ଚି ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ପାରିବାରିକ ଅଶାନ୍ତିରୁ ଏହି ଘଟଣା ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି । ହୀନଙ୍କ ନିଜ ଘର ଚମାଖଣ୍ଡି ଥାନା ଅଧିନ ସୀତାନଗର । ବିବାହ ପରଠାରୁ ସେ ଶ୍ୱଶୁର ଘରେ ରହିଆସୁଥିଲେ ।

   Related Posts