Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର ୩୧ ଯାଏଁ ଅନ୍ତରାଷ୍ଟ୍ରୀୟ ବିମାନ ସେବା ବନ୍ଦ, କରୋନା ପ୍ରଭାବ
  • ||
  • କଟକ : ବସ୍‌ ଷ୍ଟାଣ୍ଡରେ ଠିଆ ହୋଇଥିବା ବସ୍‌ରେ ଲାଗିଗଲା ନିଆଁ, କେଇ ମିନିଟ୍‌ରେ ଜଳିଗଲା ସମ୍ପୂର୍ଣ୍ଣ ବସ୍
  • ||
  • କନ୍ଧମାଳ : ଜଗାକୁ ଏକା କରି ଚାଲିଗଲା କାଳିଆ, ମା’ ଆଖିରୁ ଶୁଖୁନି ଲୁହ : ମରଶରୀର ପହଞ୍ଚିବା ପରେ ଗାଁରେ ଶୋକାକୂଳ ପରିବେଶ
  • ||
  • କୋରାପୁର : କୋରାପୁର ବସ୍ ଷ୍ଟାଣ୍ଡରୁ ୩ଲକ୍ଷରୁ ଅଧିକ ଟଙ୍କାର ନକଲି ନୋଟ୍ ଜବତ, ଜଣେ ଗିରଫ
  • ||
  • କଟକ : ବାହା ବେଦୀରୁ ବ୍ୟାଙ୍କ୍ ମ୍ୟାନେଜରଙ୍କୁ ଉଠାଇନେଲା ପୋଲିସ, IIFL ଲୁଟ୍ ଘଟଣାରେ ରହିଛି ଲିଙ୍କ୍
  • ||
  • ସୋର : ପାଣିରୁ ଉଦ୍ଧାର ହେଲା ବୃଦ୍ଧଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ପୁରୀ : ପଞ୍ଚୁକର ଦ୍ବିତୀୟ ଦିନ, ବାଙ୍କଚୁଡା ବେଶରେ ବିଭୂଷିତ ମହାପ୍ରଭୁ
  • ||
  • ଚଣ୍ଡିଖୋଲ : ନିର୍ମାଣଧୀନ ପାଣି ଟାଙ୍କି ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ, ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରୁ ୮୫ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର
  • ||
  • ଚାକିରୀଆଙ୍କ ପାଇଁ ବଡ ଖବର: ୮ଘଣ୍ଟା ବଦଳରେ ହୋଇପାରେ ୧୨ ଘଣ୍ଟା ସିଫ୍ଟ
  • ||

ଯୁବ ବ୍ୟବସାୟୀଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ

19/11/2020 at 9:11 AM

 ଦିଗପହଣ୍ଡି ୧୮।୧୧ : ଯୁବ ବ୍ୟବସାୟୀଙ୍କ ଆତ୍ମହତ୍ୟା । ଗଞ୍ଜାମ ଜିଲ୍ଲା ଆସିକା  ଅଞ୍ଚଳରେ ଘଟିଛି ଘଟଣା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଜବତ କରିବା ସହ ଶବ ବ୍ୟବେଚ୍ଛେଦ ପାଇଁ ପଠାଇଛି । ସେପଟେ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ଗତ କିଛିବର୍ଷ ହେଲା ବ୍ରହ୍ମପୁରର ଶାନ୍ତନୁ ଏଠାରେ କାଠ ଦୋକାନ କରି ବ୍ୟବସାୟ କରୁଥିଲେ। ମଙ୍ଗଳବାର ସନ୍ଧ୍ୟାରେ ଦୋକାନ ନିକଟରେ  କିଛି ସାଙ୍ଗ ମାନଙ୍କ ସହ ଖୁସିରେ ଗପସପ କରିବା ପରେ ପୁଞ୍ଜିକଁୟା ଛକକୁ ଯାଇ ଅନ୍ୟ କିଛି ସାଙ୍ଗ ମାନଙ୍କ ସହ ଜଳଖିଆ ଖାଇ ଦୋକାନକୁ ଫେରିଥିଲେ। ପରେ ବିଳମ୍ବିତ ସନ୍ଧ୍ୟାରେ କୌଣସି କାରଣରୁ ମାନସିକ ଭାରସାମ୍ୟ ହରାଇ ସେ ଦୋକାନ ଭିତରେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ପ୍ରାଥମିକ ଅନୁସନ୍ଧାନରୁ ଜଣାପଡିଥିବା ଆଇ ଆଇ ସି ବସନ୍ତ କୁମାର ସେଠୀ ଜଣାଇଛନ୍ତି। ବୁଧବାର ସକାଳେ ଦିଗପହଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତକରି ଥାନା ଅପମୃତ୍ୟୁ ମାମଲା ନଂ.୧୪/୨୦ ଅନୁଯାୟୀ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ ଡ଼ାକ୍ତରଖାନା ପଠାଇଥିଲେ।ବ୍ୟବଚ୍ଛେଦ ପରେ ମୃତଦେହକୁ ପୋଲିସ ଶାନ୍ତନୁ ଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି।

   Related Posts